ବ୍ରହ୍ମପୁର ଅଫିସ,୩।୭: ବ୍ରହ୍ମପୁର ସହରରେ ଏବେ ଜମି ଦୁର୍ନୀତି ବଢ଼ିବାରେ ଲାଗିଛି। ଏହି ଧାରାରେ ଜନୈକା ବୃଦ୍ଧାଙ୍କ ନାମରେ ଥିବା ଏକ ଜମିକୁ ଜାଲ୍ ଦସ୍ତଖତ କରି ଅନ୍ୟଜଣଙ୍କୁ ବିକ୍ରି ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ବୃଦ୍ଧା ଜଣଙ୍କ ସଦର ଥାନାରେ ଅଭିଯୋଗ କରିବା ପରେ ପୋଲିସ ନଂ.୨୮୫/୨୨ ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ପ୍ରକାଶ ଯେ, ନିମଖଣ୍ଡି ଗ୍ରାମର ପୁନିଆ ସାହୁ ଓ ଜଗନ୍ନାଥ ସାହୁଙ୍କ ନାମରେ କୁକୁଡ଼ାଖଣ୍ଡି ତହସିଲ ଅଧିନ ନିମଖଣ୍ଡି ମୌଜାରେ ୦.୪୨୫ ଡ଼ିସିମିଲର ଏକ ଜମି ରହିଛି। କିନ୍ତୁ କିଛି ବର୍ଷ ପୂର୍ବେ ଜଗନ୍ନାଥ ଓ ତାଙ୍କ ପୁଅ ରିଷିକେଶ ପୁନିଆଙ୍କ ଜାଲ୍ ଦସ୍ତଖତ କରି ଶୈଳେନ୍ଦ୍ର କୁମାର ସାହୁଙ୍କୁ ବିକ୍ରି କରିଥିବା ଅଭିଯୋଗ ହୋଇଛି। ରିଷିକେଶ ବିକ୍ରୀ ଦଲିଲରେ ତାଙ୍କ ନିଜର ଫଟୋ ଲଗାଇଥିବା ବେଳେ ପୁନିଆଙ୍କ ନାମରେ ଜାଲ୍ ଦସ୍ତଖତ କରି ଉଭୟ ବାପ ପୁଅ ତାଙ୍କ ଅଜାଣତରେ ଉକ୍ତ ଜମି ବିକ୍ରି କରିଥିବା ଅଭିଯୋଗ ହୋଇଛି। କିଛି ଦିନ ହେବ ପୁନିଆଙ୍କ ଶରୀର ଅସୁସ୍ଥ ରହିବାରୁ ଅଧିକ ଚିକିତ୍ସା ନିମନ୍ତେ ବାହାରକୁ ଯିବାକୁ ଉକ୍ତ ଜମି ବିକ୍ରି କରିବାକୁ ସେ ଭାବିଥିଲେ। ପୁନିଆ ଜମି ନକଲ ଦଲିଲ ବାହାର କରିବା ସମୟରେ ତାଙ୍କ ନାମରେ ଥିବା ଜମି ଅନ୍ୟ ଜଣଙ୍କୁ ବିକ୍ରି ହୋଇ ସାରିଥିବା ଜାଣିବାକୁ ପାଇଥିଲେ। ପରେ ସେ ଏନେଇ ସଦର ଥାନାରେ ଅଭିଯୋଗ କରିଛନ୍ତି।
ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ…
ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….
ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...
ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା
ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...
ବାଇକ୍କୁ ଧକ୍କାଦେଲା ବାଇକ୍, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ
ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...
ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ
ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର ଗଣିଆନାଳ ଛକ...
କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର
ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...
ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ
ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...
Archives


