ବ୍ରହ୍ମପୁର ଅଫିସ,୩।୭: ବ୍ରହ୍ମପୁର ସହରରେ ଏବେ ଜମି ଦୁର୍ନୀତି ବଢ଼ିବାରେ ଲାଗିଛି। ଏହି ଧାରାରେ ଜନୈକା ବୃଦ୍ଧାଙ୍କ ନାମରେ ଥିବା ଏକ ଜମିକୁ ଜାଲ୍ ଦସ୍ତଖତ କରି ଅନ୍ୟଜଣଙ୍କୁ ବିକ୍ରି ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ବୃଦ୍ଧା ଜଣଙ୍କ ସଦର ଥାନାରେ ଅଭିଯୋଗ କରିବା ପରେ ପୋଲିସ ନଂ.୨୮୫/୨୨ ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ପ୍ରକାଶ ଯେ, ନିମଖଣ୍ଡି ଗ୍ରାମର ପୁନିଆ ସାହୁ ଓ ଜଗନ୍ନାଥ ସାହୁଙ୍କ ନାମରେ କୁକୁଡ଼ାଖଣ୍ଡି ତହସିଲ ଅଧିନ ନିମଖଣ୍ଡି ମୌଜାରେ ୦.୪୨୫ ଡ଼ିସିମିଲର ଏକ ଜମି ରହିଛି। କିନ୍ତୁ କିଛି ବର୍ଷ ପୂର୍ବେ ଜଗନ୍ନାଥ ଓ ତାଙ୍କ ପୁଅ ରିଷିକେଶ ପୁନିଆଙ୍କ ଜାଲ୍ ଦସ୍ତଖତ କରି ଶୈଳେନ୍ଦ୍ର କୁମାର ସାହୁଙ୍କୁ ବିକ୍ରି କରିଥିବା ଅଭିଯୋଗ ହୋଇଛି। ରିଷିକେଶ ବିକ୍ରୀ ଦଲିଲରେ ତାଙ୍କ ନିଜର ଫଟୋ ଲଗାଇଥିବା ବେଳେ ପୁନିଆଙ୍କ ନାମରେ ଜାଲ୍ ଦସ୍ତଖତ କରି ଉଭୟ ବାପ ପୁଅ ତାଙ୍କ ଅଜାଣତରେ ଉକ୍ତ ଜମି ବିକ୍ରି କରିଥିବା ଅଭିଯୋଗ ହୋଇଛି। କିଛି ଦିନ ହେବ ପୁନିଆଙ୍କ ଶରୀର ଅସୁସ୍ଥ ରହିବାରୁ ଅଧିକ ଚିକିତ୍ସା ନିମନ୍ତେ ବାହାରକୁ ଯିବାକୁ ଉକ୍ତ ଜମି ବିକ୍ରି କରିବାକୁ ସେ ଭାବିଥିଲେ। ପୁନିଆ ଜମି ନକଲ ଦଲିଲ ବାହାର କରିବା ସମୟରେ ତାଙ୍କ ନାମରେ ଥିବା ଜମି ଅନ୍ୟ ଜଣଙ୍କୁ ବିକ୍ରି ହୋଇ ସାରିଥିବା ଜାଣିବାକୁ ପାଇଥିଲେ। ପରେ ସେ ଏନେଇ ସଦର ଥାନାରେ ଅଭିଯୋଗ କରିଛନ୍ତି।
ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …
ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…
ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…
ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…
ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…
ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…
ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…
ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…
ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…
ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…
ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…
‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’
ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…
Archives

