ବୃଦ୍ଧାଙ୍କ ଜାଲ୍‌ ଦସ୍ତଖତ କରି ଜମି ବିକ୍ରି

ବ୍ରହ୍ମପୁର ଅଫିସ,୩।୭: ବ୍ରହ୍ମପୁର ସହରରେ ଏବେ ଜମି ଦୁର୍ନୀତି ବଢ଼ିବାରେ ଲାଗିଛି। ଏହି ଧାରାରେ ଜନୈକା ବୃଦ୍ଧାଙ୍କ ନାମରେ ଥିବା ଏକ ଜମିକୁ ଜାଲ୍‌ ଦସ୍ତଖତ କରି ଅନ୍ୟଜଣଙ୍କୁ ବିକ୍ରି ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ବୃଦ୍ଧା ଜଣଙ୍କ ସଦର ଥାନାରେ ଅଭିଯୋଗ କରିବା ପରେ ପୋଲିସ ନଂ.୨୮୫/୨୨ ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ପ୍ରକାଶ ଯେ, ନିମଖଣ୍ଡି ଗ୍ରାମର ପୁନିଆ ସାହୁ ଓ ଜଗନ୍ନାଥ ସାହୁଙ୍କ ନାମରେ କୁକୁଡ଼ାଖଣ୍ଡି ତହସିଲ ଅଧିନ ନିମଖଣ୍ଡି ମୌଜାରେ ୦.୪୨୫ ଡ଼ିସିମିଲର ଏକ ଜମି ରହିଛି। କିନ୍ତୁ କିଛି ବର୍ଷ ପୂର୍ବେ ଜଗନ୍ନାଥ ଓ ତାଙ୍କ ପୁଅ ରିଷିକେଶ ପୁନିଆଙ୍କ ଜାଲ୍‌ ଦସ୍ତଖତ କରି ଶୈଳେନ୍ଦ୍ର କୁମାର ସାହୁଙ୍କୁ ବିକ୍ରି କରିଥିବା ଅଭିଯୋଗ ହୋଇଛି। ରିଷିକେଶ ବିକ୍ରୀ ଦଲିଲରେ ତାଙ୍କ ନିଜର ଫଟୋ ଲଗାଇଥିବା ବେଳେ ପୁନିଆଙ୍କ ନାମରେ ଜାଲ୍‌ ଦସ୍ତଖତ କରି ଉଭୟ ବାପ ପୁଅ ତାଙ୍କ ଅଜାଣତରେ ଉକ୍ତ ଜମି ବିକ୍ରି କରିଥିବା ଅଭିଯୋଗ ହୋଇଛି। କିଛି ଦିନ ହେବ ପୁନିଆଙ୍କ ଶରୀର ଅସୁସ୍ଥ ରହିବାରୁ ଅଧିକ ଚିକିତ୍ସା ନିମନ୍ତେ ବାହାରକୁ ଯିବାକୁ ଉକ୍ତ ଜମି ବିକ୍ରି କରିବାକୁ ସେ ଭାବିଥିଲେ। ପୁନିଆ ଜମି ନକଲ ଦଲିଲ ବାହାର କରିବା ସମୟରେ ତାଙ୍କ ନାମରେ ଥିବା ଜମି ଅନ୍ୟ ଜଣଙ୍କୁ ବିକ୍ରି ହୋଇ ସାରିଥିବା ଜାଣିବାକୁ ପାଇଥିଲେ। ପରେ ସେ ଏନେଇ ସଦର ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ବାଇକ୍ ଧକ୍କାରେ ବୃଦ୍ଧ ଗୁରୁତରଚିକିତ୍ସା ଦାବିରେ ରାସ୍ତାରୋକ

ଚିକିଟି, ୧୦/୦୯/୨୦୨୬ (ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ କେ. ନୂଆଗାଁ ଥାନା ଅଧୀନ ଚିକିଟି ଫାଣ୍ଡି ଅଞ୍ଚଳର ଓଳପୁର ଛକ ନିକଟରେ ଶନିବାର…

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ

ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?