ଅସଲି ଲୋଗୋରେ ନକଲି ସାମଗ୍ରୀ ବିକ୍ରି, ଜଣେ ଅଟକ

ଫୁଲନଖରା,୫ା୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ପାହାଳ ଥାନା ଅନ୍ତର୍ଗତ ହଂସପାଳ ନିକଟସ୍ଥ ଶିବଶକ୍ତିନଗର ଲେନ୍‌ ୧୫ରେ ନକଲି ସର୍ଫ ଏକ୍ସିଲ ଓ ଟାଟା ସଲ୍ଟ ପ୍ୟାକେଟ ଜବତ ହୋଇଛି। ଜବତ ହୋଇଥିବା ସାମଗ୍ରୀର ମୂଲ୍ୟ ୫ ଲକ୍ଷ ଟଙ୍କାରୁ ଊଦ୍ଧର୍‌ବ ହେବ ବୋଲି ଜଣାପଡ଼ିଛି। କମ୍ପାନୀରେ କାମ କରୁଥିବା ଭଦ୍ରକ ଅଞ୍ଚଳର ଜଣେ ଯୁବକଙ୍କୁ ପାହାଳ ପୋଲିସ ଅଟକ ରଖିଛି। କମ୍ପାନୀ ମାଲିକ ଫେରାର ଅଛନ୍ତି ।

ସୂଚନାଯୋଗ୍ୟ ଦୀର୍ଘ ୩ ବର୍ଷ ଧରି ଏହି ଥାନା ଅନ୍ତର୍ଗତ ନହରକଣ୍ଟା ଗ୍ରାମର ହୃଷୀକେଶ ନାୟକ ନିକଟସ୍ଥ ଶିବଶକ୍ତିନଗରରେ ଏକ ଭଡ଼ା ଘରେ ବିନା ଲାଇସେନ୍ସରେ ନକଲି କାରଖାନା ଖୋଲିଥିଲେ। ଏଥିରେ ସର୍ଫ ଏକ୍ସିଲ ଓ ଟାଟା ସଲ୍ଟ ପ୍ୟାକେଟ କମ୍ପାନୀର ଅସଲି ଲୋଗୋ ବ୍ୟବହାର କରି ନକଲି କରାଯାଇଛି। ଏହାକୁ କଟକ-ଭୁବନେଶ୍ବର ବଜାରରେ ବିକ୍ରୟ କରୁଥିବା ସହ ଗ୍ରାମାଞ୍ଚଳରେ ଏହି ନକଲି ସାମଗ୍ରୀର ଚାହିଦା ଦେଖିବାକୁ ମିଳିଥିଲା। ସୋମବାର କୌଣସି ସୂତ୍ରରୁ ଖବର ପାଇ ଭୁବନେଶ୍ବର ଜୋନ୍‌- ୪ ଏସିପି ଏସ୍‌ଏନ୍‌ ମୁଦୁଲି, ପାହାଳ ଥାନାଧିକାରୀ ସୁଚିତ୍ରା ପରିଡ଼ା, ବିଏମ୍‌ସି ଖାଦ୍ୟ ନିରାପତ୍ତା ଅଧିକାରୀ ପ୍ରତୀକ୍ଷା ଦାସ ମହାପାତ୍ର  ମିଳିତ ଭାବେ ଚଢ଼ାଉ କରିଥିଲେ। ଚଢ଼ାଉ ସମୟରେ ବହୁ ପରିମାଣରେ ଟାଟା ସଲ୍ଟ ଓ ସର୍ଫ ଏକ୍ସିଲର ନକଲି ପ୍ୟାକେଟ ଜବତ କରିଥିଲେ। ଏହାର ଆନୁମାନିକ ମୂଲ୍ୟ ୫ ଲକ୍ଷରୁ ଊର୍ଦ୍ଧ ଟଙ୍କା ହେବ ବୋଲି ପାହାଳ ଥାନାଧିକାରୀ କହିଛନ୍ତି। ଜବତ ନକଲି ସାମଗ୍ରୀଗଡ଼ିକର ନମୁନା ପରୀକ୍ଷଣ ପାଇଁ ଲବୋରେଟୋରୀକୁ ପଠାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri