ଅସଲି ଲୋଗୋରେ ନକଲି ସାମଗ୍ରୀ ବିକ୍ରି, ଜଣେ ଅଟକ

ଫୁଲନଖରା,୫ା୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ପାହାଳ ଥାନା ଅନ୍ତର୍ଗତ ହଂସପାଳ ନିକଟସ୍ଥ ଶିବଶକ୍ତିନଗର ଲେନ୍‌ ୧୫ରେ ନକଲି ସର୍ଫ ଏକ୍ସିଲ ଓ ଟାଟା ସଲ୍ଟ ପ୍ୟାକେଟ ଜବତ ହୋଇଛି। ଜବତ ହୋଇଥିବା ସାମଗ୍ରୀର ମୂଲ୍ୟ ୫ ଲକ୍ଷ ଟଙ୍କାରୁ ଊଦ୍ଧର୍‌ବ ହେବ ବୋଲି ଜଣାପଡ଼ିଛି। କମ୍ପାନୀରେ କାମ କରୁଥିବା ଭଦ୍ରକ ଅଞ୍ଚଳର ଜଣେ ଯୁବକଙ୍କୁ ପାହାଳ ପୋଲିସ ଅଟକ ରଖିଛି। କମ୍ପାନୀ ମାଲିକ ଫେରାର ଅଛନ୍ତି ।

ସୂଚନାଯୋଗ୍ୟ ଦୀର୍ଘ ୩ ବର୍ଷ ଧରି ଏହି ଥାନା ଅନ୍ତର୍ଗତ ନହରକଣ୍ଟା ଗ୍ରାମର ହୃଷୀକେଶ ନାୟକ ନିକଟସ୍ଥ ଶିବଶକ୍ତିନଗରରେ ଏକ ଭଡ଼ା ଘରେ ବିନା ଲାଇସେନ୍ସରେ ନକଲି କାରଖାନା ଖୋଲିଥିଲେ। ଏଥିରେ ସର୍ଫ ଏକ୍ସିଲ ଓ ଟାଟା ସଲ୍ଟ ପ୍ୟାକେଟ କମ୍ପାନୀର ଅସଲି ଲୋଗୋ ବ୍ୟବହାର କରି ନକଲି କରାଯାଇଛି। ଏହାକୁ କଟକ-ଭୁବନେଶ୍ବର ବଜାରରେ ବିକ୍ରୟ କରୁଥିବା ସହ ଗ୍ରାମାଞ୍ଚଳରେ ଏହି ନକଲି ସାମଗ୍ରୀର ଚାହିଦା ଦେଖିବାକୁ ମିଳିଥିଲା। ସୋମବାର କୌଣସି ସୂତ୍ରରୁ ଖବର ପାଇ ଭୁବନେଶ୍ବର ଜୋନ୍‌- ୪ ଏସିପି ଏସ୍‌ଏନ୍‌ ମୁଦୁଲି, ପାହାଳ ଥାନାଧିକାରୀ ସୁଚିତ୍ରା ପରିଡ଼ା, ବିଏମ୍‌ସି ଖାଦ୍ୟ ନିରାପତ୍ତା ଅଧିକାରୀ ପ୍ରତୀକ୍ଷା ଦାସ ମହାପାତ୍ର  ମିଳିତ ଭାବେ ଚଢ଼ାଉ କରିଥିଲେ। ଚଢ଼ାଉ ସମୟରେ ବହୁ ପରିମାଣରେ ଟାଟା ସଲ୍ଟ ଓ ସର୍ଫ ଏକ୍ସିଲର ନକଲି ପ୍ୟାକେଟ ଜବତ କରିଥିଲେ। ଏହାର ଆନୁମାନିକ ମୂଲ୍ୟ ୫ ଲକ୍ଷରୁ ଊର୍ଦ୍ଧ ଟଙ୍କା ହେବ ବୋଲି ପାହାଳ ଥାନାଧିକାରୀ କହିଛନ୍ତି। ଜବତ ନକଲି ସାମଗ୍ରୀଗଡ଼ିକର ନମୁନା ପରୀକ୍ଷଣ ପାଇଁ ଲବୋରେଟୋରୀକୁ ପଠାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri