ବେଆଇନ ବାଣ ବିକ୍ରି, ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩।୧୧(ବ୍ୟୁରୋ):ସବୁଜ ବାଣ ବିକ୍ରି ଓ ବ୍ୟବହାର ସମ୍ବନ୍ଧିତ ସୁପ୍ରିମକୋର୍ଟ ଏବଂ ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ସହ ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ ଗାଇଡ୍‌ଲାଇନକୁ କଡ଼ାକଡ଼ି ଭାବେ ଲାଗୁ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସମସ୍ତ ଜିଲାପାଳ ଓ ପୋଲିସ ଅଧୀକ୍ଷକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ଲୋକସେବା ଭବନରେ ଭର୍ଚ୍ଚୁଆଲ ବୈଠକରେ ଦୀପାବଳି ପାଇଁ ଜିଲା ଏବଂ ସହରାଞ୍ଚଳରେ ପ୍ରସ୍ତୁତିର ସମୀକ୍ଷା କରି ମହାପାତ୍ର ଏହି ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି, କେବଳ ପେଟ୍ରୋଲିୟମ ବିସ୍ଫୋରକ ନିରାପତ୍ତା ସଂସ୍ଥା (ପେସୋ) ଦ୍ୱାରା ସ୍ବୀକୃତିପ୍ରାପ୍ତ ସବୁଜ ବାଣ ବିକ୍ରି ଓ ବ୍ୟବହାର ହୋଇପାରିବ। କ୍ଷମତାପ୍ରାପ୍ତ କର୍ତ୍ତୃପକ୍ଷଙ୍କଠାରୁ ଲାଇସେନ୍ସ ନ ନେଇ କୌଣସି ଦୋକାନୀ ବା ବ୍ୟକ୍ତି ସବୁଜ ବାଣ ବିକ୍ରି କରିପାରିବେ ନାହିଁ। କେବଳ ଜିଲାପାଳ ଏବଂ ପୌରାଞ୍ଚଳରେ ପୋଲିସ କମିଶନରମାନେ ଲାଇସେନ୍ସ ଦେଇପାରିବେ। କୌଣସି ବ୍ୟକ୍ତି ରାସ୍ତା ବା ସର୍ବସାଧାରଣ ସ୍ଥାନରେ ବାଣ ଫୁଟାଇପାରିବେ ନାହିଁ ବୋଲି ମୁଖ୍ୟ ଶାସନ ସଚିବ ସ୍ପଷ୍ଟ କରିଛନ୍ତି। କେବଳ ସବୁଜ ବାଣକୁ ଦୀପାବଳି ଦିନ ସନ୍ଧ୍ୟା ୮ଟାରୁ ରାତି ୧୦ଟା ମଧ୍ୟରେ ନିଜ ଘରର ପାଚେରି ସୀମା ଭିତରେ ଫୁଟାଯାଇପାରିବ ବୋଲି ସେ କହିଛନ୍ତି।
ଏହି ଅବସରରେ ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କହିଛନ୍ତି, ସବୁ ବାଣର ବିକ୍ରି ବିକ୍ଷିପ୍ତ ଭାବେ ବିଭିନ୍ନ ସ୍ଥାନରେ ହୋଇପାରିବ ନାହିଁ। କେବଳ ଜିଲାପାଳ ଓ ପୋଲିସ କମିଶନରମାନଙ୍କ ଅନୁମତି କ୍ରମେ ନିର୍ଦ୍ଧାରିତ ସ୍ଥାନରେ ଏହାର କିଣା-ବିକା ହୋଇପାରିବ। ସେହିପରି ପୋଲିସ ମହାନିର୍ଦ୍ଦେଶକ ଅଭୟ ପ୍ରତ୍ୟେକ ଥାନା, ଫାଣ୍ଡି ଏବଂ କ୍ଷେତ୍ରସ୍ତରୀୟ ପୋଲିସ ଅଧିକାରୀଙ୍କୁ ସବୁଜ ବାଣର ବିକ୍ରି ଓ ବ୍ୟବହାର ସମ୍ବଦ୍ଧିତ ନିର୍ଦ୍ଦେଶାବଳୀ ବିଷୟରେ ଠିକ୍‌ ଭାବେ ସଚେତନ କରାଇବା ପାଇଁ ସମସ୍ତ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?