ଫାଷ୍ଟ ଫୁଡ୍‌ ଦୋକାନ ଆଳରେ ବନ୍ୟପ୍ରାଣୀଙ୍କ ଚମଡ଼ା ବିକ୍ରି

ଭୁବନେଶ୍ୱର,(ବ୍ୟୁରୋ)/ବୌଦ୍ଧ,୨୦ା୩(ସ୍ବ.ପ୍ର.):ଫାଷ୍ଟଫୁଡ୍‌ ଦୋକାନ ଆଳରେ ଚଳାଇଥିଲେ ବନ୍ୟପ୍ରାଣୀଙ୍କ ଚମଡ଼ା ବିକ୍ରି କାରବାର। ଖବର ପାଇ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌)ରବିବାର ରାତିରେ ବୌଦ୍ଧ ଜିଲା ହରଭଙ୍ଗା ଥାନା ଅଞ୍ଚଳରେ ଚଢାଉ କରି ଜଣଙ୍କୁ ଗିରଫ କରିଛି। ସେ ହେଲେ ଉକ୍ତ ଅଞ୍ଚଳର ଗିରିଶ୍‌ କୁମାର ସାହୁ। ତାଙ୍କଠାରୁ ଏସ୍‌ଟିଏଫ୍‌ ଗୋଟିଏ କଲରାପତରିଆ ବାଘ ଛାଲ ଓ ଦୁଇଟି ହରିଣ ଛାଲ ଜବତ କରିଛି। ଏନେଇ ଏକ ମାମଲା (ନଂ.୫/୨୩ ) ରୁଜୁ ସହ ସୋମବାର ଗିରିଶ୍‌ଙ୍କୁ ସ୍ଥାନୀୟ କୋର୍ଟରେ ହାଜର କରାଯାଇଛି। ଜବତ ଛାଲ ୫ ଲକ୍ଷ ଟଙ୍କାରେ ବିକ୍ରି ପାଇଁ ଡିଲ୍‌ ହୋଇଥିବା ତଦନ୍ତ ବେଳେ ଜଣାପଡ଼ିଛି। ଜବତ ଛାଲକୁ ପରୀକ୍ଷା ପାଇଁ ଡେରାଡୁନ୍‌ସ୍ଥିତ ୱାଇଲ୍ଡ ଲାଇଫ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆକୁ ପଠାଯିବ। କାରବାରରେ ସମ୍ପୃକ୍ତ ଅନ୍ୟମାନଙ୍କୁ ଗିରଫ ପାଇଁ ଉଦ୍ୟମ ଆରମ୍ଭ ହୋଇଥିବା ଏସ୍‌ଟିଏଫ୍‌ ପକ୍ଷରୁ କୁହାଯାଇଛି। ଏହି ଚଢ଼ାଉରେ ସ୍ଥାନୀୟ ବନ ବିଭାଗର କର୍ମଚାରୀ ସହଯୋଗ କରିଥିଲେ।
ସୂଚନା ମୁତାବକ, ଛତରଙ୍ଗ-ହରଭଙ୍ଗା ରାସ୍ତାରେ ଅଭିଯୁକ୍ତଙ୍କର ଏକ ଫାଷ୍ଟଫୁଡ୍‌ ଦୋକାନ ରହିଛି। ସେଠାରେ ସେ ବନ୍ୟପ୍ରାଣୀଙ୍କ ଚମଡ଼ା ବିକ୍ରି କରୁଥିବା ନେଇ ବିଶେଷ ସୂତ୍ରରୁ ଖବର ପାଇ ଏସ୍‌ଟିଏଫ୍‌ ଟିମ୍‌ ଶନିବାର ସେଠାରେ ପହଞ୍ଚତ୍ଥିଲା। ଦିନରେ ଦୋକାନ ବନ୍ଦ ଥିବାରୁ ରାତିରେ ଚଢାଉ କରାଯାଇଥିଲା। ଅପରପକ୍ଷରେ ୨୦୨୧ରେ ଏସ୍‌ଟିଏଫ କର୍ମଚାରୀ ମନମୁଣ୍ଡା ଓ ବାଉଁଶୁଣୀ ଅଞ୍ଚଳରୁ ଗୋଟିଏ ଲେଖାଏ ବାଘଛାଲ ଜବତ କରିଥିବା ବେଳେ ଚଳିତବର୍ଷ ଜାନୁୟାରୀ ୪ରେ ବୌଦ୍ଧ ସହରର ସାଲୁଙ୍କୀ ନଦୀ ପୋଲ ନିକଟରେ ଚଢାଉ କରି ଗୋଟିଏ ମହାବଳ ବାଘ ଓ ଗୋଟିଏ କଲରାପତରିଆ ଛାଲ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri