ଓ୍ବାଶିଂଟନ୍, ୧୨ା୭(ପି.ଟି.): ଦୁଇ ଥର ଅଲିମ୍ପକ୍ସ ପଦକ ବିଜୟିନୀ ଦକ୍ଷିଣ ଆଫ୍ରିକାର କାଷ୍ଟର ସିମେନ୍ୟା ହାଇ ଟେଷ୍ଟୋଷ୍ଟେରନ ମାମଲାରେ ମାନବାଧିକାର କୋର୍ଟରେ ବିଜୟୀ ହୋଇଛନ୍ତି। ଏହା ସହିତ ବିଶ୍ୱ ଆଥଲେଟିକ୍ସରେ ରହିଥିବା ଟେଷ୍ଟୋଷ୍ଟେରନ ନିୟମ ବଦଳିବାର ସମ୍ଭାବନା ସୃଷ୍ଟି ହୋଇଛି। ତେବେ ଏହି ମାମଲାଟି ସେମେନ୍ୟା ସ୍ବିଜରଲାଣ୍ଡ ସରକାରଙ୍କ ବିପକ୍ଷରେ ଲଢିଥିଲେ। ତେବେ ବିଶ୍ୱ ଆଥଲେଟିକ୍ସ ଏହି ରାୟକୁ ଗ୍ରହଣ କରିବା ପାଇଁ ବାଧ୍ୟ ଅଟେ। ଜନ୍ମରୁ ସିମେନ୍ୟା ମହିଳା ଅଟନ୍ତି। ତେବେ ଟ୍ରାକ୍ ଆଣ୍ଡ ଫିଲ୍ଡରେ ୨୦୧୯ରେ ନୂତନ ନିୟମ ଲାଗୁ ହେବା ପରେ ସିମେନ୍ୟାଙ୍କ ଅଂଶଗ୍ରହଣ ଉପରେ ଆଶଙ୍କା ଦେଖା ଦେଇଥିଲା। ହରମୋନ୍ ନିୟନ୍ତ୍ରଣ ପାଇଁ ସପ୍ରେସର ବ୍ୟବହାର କରିବାକୁ ସିମେନ୍ୟା ମନା କରିବା ସହିତ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହି ମାମଲାକୁ କୋର୍ଟ ଖାରଜ କରି ଦେଇଥିଲେ। ୨୦୨୦ରେ ଦ୍ୱିତୀୟ ଥର ସ୍ବିଜରଲ୍ୟାଣ୍ଡ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ ସିମେନ୍ୟା। ସେତେବେଳେ ଏହି ଆବେଦନକୁ ଖାରଜ କରି ଦିଆଯାଇଥିଲା। ଏହାପରେ ଷ୍ଟ୍ରାସବର୍ଗରେ ଥିବା ମାନବାଧିକାର କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ସେମେନ୍ୟା। ୭ ଜଣିଆ ଖଣ୍ଡପୀଠ ମାମଲାର ବିଚାର କରିଥିବା ବେଳେ ସେମେନ୍ୟାଙ୍କ ସପକ୍ଷରେ ୪-୩ରେ ରାୟ ଆସିଥିଲା। ୮୦୦ ମିଟର ଦୌଡରେ ସିମେନ୍ୟା ୨୦୧୨ ଓ ୨୦୧୬ରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା ବେଳେ ୨୦୨୧ ଟୋକିଓ ଅଲିମ୍ପିକ୍ସରେ ସେ ଅଂଶଗ୍ରହଣ କରି ନ ଥିଲେ।
କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା
ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…
ଭାରତରେ କିଏ ସ୍ଥିର କରେ ଚିନି ଦାମ୍? ସରକାର ନା କୃଷକ, ଜାଣନ୍ତୁ…
ନୂଆଦିଲ୍ଲୀ,୨୩ା୮: ଚା’ କପ୍ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…
୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା
ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…
ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍ ହେଉଛନ୍ତି ଛାତ୍ରୀଛାତ୍ର
ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…
ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍, ହୁ ହୁ ହୋଇ ବଢିବ ଧନ!
ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…
ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି
ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…
ଧର୍ମାନ୍ତରୀକରଣ
ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…
ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ
ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…
Archives

