Posted inଖେଳ

ସେମି ଲାଇନ୍‌ଅପ୍‌ ଚୂଡାନ୍ତ

ବୁଏନ୍ସ ଏୟାର୍ସ, ୬ା୬(ପି.ଟି.): ଆର୍ଜେଣ୍ଟିନାରେ ଅନୁଷ୍ଠିତ ୨୦ ବର୍ଷରୁ କମ୍‌ ଫୁଟବଲ ବିଶ୍ୱକପର ସେମିଫାଇନାଲ ଲାଇନ୍‌ ଅପ୍‌ ଚୂଡାନ୍ତ ହୋଇଛି। ରବିବାର ବିଳମ୍ବିତ ରାତ୍ରିରେ ଅନୁଷ୍ଠିତ ମ୍ୟାଚକୁ ଜିତିବା ସହ ଉରୁଗୁଏ ଓ ଦକ୍ଷିଣ କୋରିଆ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ପୂର୍ବରୁ ପ୍ରଥମ ଦୁଇ ଦଳ ଭାବରେ ଇସ୍ରାଏଲ ଓ ଇଟାଲୀ ସେମିରେ ପ୍ରବେଶ କରି ସାରିଛନ୍ତି। ରବିବାର ଦକ୍ଷିଣ ଆମେରିକୀୟ ରାଷ୍ଟ୍ର ଉରୁଗୁଏ ୨-୦ ଗୋଲରେ ଯୁକ୍ତରାଷ୍ଟ୍ର ଆମେରିକାକୁ ପରାସ୍ତ କରିଥିଲା। ସେହିପରି ଦ୍ୱିତୀୟ କ୍ୱାର୍ଟର ଫାଇନାଲରେ ଦକ୍ଷିଣ କୋରିଆ ୧-୦ ଗୋଲରେ ନାଇଜେରିଆକୁ ପରାସ୍ତ କରିଥିଲା। ଗୁରୁବାର ଇସ୍ରାଏଲ-ଉରୁଗୁଏ ଓ ଦକ୍ଷିଣ କୋରିଆ-ଇଟାଲୀ ମଧ୍ୟରେ ସେମିଫାଇନାଲ ମ୍ୟାଚ୍‌ ଅନୁଷ୍ଠିତ ହେବ।
ଚଳିତ ଟୁର୍ନାମେଣ୍ଟରେ ଗୋଟିଏ ବି ଗୋଲ ବରଣ କରି ନ ଥିବା ଆମେରିକା ସକାରାତ୍ମକ ଭାବରେ ଉରୁଗୁଏ ବିପକ୍ଷରେ ଅଭିଯାନ ଆରମ୍ଭ କରିଥିଲା। ଏଷ୍ଟାଡିଓ ଷ୍ଟାଡିୟମରେ ଖେଳା ଯାଇଥିବା ମ୍ୟାଚର ୨୧ ତମ ମିନିଟରେ ଉରୁଗୁଏ ପକ୍ଷରୁ କାଉଣ୍ଟର ଆଟାକ୍‌ କରାଯାଇ ପ୍ରଥମ ଗୋଲ ସ୍କୋର କରାଯାଇଥିଲା। ଆମେରିକା ଗୋଲକିପର ପୋଷ୍ଟ ବାହାରକୁ ଯାଇଥିବା ବେଳେ ଖାଲି ଗୋଲ ପୋଷ୍ଟକୁ ବଲ୍‌ ମାରି ଗୋଲ ସ୍କୋର କରିଥିଲେ ଆଣ୍ଡରସନ୍‌ ଡୁରାଟେ। ଏହା ସହିତ ଆମେରିକା ଟୁର୍ନାମେଣ୍ଟର ପ୍ରଥମ ଗୋଲ ବରଣ କରିଥିଲା। ଆମେରିକା ପକ୍ଷରୁ ଗୋଲ ଶୁଝାଇବାକୁ ପ୍ରୟାସ କରାଯାଇଥିଲେ ମଧ୍ୟ ସମ୍ଭବ ହୋଇ ନ ଥିଲା। ୫୬ ତମ ମିନିଟରେ ଆମେରିକାର ଜୋଶୁଆ ଓ୍ବାଇଣ୍ଡରଙ୍କ ଆତ୍ମଘାତୀ ଗୋଲ ବଳରେ ଆମେରିକା ୨-୦ରେ ପଛୁଆ ରହି ଯାଇଥିଲା। ଦ୍ୱିତୀୟ କ୍ୱାର୍ଟର ଫାଇନାଲରେ ୨୦୧୯ ସଂସ୍କରଣ ରନର୍‌ ଅପ୍‌ ଦକ୍ଷିଣ କୋରିଆ ସେମି ଫାଇନାଲରେ ପ୍ରବେଶ କରିଥିଲା। ନାଇଜେରିଆ ବିପକ୍ଷ ମ୍ୟାଚଟି ବେଶ ସଂଘର୍ଷପୂର୍ଣ୍ଣ ରହିଥିଲା। ମ୍ୟାଚ୍‌ଟି ନିର୍ଦ୍ଧାରିତ ସମୟରେ ଗୋଲ ଶୂନ୍ୟ ରହିଥିଲା। ଅତିରିକ୍ତ ସମୟରେ ସେଓକ୍‌ ହ୍ୟୁନ୍‌ ଚୋଇଙ୍କ ହେଡରରେ ଦକ୍ଷିଣ କୋରିଆ ମ୍ୟାଚ୍‌କୁ ଜିତି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri