Posted inଖେଳ

ସେମିଫାଇନାଲ ଲାଇନ୍‌ଅପ୍‌ ଚୂଡ଼ାନ୍ତ

ଭୁବନେଶ୍ୱର, ୨୬।୧ (କ୍ରୀଡ଼ା ପ୍ରତିନିଧି): ତିନିଥର ଚାମ୍ପିୟନ ନେଦରଲାଣ୍ଡ୍ସ ଚଳିତ ହକି ବିଶ୍ୱକପ୍‌ର ସେମିଫାଇନାଲରେ ପ୍ରବେଶ କରିଛି। କଳିଙ୍ଗ ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ କ୍ୱାର୍ଟର ଫାଇନାଲରେ ଏହି ଦଳ ଦକ୍ଷିଣ କୋରିଆକୁ ୫-୧ ଗୋଲରେ ପରାସ୍ତ କରିଛି। ଏଥିସହ ପ୍ରତିଯୋଗିତାର ସେମିଫାଇନାଲ ଲାଇନ୍‌ଅପ୍‌ ଚୂଡ଼ାନ୍ତ ହୋଇଛି। ୨୭ ତାରିଖ ପ୍ରଥମ ସେମିଫାଇନାଲରେ ଜର୍ମାନୀକୁ ଅଷ୍ଟ୍ରେଲିଆ ଏବଂ ଦ୍ୱିତୀୟ ସେମିରେ ଗତଥରର ଚାମ୍ପିୟନ ବେଲ୍‌ଜିୟମକୁୁ ଭେଟିବ ନେଦରଲାଣ୍ଡ୍ସ।

ଏହା ଗତ ସଂସ୍କରଣ ଫାଇନାଲର ରିମ୍ୟାଚ ସଦୃଶ ହେବ। ୨୦୧୮ରେ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ବିଶ୍ୱକପ୍‌ ଫାଇନାଲରେ ନେଦରଲାଣ୍ଡ୍ସକୁ ହରାଇ ବେଲ୍‌ଜିୟମ ପ୍ରଥମଥର ପାଇଁ ଟାଇଟଲ ଜିତିଥିଲା। ତେଣୁ ପରାଜୟର ମଧୁର ପ୍ରତିଶୋଧ ନେବା ପାଇଁ ନେଦରଲାଣ୍ଡ୍ସ ନିକଟରେ ସୁଯୋଗ ରହିବ। ବୁଧବାର ତୃତୀୟ କ୍ୱାର୍ଟର ଫାଇନାଲରେ ଜର୍ମାନୀ ଶୁଟ୍‌ଆଉଟ ୪-୩ (ନିର୍ଦ୍ଧାରିତ ସମୟରେ ୨-୨) ଗୋଲରେ ଇଂଲଣ୍ଡକୁ ପରାସ୍ତ କରିଥିଲା। ମଙ୍ଗଳବାର ଅନୁଷ୍ଠିତ ଅନ୍ୟ ୨ କ୍ୱାର୍ଟର ଫାଇନାଲରେ ଯଥାକ୍ରମେ ସ୍ପେନ୍‌କୁ ୪-୩ରେ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡକୁ ୨-୦ ଗୋଲରେ ବେଲ୍‌ଜିୟମ ପରାସ୍ତ କରିଥିଲା। ହକିି ଇଣ୍ଡିଆ ମହାସଚିବ ଭୋଳାନାଥ ସିଂ ଅତିଥିଭାବେ ଯୋଗଦେଇ ନେଦରଲାଣ୍ଡ୍ସର କୋଏନ ବିଜେନଙ୍କୁ ପ୍ଲେୟର ଅଫ୍‌ ଦି ମ୍ୟାଚ ପୁରସ୍କାର ପ୍ରଦାନ କରିଥିଲେ।
ପ୍ରଥମ କ୍ୱାର୍ଟରରେ ନେଦରଲାଣ୍ଡ୍ସକୁ କଡ଼ା ଚ୍ୟାଲେଞ୍ଜ ଦେଇଥିଲା କୋରିଆ। ଫଳରେ ପ୍ରଥମ କ୍ୱାର୍ଟର ଗୋଲଶୂନ୍ୟ ରହିଥିଲା। ଦ୍ୱିତୀୟ କ୍ୱାର୍ଟର ଶେଷ ଭାଗରେ ଅର୍ଥାତ୍‌ ୨୯ତମ ମିନିଟରେ କୋଏନ ବିଜେନ ଏକ ଗୋଲ ଦେଇ ପ୍ରଥମାର୍ଦ୍ଧ ଶେଷ ବେଳକୁ ନେଦରଲାଣ୍ଡ୍ସକୁ ୧-୦ ଗୋଲରେ ଅଗ୍ରଣୀ କରିଥିଲେ।

ଦ୍ୱିତୀୟ କ୍ୱାର୍ଟର ଆରମ୍ଭରେ ଅର୍ଥାତ୍‌ ୩୧ତମ ମିନିଟରେ ନେଦରଲାଣ୍ଡ୍ସକୁ ମିଳିଥିବା ପେନାଲ୍ଟି କର୍ନରକୁ ବିଜେନ ଗୋଲରେ ପରିଣତ କରିଥିଲେ। ଏହା ବ୍ୟକ୍ତିଗତ ଏବଂ ଦଳ ପକ୍ଷରୁ ତାଙ୍କର ଥିଲା ଦ୍ୱିତୀୟ ଗୋଲ। ୩୬ତମ ମିନିଟରେ ଜଣ୍ଟିନ ବ୍ଲକ ଏକ ଫିଲ୍ଡ ଗୋଲ ମାଧ୍ୟମରେ ଦଳର ଅଗ୍ରଣୀ ବ୍ୟବଧାନକୁ ୩-୦ରେ ପହଞ୍ଚାଇଥିଲେ। ଚତୁର୍ଥ କ୍ୱାର୍ଟରରେ ମଧ୍ୟ ନେଦରଲାଣ୍ଡ୍ସର ପ୍ରଭାବ ଜାରି ରହିଥିଲା। ୫୦ତମ ମିନିଟରେ ଷ୍ଟେଜନ ଭାନ ହେଜନିନ୍‌ଗେନନ୍‌ ଦଳ ପକ୍ଷରୁ ୪ର୍ଥ ଗୋଲଟି ସ୍କୋର କରିିଥିଲେ। ୫୧ତମ ମିିନିଟରେ କୋରିଆର ଇନ୍‌ଉ ସ୍ୟୁ ଗୋଟିଏ ଗୋଲ ପରିଶୋଧ କରିଥିଲେ ହେଁ ୫୮ତମ ମିନିଟରେ ମିଳିଥିବା ପେନାଲ୍ଟି କର୍ନରକୁ ଗୋଲରେ ପରିଣତ କରି ଟିଉନ ବେନ୍ସ ଦଳର ବିଜୟ ପକ୍କା କରି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ରୁଡ୍‌ଙ୍କୁ କ୍ୟାରିୟରର ବଡ଼ ଟାଇଟଲ

ବାର୍ସିଲୋନା, ୨୩ା୪ (ଏପି): କାସ୍ପର ରୁଡ୍‌ ବାର୍ସିଲୋନା ଓପନ ଟେନିସ ଚାମ୍ପିୟନ ହୋଇଛନ୍ତି। ଟୁର୍ନାମେଣ୍ଟର ଫାଇନାଲରେ ସେ ଷ୍ଟିଫାନସ ସିତ୍‌ସିପାସଙ୍କୁ ୭-୫, ୬-୩ରେ ହରାଇ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri