Posted inଖେଳ

ସେମିରେ ସାବାଲେଙ୍କା, ଜାବେର୍‌

ଓ୍ବିମ୍ବେଲଡନ୍‌, ୧୩ା୭: ଟେନିସ୍‌ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଓ୍ବିମ୍ବେଲଡନ୍‌ର ମହିଳା ସିଙ୍ଗଲ୍ସ ସେମି ଫାଇନାଲରେ ପ୍ରବେଶ କରିଛନ୍ତି ଆରିନା ସାବାଲେଙ୍କା ଓ ଓନ୍ସ ଜାବେର୍‌। ବୁଧବାର ଅନୁଷ୍ଠିତ କ୍ୱାର୍ଟର ଫାଇନାଲରେ ବିଶ୍ୱ ମାନ୍ୟତାର ଦ୍ୱିତୀୟ ସ୍ଥାନରେ ଥିବା ବେଲାରୁଷର ଆରିନା ସାବାଲେଙ୍କା ୬-୨, ୬-୪ର ସିଧାସଳଖ ସେଟ୍‌ରେ ଆମେରିକାର ମାଡିସନ୍‌ କିସ୍‌ଙ୍କୁ ପରାସ୍ତ କରିଛନ୍ତି। ବିଶ୍ୱ ମାନ୍ୟତାର ଦ୍ୱିତୀୟ ସ୍ଥାନରେ ଥିବା ସାବାଲେଙ୍କା ପ୍ରାଧାନ୍ୟ ବିସ୍ତାର କରି ଖେଳିବା ସହିତ କ୍ୟାରିୟରେ ଅଷ୍ଟମ ଥର ପାଇଁ ଏକ ଗ୍ରାଣ୍ଡସ୍ଲାମ ସେମି ଫାଇନାଲରେ ପ୍ରବେଶ କରିଥିଲେ। ଅନ୍ୟ ପକ୍ଷରେ କ୍ୟାରିୟରରେ ପଞ୍ଚମ ଥର ଗ୍ରାଣ୍ଡସ୍ଲାମ ଲକ୍ଷ୍ୟରେ ଥିବା ମାଡିସନ୍‌ଙ୍କୁ ନିରାଶ ହେବାକୁ ପଡିଛି। ଚଳିତ ବର୍ଷ ସାବାଲେଙ୍କା ଅଷ୍ଟ୍ରେଲିଆନ୍‌ ଓପନ ବିଜୟୀ ହୋଇଥିବା ବେଳେ ଫ୍ରେଞ୍ଚ ଓପନ ସେମି ଫାଇନାଲରେ ପ୍ରବେଶ କରିଥିଲେ।
ଦ୍ୱିତୀୟ କ୍ୱାର୍ଟର ଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ କାଜାଖସ୍ତାନର ଏଲିନା ରିବାକିନାଙ୍କୁ ବିଦା କରିଛନ୍ତି ଓନ୍ସ ଜାବେର। ୨୦୨୨ ଓ୍ବିମ୍ବେଲଡନ୍‌ ଫାଇନାଲରେ ରିବାକିନାଙ୍କ ନିକଟରୁ ପରାଜିତ ହୋଇଥିବା ବେଳେ ଚଳିତ ବର୍ଷ ସେ ଏହାର ମଧୁର ପ୍ରତିଶୋଧ ନେଇଛନ୍ତି। ୬-୭(୫-୭), ୬-୪ ଓ ୬-୧ରେ ଜାବେର ଏହି ମ୍ୟାଚ୍‌କୁ ଜିତି ନେଇଥିଲେ। ପ୍ରଥମ ସେଟ୍‌ଟି ଟାଇବ୍ରେକରକୁ ଯାଇଥିବା ବେଳେ ବିଶ୍ୱ ମାନ୍ୟତାର ୩ ନମ୍ବର ସ୍ଥାନରେ ଥିବା ରିବାକିନା ଏହାକୁ ଜିତି ନେଇଥିଲେ। ତେବେ ପରବର୍ତ୍ତୀ ଦୁଇ ସେଟ୍‌କୁ ଅନାୟାସରେ ଜିତିବା ସହିତ ତୃତୀୟ ଗ୍ରାଣ୍ଡସ୍ଲାମ ସେମି ଫାଇନାଲରେ ପ୍ରବେଶ କରିଥିଲେ ଜାବେର। ଗୁରୁବାର ହେବାକୁ ଥିବା ପ୍ରଥମ ସେମି ଫାଇନାଲ ମୁକାବିଲାରେ ଓନ୍ସ ଜାବେର ଓ ଆରିନା ସାବାଲେଙ୍କା ପରସ୍ପର ବିପକ୍ଷରେ ଖେଳିବେ। ଦ୍ୱିତୀୟ ସେମିରେ ୟୁକ୍ରେନର ଏଲିନା ସ୍ବିତୋଲିନା ଓ ରୁଷିଆର ମାର୍କେଟା ଭୋନ୍ଦ୍ରୋସୋଭା ପରସ୍ପର ସହିତ ଖେଳିବେ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷରେ ଡେବ୍ୟୁ କରି ଇତିହାସ ରଚିଲେ Vaibhav Suryavanshi, ଭାଙ୍ଗିଲେ ସଚିନଙ୍କ ରେକର୍ଡ

ମ୍ୟାଞ୍ଚେଷ୍ଟର,୪।୭: ଭାରତୀୟ କ୍ରିକେଟର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ଶେଷରେ ଆନ୍ତର୍ଜାତୀୟ କ୍ରିକେଟ୍‌ରେ ଡେବ୍ୟୁ କରି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। ଶନିବାର ଇଂଲଣ୍ଡ ବିପକ୍ଷ…

ଅଦିନିଆ ବର୍ଷା ସହ ଘନ କୁହୁଡ଼ି: ଜନଜୀବନ ଅସ୍ତବ୍ୟସ୍ତ

ଥୁଆମୂଳ ରାମପୁର,୪।୭,(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ତିନି ଦିନ ହେଲା ପାଣିପାଗରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଲଗାତାର ଲାଗି…

ଘାଟିରେ ବାରମ୍ବାର ଅଟକୁଛି ଭାରୀଯାନ, ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କଣ୍ଟେନର ଉକ୍ତ ଘାଟି…

୧୧ଦିନ ହେବ ଅନ୍ଧାରରେ ସିର୍ଲା ପଞ୍ଚାୟତ, ପଞ୍ଚାୟତ ବାସୀ ଘେରିଲେ ବିଦ୍ୟୁତ କାର୍ଯ୍ୟାଳୟ

ତୁମୁଡିବନ୍ଧ,୪।୭,(ଦିପକ କୁମାର ପରାସେଠ): ପ୍ରାୟ ୧୧ ଦିନ ହେବ ସିର୍ଲା ପଞ୍ଚାୟତ ଅନ୍ଧାରରେ ରହିଛି। ଏଥିରେ ଅତିଷ୍ଠ ହୋଇ ପଞ୍ଚାୟତ ବାସୀ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ କରିଛନ୍ତି।ଏହି…

କେସିଙ୍ଗା ଏନ୍‌ଏସି ନିର୍ବାଚନରେ ବିଜେଡିର ବିଜୟକୁ ନେଇ ଗୁପ୍ତ ବୈଠକ

କେସିଙ୍ଗା,୪ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ସହର କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦରେ କିଛି ମାସ ପରେ ନିର୍ବାଚନ ହେବାର ସଙ୍କେତ ମିଳିବା ପରେ ବିଜେଡି ପକ୍ଷରୁ…

ତୃତୀୟ ଥର କେମିତି ପ୍ରେମରେ ପଡ଼ିଥିଲେ ଆମିର, ଜାଣନ୍ତୁ ଗୌରୀଙ୍କ ସହ ଭେଟର କାହାଣୀ-ଲଭ୍‌ଷ୍ଟୋରୀ

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ଟନିଷ୍ଟ’ ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧିହେବେ। ଆସନ୍ତା ଜୁଲାଇ ୫ ତାରିଖରେ ସେ ତାଙ୍କର ଦୀର୍ଘଦିନର ବାନ୍ଧବୀ ଗୌରୀ ସ୍ପ୍ରାଟ୍‌ଙ୍କ…

ବିଜେଡ଼ି ନେତା ଭୃଗୁ ବକ୍ସିପାତ୍ରଙ୍କ ହୁମ୍ମା ରେଳ ଷ୍ଟେଶନ ଗ୍ରସ୍ତ, ଯାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ କଲେ ଆଲୋଚନା

ଗଞ୍ଜାମ,୪।୭,(ବିଦ୍ୟାଧର ସାହୁ ): ବରିଷ୍ଟ ବିଜେଡ଼ି ନେତା ତଥା ରାଜ୍ୟ ବିଜେଡ଼ି ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ହୁମ୍ମା ରେଳ ଷ୍ଟେଶନରେ ପହଞ୍ଚି ଯାତ୍ରୀଙ୍କ ସୁବିଧା ଏବଂ…

ନିର୍ମାଣାଧୀନ କାନ୍ଥ ପଡ଼ି ଜଣେ ଶ୍ରମିକ ମୃତ, ଜଣେ ଗୁରୁତର

କେନ୍ଦୁଝର,୪।୭, (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ସରାସ ଗ୍ରାମରେ ନବ ନିର୍ମିତ ଏକ ଘରର ଛାତ ଉପର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri