Posted inଜାତୀୟ

ଗେହଲଟ୍‌ଙ୍କ ଅନୁଗତଙ୍କୁ ଭେଟିଲେ ସଚିନ: ଖୁବ୍‌ଶୀଘ୍ର ବସିପାରେ ବିଧାୟକ ଦଳ ବୈଠକ

ଜୟପୁର,୫।୧୦: ରାଜସ୍ଥାନର ରାଜନୈତିକ ସଙ୍କଟ ଭିତରେ କଂଗ୍ରେସ ନେତା ସଚିନ ପାଇଲଟ ବିରୋଧୀ ଗୋଷ୍ଠୀଙ୍କୁ ମନେଇବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ସେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ଅନୁଗତ ଏବଂ ବିଧାୟକଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ୍‌ ବେଳେ ଖାଦ୍ୟ ଏବଂ ଯୋଗାଣ ମନ୍ତ୍ରୀ ପ୍ରତାପ ସିଂହ ଉପସ୍ଥିତ ଥିବା ଜଣାପଡିଛି। ଦଳ ଭିତରେ ଥିବା ଅସନ୍ତୋଷ ଓ ମତଭେଦ ସମାଧାନ ପାଇଁ ସଚିନ ଉଦ୍ୟମ କରିଛନ୍ତି। ତେବେ ଖୁବ୍‌ଶୀଘ୍ର ବିଧାୟକ ଦଳ ବୈଠକ ବସି ସମସ୍ୟାର ସମାଧାନ ବାହାରିବ ବୋଲି ସେ ଆଶବାଦୀ ଅଛନ୍ତି।

ମୁଖ୍ୟମନ୍ତ୍ରୀ ପଦକୁ ନେଇ ପାଇଲଟ ଓ ଗେହଲଟ୍‌ଙ୍କ କ୍ୟାମ୍ପରେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଥିଲା। ଏହା ପରବର୍ତ୍ତୀ ସମୟରେ ଦିଲ୍ଲୀରେ ପହଞ୍ଚି ଥିଲା। ଏହି ସମସ୍ୟା କଂଗ୍ରେସ ହାଇକମାଣ୍ଡଙ୍କ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଥିଲା। ଗୋଟିଏ ପଟେ ଦଳର ନେତା ରାହୁଲ ଗାନ୍ଧୀ ଭାରତ ଯୋଡ଼ ଯାତ୍ରା ଜାରି ରଖିଥିବା ବେଳେ ରାଜସ୍ଥାନ କଂଗ୍ରେସର ଆଭ୍ୟନ୍ତରୀଣ କନ୍ଦଳ ତାଙ୍କୁ ଅଡୁଆ ପରିସ୍ଥିତରେ ପକାଇଛି। ଏପରି କି ଅଶୋକ ଗେହଲଟ୍‌ କଂଗ୍ରେସ ସଭାପତି ଦୌଡରୁ ଓହରି ଯାଇଥିଲେ। ଦଳୀୟ ଗୋଷ୍ଠୀ କନ୍ଦଳ ପାଇଁ ସେ ନିଜକୁ ଦାୟୀ କରି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନିକଟରେ କ୍ଷମା ପ୍ରାର୍ଥନା ମଧ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri