Posted inଜାତୀୟ

ଗେହଲଟ୍‌ଙ୍କ ଅନୁଗତଙ୍କୁ ଭେଟିଲେ ସଚିନ: ଖୁବ୍‌ଶୀଘ୍ର ବସିପାରେ ବିଧାୟକ ଦଳ ବୈଠକ

ଜୟପୁର,୫।୧୦: ରାଜସ୍ଥାନର ରାଜନୈତିକ ସଙ୍କଟ ଭିତରେ କଂଗ୍ରେସ ନେତା ସଚିନ ପାଇଲଟ ବିରୋଧୀ ଗୋଷ୍ଠୀଙ୍କୁ ମନେଇବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ସେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ଅନୁଗତ ଏବଂ ବିଧାୟକଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ୍‌ ବେଳେ ଖାଦ୍ୟ ଏବଂ ଯୋଗାଣ ମନ୍ତ୍ରୀ ପ୍ରତାପ ସିଂହ ଉପସ୍ଥିତ ଥିବା ଜଣାପଡିଛି। ଦଳ ଭିତରେ ଥିବା ଅସନ୍ତୋଷ ଓ ମତଭେଦ ସମାଧାନ ପାଇଁ ସଚିନ ଉଦ୍ୟମ କରିଛନ୍ତି। ତେବେ ଖୁବ୍‌ଶୀଘ୍ର ବିଧାୟକ ଦଳ ବୈଠକ ବସି ସମସ୍ୟାର ସମାଧାନ ବାହାରିବ ବୋଲି ସେ ଆଶବାଦୀ ଅଛନ୍ତି।

ମୁଖ୍ୟମନ୍ତ୍ରୀ ପଦକୁ ନେଇ ପାଇଲଟ ଓ ଗେହଲଟ୍‌ଙ୍କ କ୍ୟାମ୍ପରେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଥିଲା। ଏହା ପରବର୍ତ୍ତୀ ସମୟରେ ଦିଲ୍ଲୀରେ ପହଞ୍ଚି ଥିଲା। ଏହି ସମସ୍ୟା କଂଗ୍ରେସ ହାଇକମାଣ୍ଡଙ୍କ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଥିଲା। ଗୋଟିଏ ପଟେ ଦଳର ନେତା ରାହୁଲ ଗାନ୍ଧୀ ଭାରତ ଯୋଡ଼ ଯାତ୍ରା ଜାରି ରଖିଥିବା ବେଳେ ରାଜସ୍ଥାନ କଂଗ୍ରେସର ଆଭ୍ୟନ୍ତରୀଣ କନ୍ଦଳ ତାଙ୍କୁ ଅଡୁଆ ପରିସ୍ଥିତରେ ପକାଇଛି। ଏପରି କି ଅଶୋକ ଗେହଲଟ୍‌ କଂଗ୍ରେସ ସଭାପତି ଦୌଡରୁ ଓହରି ଯାଇଥିଲେ। ଦଳୀୟ ଗୋଷ୍ଠୀ କନ୍ଦଳ ପାଇଁ ସେ ନିଜକୁ ଦାୟୀ କରି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନିକଟରେ କ୍ଷମା ପ୍ରାର୍ଥନା ମଧ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ୪ ବିମାନ ବନ୍ଦରକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ନୂଆଦିଲ୍ଲୀ,୨୭।୪: ଦେଶର ଚାରୋଟି ବିମାନବନ୍ଦରକୁ ବୋମାରେ ଉଡାଇ ଦେବାକୁ ଧମକ ଆସିଛି। ଇ-ମେଲ ମାଧ୍ୟମରେ ଦାବି କରାଯାଇଛି ଯେ କୋଲକାତା ବିମାନବନ୍ଦର ସମେତ ଦେଶର ଚାରୋଟି...

ଟିଏମସିକୁ ଆତଙ୍କବାଦୀ ସଙ୍ଗଠନ ଘୋଷଣା କରାଯାଉ: ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୭।୪: ସନ୍ଦେଶଖାଲି ପ୍ରସଙ୍ଗରେ ଭାଜପା କ୍ରମାଗତ ଭାବେ ତ୍ରୁଣମୂଳ କଂଗ୍ରେସ(ଟିଏମସି) ଉପରେ ଆକ୍ରମଣ କରୁଛି। ସନ୍ଦେଶଖାଲି ହିଂସା ଏବଂ ମହିଳାଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ମାମଲା...

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର...

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri