Posted inଜାତୀୟ

‘ଦେଶର ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ରାଜନୀତିରୁ ଫୁରସତ ନାହିଁ, ଆତଙ୍କବାଦୀ ଉଠାଉଛନ୍ତି ଫାଇଦା: ଉଦ୍ଧବ ଶିବସେନା

ନୂଆଦିଲ୍ଲୀ,୨୨।୪: ଶିବସେନାର ଉଦ୍ଦବ ଠାକରେ ଗ୍ରୁପ ପୁଞ୍ଛରେ ସେନା ଗାଡି ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ କେନ୍ଦ୍ରର ଭାରତୀୟ ଜନତା ପାର୍ଟି(ଭାଜପା) ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଦଳ କହିଛି ଭାଜପାକୁ କେବଳ ରାଜନୀତି ଓ ରାଜନୀତି କରିବା ଜଣା ଅଛି। ଏମିତି ସମୟରେ ଯେତେବେଳେ ଆମ ଯବାନ ଶହୀଦ ହେଉଛନ୍ତି ଓ ଆତଙ୍କବାଦୀଙ୍କ ଟାର୍ଗେଟ ପାଲଟି ଯାଉଛନ୍ତି ସେତେବେଳେ ବି ଏମାନେ ରାଜନୀତି ଛାଡିପାରୁ ନାହାନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରାଜନୈତିକ କାମରେ ବ୍ୟସ୍ତ ଅଛନ୍ତି। ଆତଙ୍କବାଦୀମାନେ ଏହାର ଫାଇଦା ଉଠାଉଛନ୍ତି।

ଦଳ ଏହାର ମୁଖପତ୍ର ସାମନାର ସମ୍ପାଦକୀୟରେ କହିଛି କି ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ଦେଇଥିବା ଧାରା ୩୭୦ ରଦ୍ଦ ହେବା ପରେ ମଧ୍ୟ କଶ୍ମୀରରେ ହିଂସା ଜାରି ରହିଛି। ତଥାପି ଶାନ୍ତି ନାହିଁ। କର୍ନାଟକ ନିର୍ବାଚନ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରୁଥିବା ବେଳେ ସେ କହିଛନ୍ତି, ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ରମନ୍ତ୍ରୀ ଓ ପ୍ରତିରକ୍ଷା ମନ୍ତ୍ରୀ ସେମାନଙ୍କ ରାଜନୈତିକ କାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। ଆତଙ୍କବାଦୀମାନେ ଏହାର ଫାଇଦା ଉଠାଇ ଜମ୍ମୁ-କଶ୍ମୀରର ପୁଞ୍ଛରେ ସେନା ଗାଡି ଉପରକୁ ଆକ୍ରମଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri