କୋଭିଡ୍‌ରେ ସେନ୍‌କୋ ଗୋଲ୍ଡ ଅଧ୍ୟକ୍ଷଙ୍କ ପରଲୋକ

କୋଲକାତା,୨୯।୭: ଗହଣା ରିଟେଲିଂ କ୍ଷେତ୍ରରେ ପ୍ରମୁଖ କମ୍ପାନୀ ସେନ୍‌କୋ ଗୋଲ୍ଡ ଆଣ୍ଡ ଡାଇମଣ୍ଡର ଅଧ୍ୟକ୍ଷ ଶଙ୍କର ସେନ୍‌ଙ୍କର କରୋନା ସଂକ୍ରମଣ ଯୋଗୁ ପରଲୋକ ଘଟିଛି। ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା। ନିକଟରେ ତାଙ୍କର ଏକ ଅପରେଶନ ହୋଇଥିବା ବେଳେ ସେ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ ବୋଲି ସୂଚନା ରହିଛି। ସେନ୍‌କୋ ଗୋଲ୍ଡକୁ ଜାତୀୟ ସ୍ତରରେ ଲୋକପ୍ରିୟ କରାଇବା ଦିଗରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରହିଛି। ୧୯୯୦ରେ ତାଙ୍କ ପିତାଙ୍କଠାରୁ କାରବାର ସମ୍ଭାଳିବା ସହ ସେ ପ୍ରଥମେ ୩ଟି ଷ୍ଟୋରରୁ କାରବାର ଆରମ୍ଭ କରିଥିଲେ। ଏହି ଷ୍ଟୋର ସଂଖ୍ୟା ବର୍ତ୍ତମାନ ୧୦୦ ଟପିଛି। ତାଙ୍କ ବିୟୋଗରେ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କମର୍ସ ପକ୍ଷରୁ ଶୋକ ପ୍ରକାଶ କରାଯାଇଛି। ସେନ୍‌ ଜଣେ ଭବିଷ୍ୟଦ୍ରଷ୍ଟା ଥିବା ବେଳେ ଗ୍ରାହକଙ୍କ ଲାଗି ବିଭିନ୍ନ ପଦକ୍ଷେପ ସର୍ବଦା ନେଉଥିଲେ। ଭାରତୀୟ ରତ୍ନ ଏବଂ ଆଭୁଷଣ ପରିଷଦରେ ସେ ଜଣେ ପ୍ରତିଷ୍ଠାତା ସଦସ୍ୟ ରହିଥିଲେ। ପରିଷଦର ଅଧ୍ୟକ୍ଷ ଏନ୍‌.ଅନନ୍ତ ପଦ୍ମନାଭନ କହିଛନ୍ତି ଯେ, ସେନ୍‌ଙ୍କ ବିୟୋଗ ଏକ ଅପୂରଣୀୟ କ୍ଷତି। ତାଙ୍କ ପରିବାରକୁ ସଂଘ ପକ୍ଷରୁ ସମବେଦନା ଜ୍ଞାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri