Posted inଜାତୀୟ

ମଣିପୁରକୁ ସର୍ବଦଳୀୟ ପ୍ରତିନିଧି ପଠାଅ: କଂଗ୍ରେସ

ନୂଆଦିଲ୍ଲୀ, ୧୩ା୬: ହିଂସା ପ୍ରବଣ ମଣିପୁରରେ ଶାନ୍ତି ଫେରାଇ ଆଣିବାକୁ ହେଲେ ସେଠାକୁ ସର୍ବଦଳୀୟ ପ୍ରତିନିଧି ପଠାଇବାକୁ ସୋମବାର କଂଗ୍ରେସ ଦାବି କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତି ମାସରେ ମନ୍‌ କୀ ବାତ୍‌ କରୁଥିବାବେଳେ ଅନ୍ତତଃ ଥରେ ‘ମଣିପୁର କୀ ବାତ୍‌’ କରନ୍ତୁ ବୋଲି କଂଗ୍ରେସ ନେତା ଜୟରାମ ରମେଶ କହିଛନ୍ତି। ପ୍ରଧାନମନ୍ତ୍ରୀ ମଣିପୁର ହିଂସା ପ୍ରସଙ୍ଗରେ ନୀରବତା ଭଙ୍ଗ କରି ସେଠାକୁ ଯିବା ପାଇଁ ଜୟରାମ ପରାମର୍ଶ ଦେଇଛନ୍ତି। ମଣିପୁର ସଂଘର୍ଷ ପାଇଁ କଂଗ୍ରେସ ରାଜ୍ୟ ପ୍ରଶାସନକୁ ଦାୟୀ କରିଛି। ସର୍ବଦଳୀୟ ପ୍ରତିନିଧି ଦଳ ମଣିପୁର ଜନସାଧାରଣଙ୍କ ମଧ୍ୟରେ ଆସ୍ଥା ସଞ୍ଚାର କରିପାରିବ ଓ ସେମାନଙ୍କ ଦୁଃଖ ସମୟରେ ଦେଶ ସେମାନଙ୍କ ସହ ରହିଥିବାର ବାର୍ତ୍ତା ଦେବ। ଏହା କେବଳ ମଣିପୁର ଜନସାଧାରଣଙ୍କ ପ୍ରସଙ୍ଗ ନୁହେଁ, ଜାତୀୟ ପ୍ରସଙ୍ଗ ବୋଲି ଜୟରାମ କହିଛନ୍ତି। ମଣିପୁର ହିଂସାରେ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ହଜାର ହଜାର ଲୋକ ଘରଦ୍ୱାର ଛାଡ଼ି ରିଲିଫ କ୍ୟମ୍ପ୍‌ରେ ଆଶ୍ରୟ ନେଇଛନ୍ତି। ସେଠାରେ ସ୍ଥିତି ବିପର୍ଯ୍ୟୟ ହୋଇଥିବାବେଳେ ବଜାରରେ ଅତ୍ୟାବଶ୍ୟକ ସାମଗ୍ରୀ ମିଳୁନାହିଁ। ଜାତୀୟ ରାଜପଥ ଅବରୋଧ ଯୋଗୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବା କଂଗ୍ରେସ ନେତା ଭକ୍ତ ଚରଣ ଦାସ କହିଛନ୍ତି। କେନ୍ଦ୍ର ସରକାର ବିମାନ ଯୋଗେ ସେଠାକୁ ଅତ୍ୟାବଶ୍ୟକ ସାମଗ୍ରୀ ପଠାଇବାକୁ ସେ ଦାବି କରିଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତ ରାଜ୍ୟରେ ଶାନ୍ତି ଫେରାଇବାରେ ସହାୟକ ହୋଇପାରିବ ବୋଲି ଭକ୍ତ ଆଶାବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri