Posted inଜାତୀୟ

ବୁଲା କୁକୁରଙ୍କୁ ଆସାମ ପଠାଇ ଦିଅ, ସେଠାରେ ଲୋକେ ଏମାନଙ୍କର ମାଂସ ଖାଆନ୍ତି: ବିଧାୟକଙ୍କ ମନ୍ତବ୍ୟ ନେଇ ବିବାଦ…

ମୁମ୍ବାଇ,୫।୩ : ମହାରାଷ୍ଟ୍ର ବିଧାନସଭାର ବିଧାୟକ ତଥା ପ୍ରହାର ଜନଶକ୍ତି ପାର୍ଟିର ମୁଖ୍ୟ ବଚ୍ଚୁ କାଦୁ କହିଛନ୍ତି ଯେ ଆସାମର ଲୋକମାନେ କୁକୁର ମାଂସ ଖାଉଛନ୍ତି। ତେଣୁ ମହାରାଷ୍ଟ୍ରରୁ ବୁଲା କୁକୁରଙ୍କୁ ଆସାମକୁ ପଠାଯିବା ଉଚିତ। ବିଧାନସଭାରେ ବୁଲା କୁକୁର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ସମସ୍ୟା ଉପରେ ଆଲୋଚନା ଚାଲିଥିଲା। ଏହି ପ୍ରସଙ୍ଗରେ ବିଧାୟକ ପ୍ରତାପ ସରନାଇକ ଏବଂ ଅତୁଲ ଭଟକଲକର ନିଜର ମତ ରଖିଥିଲେ। ଏହି ସମୟରେ ବିଧାୟକ ବାଚୁ କାଦୁ ତାଙ୍କ ଭାଷଣରେ ବିବାଦୀୟ ମନ୍ତବ୍ୟ ଦେଇଥିଲେ।

ଆସାମରେ ବୁଲା କୁକୁରମାନଙ୍କର ଚାହିଦା ରହିଛି। ସେଠାରେ ବୁଲା କୁକୁରଙ୍କ ଦାମ ୮ ହଜାର ଟଙ୍କା ପର୍ଯ୍ୟନ୍ତ ମିଳିପାରିବ। ଏହା ସହ ରାଜ୍ୟରେ ବୁଲା କୁକୁରଙ୍କ ସଂଖ୍ୟା ମଧ୍ୟ ନିୟନ୍ତ୍ରିତ ହୋଇ ପାରିବ। ତେଣୁ ବୁଲା କୁକୁରମାନଙ୍କୁ ଆସାମକୁ ପଠାଯିବା ଆବଶ୍ୟକ। ବର୍ତ୍ତମାନ ଏହି ପରୀକ୍ଷା ଗୋଟିଏ ସହରରେ କରାଯିବା ଉଚିତ।

ବିଧାୟକଙ୍କ ଏହି ବିବୃତ୍ତିକୁ ନେଇ ବିବାଦ ସୃଷ୍ଟି ହୋଇଛି। ପ୍ରାଣୀ ଅଧିକାର କର୍ମୀ ତଥା ପ୍ରାଣୀପ୍ରେମୀମାନେ ଏହି ବିବୃତ୍ତିକୁ ଦୃଢ଼ ବିରୋଧ କରିଛନ୍ତି ଏବଂ କହିଛନ୍ତି ଯେ ବିଧାୟକଙ୍କ ଏହି ବିବୃତ୍ତି ଅମାନବୀୟ ଏବଂ ଅପମାନଜନକ।

ଏହାପୂର୍ବର ଝାଡଖଣ୍ଡର ଜଣେ ବିଧାୟକ ମଧ୍ୟ ଏଭଳି ବିବୃତ୍ତି ଦେଇଥିଲେ। ଝାଡଖଣ୍ଡର ବୋକାରୋରୁ ଭାଜପା ବିଧାୟକ ବିରଞ୍ଚି ନାରାୟଣ ବୁଲା କୁକୁରମାନେ ଲୋକଙ୍କୁ ଆକ୍ରମଣ କରୁଥିବାନେଇ କହିଥିଲେ ଯେ, ଯଦି ସରକାର ଏହାର ସମାଧାନ କରିପାରୁ ନାହାଁନ୍ତି, ତେବେ ନାଗାଲାଣ୍ଡର ଲୋକଙ୍କୁ ଡାକନ୍ତୁ, ସେମାନେ ଏହି ସମସ୍ୟାର ସମାଧାନ ସହଜରେ କରିଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri