ବରିଷ୍ଠ ଅଭିନେତା ମିହିର ଦାସଙ୍କ ପରଲୋକ

କଟକ ଅଫିସ,୧୧।୧: ବରିଷ୍ଠ କଳାକାର ତଥା ଅଭିନେତା ମିହିର ଦାଶଙ୍କ ମଙ୍ଗଳବାର ଅପରାହ୍ନରେ ପରଲୋକ ହୋଇଯାଇଛି।  ସେ ଦୀର୍ଘ ଦିନ ହେଲା ଯକୃତ ରୋଗରେ ଆକ୍ରାନ୍ତ ହୋଇ କଟକର ଏକ ଘରୋଇ ମେଡିକାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

୧୯୬୬ ମସିହା ଫେବୃୟାରୀ ୨ ତାରିଖରେ ମୟୂରଭଞ୍ଜ ଜିଲାରେ ଜନ୍ମ ହୋଇଥିଲେ ମିହିର ଦାସ । ପିଲାଟି ଦିନରୁ ଅଭିନୟ ଥିଲା ତାଙ୍କର ନିଶା ଓ ପେଶା । ସେ ୧୯୭୯ରେ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ପାଦ ଥାପିଥିଲେ। ସେ ପ୍ରାୟ ୧୦୦ଟି ଚଳଚ୍ଚିତ୍ରରେ ମୁଖ୍ୟ ଓ ସହ କଳାକାର ଭୂମିକାରେ ଅଭିନୟ କରିଛନ୍ତି ।

ତାଙ୍କର ଲୋକପ୍ରିୟ ଚଳଚ୍ଚିତ୍ର ମଧ୍ୟରେ ଲକ୍ଷ୍ମୀ ପ୍ରତିମା, ଟାର୍ଗେଟ, ଗୁଣ୍ଡା, ମାଇଁ ଲଭ ଷ୍ଟୋରୀ, ପହିଲି ରାଜା, ଚୋରି ଚୋରି ମନ ଚୋରି, ବାଜି, ଧଉଳି ଏକ୍ସପ୍ରେସ ଅନ୍ୟତମ। ଅଭିନୟ ପାଇଁ ସେ ଏକାଧିକ ପୁରସ୍କାର ପାଇଛନ୍ତି। ୧୯୯୯ରେ ବିଧାତା ଓ ୨୦୦୫ରେ ଫେରିଆ ମୋ ସୁନା ଭଉଣୀ ଚଳଚ୍ଚିତ୍ର ପାଇଁ ତାଙ୍କୁ ଶ୍ରେଷ୍ଠ କଳାକାର ସମ୍ମାନ ମିଳିଥିଲା । ସେ କଣ୍ଠଶିଳ୍ପୀ ସଙ୍ଗୀତା ଦାସଙ୍କୁ ବିବାହ କରିଥିଲେ। ୨୦୧୦ରେ ସ୍ତ୍ରୀ ସଙ୍ଗୀତାଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri