ବଡ଼ ବୟାନ ଦେଲେ ବରିଷ୍ଠ ବିଜେଡି ନେତା ଅମର ଶତପଥୀ, କିଏ ଆଉ ଦଳ ଛାଡ଼ିବେ…

ଭୁବନେଶ୍ୱର,୭।୯: ଏମ୍‌ପିମାନେ ଦଳ ଛାଡିଲେ ବଡ ପ୍ରଭାବ ପଡ଼ିବ । ଏହା କହିଛନ୍ତି ବରିଷ୍ଠ ବିଜେଡି ନେତା ଅମର ଶତପଥୀ । ଏଭଳି ବଡ ବୟାନ । ଦେଇ ସେ କହିଛନ୍ତି, ମୋ ପାଖେ ତଥ୍ୟ ନାହିଁ, କିଏ ଆଉ ଦଳ ଛାଡିବେ । ଏ ଯେଉଁ ପରିସ୍ଥିତି ସୃଷ୍ଟି ହୋଇଛି ସେନେଇ ଆମକୁ ଆତ୍ମନିରୀକ୍ଷଣ କରିବାର ଆବଶ୍ୟକତା ରହିଛି । ଯେଉଁମାନେ ଦଳର ଆଗଧାଡ଼ିରେ ଥିଲେ, କାହିଁକି ସେମାନେ ଦଳ ଛାଡୁଛନ୍ତି । ତାର ଆତ୍ମନିରୀକ୍ଷଣ ହେବା ଦରକାର । ଅନ୍ୟ ଉପରେ ଦାୟିତ୍ୱ ଦେଇ ଖସିଗଲେ ହେବନି । ଅଧିକ ତର୍ଜମା ହେବା ଦରକାର । କେହି ବ୍ୟକ୍ତିଗତ ଭାବେ ଗଲେ ଦଳ କ୍ଷତିଗ୍ରସ୍ତ ହୁଅନ୍ତା ନାହିଁ । କିନ୍ତୁ ସଂସଦକୁ ଯାଇଥିବା ବ୍ୟକ୍ତି ଯଦି ଦଳ ଛାଡିବେ ତାହାଲେ ଦଳ ଉପରେ ନିଶ୍ଚିତ ପ୍ରଭାବ ପଡିବ ବୋଲି କହିଛନ୍ତି ଅମର ପ୍ରସାଦ ଶତପଥୀ ।

ମମତାଙ୍କ ପରେ ରାଜ୍ୟ ସଭା ସଦସ୍ୟ ଥିବା ବିଜେଡି ନେତା ସୁଜିତ୍‌ କୁମାର ଶୁକ୍ରବାର ବିଜେଡି ଛାଡ଼ି ଭାଜପାରେ ସାମିଲ ହୋଇଛନ୍ତି। କିଛିଦିନ ଅନ୍ତରରେ ୨ ଜଣ ରାଜ୍ୟ ସଭା ସଦସ୍ୟ ବିଜେଡି ଛାଡ଼ି ଭାଜପାରେ ସାମିଲହେବା ବିଜେଡି ପାଇଁ ଚିନ୍ତା ବଢ଼ାଇଦେଇଛି। ସୁଜିତ୍‌ ପ୍ରଥମେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ନିଜର ଇସ୍ତଫାପତ୍ର ପଠାଇବା ପରେ ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନକରଙ୍କ ନିକଟକୁ ଯାଇ ନିଜର ଇସ୍ତଫାପତ୍ର ପ୍ରଦାନ କରିଥିଲେ।
ସୁଜିତ ଭାଜପାରେ ସାମିଲ ହେବା ନେଇ ମମତା ମହାନ୍ତ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଏହା ଆରମ୍ଭ ମାତ୍ର, ଆହୁରି ଲମ୍ବା ଲାଇନ ଅଛି, ସମୟକୁ ଅପେକ୍ଷା କରନ୍ତୁ। ବିଜେଡିରେ ପୁରୁଣା କର୍ମୀଙ୍କୁ ଅଣଦେଖା କରାଯାଉଛି। ବିଜେଡିରେ ବହୁ ନେତା ଅବହେଳିତ ହୋଇ ରହୁଛନ୍ତି। ସାରା ରାଜ୍ୟରେ ଦୁର୍ନୀତି ହୋଇଛି।

ବିଜେଡି ଛାଡିବା ପରେ ସୁଜିତ୍‌ ଟୁଇଟ୍‌ କରି କହିଛନ୍ତି, ତାଙ୍କୁ ଦଳରେ ଅନାଦର କରାଯାଉଥିଲା। ଦଳ ଆଉ ତାଙ୍କର ସେବା ଆବଶ୍ୟକତା କରୁ ନ ଥିଲା। ସେଥିଲାଗି ଏଭଳି କଠିନ ନିଷ୍ପତ୍ତି ନେଇଛନ୍ତି। ସୁଜିତ୍‌ଙ୍କ ଏଭଳି ନିଷ୍ପତ୍ତି ଭିତରେ ବିଜେଡି ମଧ୍ୟ ସୁଜିତ୍‌ଙ୍କୁ ଦଳରୁ ବହିଷ୍କାର କରିଥିବା ଏକ ଚିଠି ଜାରି କରିଛି। ଦଳ ବିରୋଧୀ କାର୍ଯ୍ୟ ଲାଗି ତାଙ୍କୁ ବହିଷ୍କାର କରାଯାଇଥିବା ଚିଠିରେ ଉଲ୍ଲେଖ କରାଯାଇଛି। ଏହି ଇସ୍ତଫା ଦିଆନିଆର କିଛି ସମୟ ମଧ୍ୟରେ ସୁଜିତ୍‌ କୁମାର ଭାଜପାର ଦିଲ୍ଲୀ ସ୍ଥିତ ମୁଖ୍ୟାଳୟଠାରେ ପହଞ୍ଚି ଭାଜପାରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଏମ୍‌ପି ଭର୍ତ୍ତୃହରି ମହତାବ, ଭାଜପା ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାରଙ୍କ ଉପସ୍ଥିତିରେ ସେ ଭାଜପାରେ ମିଶିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?