ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର କଳାହାଣ୍ଡି ଜିଲା କେସିଙ୍ଗା ନଗର ପାଇଁ ନୂତନ କମିଟି ଗଠନ କରି କର୍ମକର୍ତ୍ତାଙ୍କ ନାମ ଘୋଷଣା କରିଛନ୍ତି।

କେସିଙ୍ଗା ନଗର କମିଟିର ସଭାପତି ଭାବେ ବରିଷ୍ଠ ବିଜେଡି ନେତା ନଳିନୀ କୁମାର ପଟ୍ଟନାୟକଙ୍କୁ ଗୁରୁଦାୟିତ୍ୱ ପ୍ରଦାନ କରାଯାଇଛି। ଏଥିସହ ତିନିଜଣ ଉପସଭାପତି ଭାବେ ପ୍ରେଣା ନାଏକ, ନୀଳମାଧବ ମହଲା ଓ ମୋହନ କୁମାର ନାୟକଙ୍କୁ ଦାୟିତ୍ୱ ଦିଆଯାଇଛି।

ସେହିପରି ସାଧାରଣ ସମ୍ପାଦକ ଭାବେ ନେହେରୁ ସୁନାନୀ ଏବଂ ସମ୍ପାଦକ ଭାବେ ପ୍ରମୋଦ ସାହୁ, ବଳରାମ ପଟ୍ଟନାୟକ, ହିରଣ୍ୟ କୁମାର ବାଗ, ମହେନ୍ଦ୍ର ପଟ୍ଟନାୟକ ଓ ରମାକାନ୍ତ ଜେନାଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରାଯାଇଛି। କେସିଙ୍ଗା ନଗର କମିଟିର କୋଷାଧ୍ୟକ୍ଷ ଭାବେ ଅନିଲ ଜୈନଙ୍କ ନାମ ମଧ୍ୟ ଶ୍ରୀ ମିଶ୍ର ଘୋଷଣା କରିଛନ୍ତି।

ନୂତନ ସଭାପତି ନଳିନୀ କୁମାର ପଟ୍ଟନାୟକ ନିଜର ପ୍ରଥମ ପ୍ରତିକ୍ରିୟାରେ ଆଗାମୀ ପଞ୍ଚାୟତ ଓ ଏନ୍‌ଏସି ନିର୍ବାଚନରେ ବିଜେଡି କିପରି ବିଜୟଲାଭ କରିବ, ସେ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି। ଏଥିସହ ନଗରର ସମସ୍ତ ବିଜେଡି କର୍ମକର୍ତ୍ତାଙ୍କ ସହ ମିଳିମିଶି ଦଳକୁ ଆହୁରି ମଜଭୁତ କରିବା ପାଇଁ କାର୍ଯ୍ୟ କରିବେ ବୋଲି ସୂଚନା ଦେଇଛନ୍ତି।

ନୂତନ କମିଟି ଘୋଷଣା ପରେ କେସିଙ୍ଗା ବିଜେଡି ମହଲରେ ଖୁସିର ଲହରୀ ଖେଳିଯାଇଛି। କେସିଙ୍ଗା ନଗରପାଳ ନୃପରାଜ ଯାଦବ, ଜିଲା ସମ୍ପାଦକ ତଥା ଯୁବନେତା ସିଲୁ ପରିଡ଼ା, ପୂର୍ବତନ ନଗର ସଭାପତି ରମେଶ ପଟ୍ଟନାୟକ, ବିଜେଡି ନେତା ଦେବେନ୍ଦ୍ର ଭୂଜବଲ ପ୍ରମୁଖ ନୂତନ କର୍ମକର୍ତ୍ତାମାନଙ୍କୁ ଶୁଭେଚ୍ଛା, ଅଭିନନ୍ଦନ ଓ ସ୍ୱାଗତ ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହୋଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri