ବରିଷ୍ଠ ବିଜେଡି ନେତା ବିଷ୍ଣୁ ଦାସଙ୍କ ପରଲୋକ

ଜଗତ୍‌ସିଂହପୁର ଅଫିସ୍‌/ଭୁବନେଶ୍ୱର,୬।୭(ବ୍ୟୁରୋ)-ବରିଷ୍ଠ ବିଜେଡି ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଚରଣ ଦାସଙ୍କ ୬୬ ବର୍ଷ ବୟସରେ ସୋମବାର ସନ୍ଧ୍ୟାରେ ପରଲୋକ ଘଟିଛି। ସେ ବ୍ରେନ୍‌ ଷ୍ଟ୍ରୋକ୍‌ରେ ପୀଡ଼ିତ ହେବା ପରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପ୍ରାୟ ୧୨ ଦିନ ହେଲା ଚିକିତ୍ସାଧୀନ ଥିଲେ। ଦାସ ରାଜ୍ୟ ରାଜନୀତିର ଜଣେ ଆଗଧାଡିର ନେତା ଥିଲେ। ବିଶେଷକରି ଜନତା ଦଳରୁ ରାଜନୀତି କ୍ୟାରିୟର ଆରମ୍ଭ କରି ପରବର୍ତ୍ତୀ ସମୟରେ ବିଜେଡିରେ ନିଜର ସ୍ବତନ୍ତ୍ରତା ବଜାୟ ରଖି ପାରିଥିଲେ। ୩୫ ବର୍ଷର ରାଜନୀତି କ୍ୟାରିୟରରେ ସେ ୬ଥର ବିଧାୟକ ହୋଇଥିଲେ। ୨୦୦୭ରେ ମନ୍ତ୍ରୀ ହେବା ସହ ପରବର୍ତ୍ତୀ ସମୟରେ ରାଜ୍ୟ ସଭା ସଦସ୍ୟ, ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ହେବାର ଗୌରବ ହାସଲ କରିଥିଲେ। ୧୯୮୫ରେ ସେ ଜଗତ୍‌ସିଂହପୁର ବିଧାନସଭା ଆସନରୁ ଜନତା ଦଳ ପ୍ରାର୍ଥୀ ହୋଇ ହାରିଥିଲେ ସୁଦ୍ଧା ୧୯୯୦ରୁ ୨୦୦୯ ନିର୍ବାଚନ ପର୍ଯ୍ୟନ୍ତ ୫ଥର କ୍ରମାଗତ ବିଜୟୀ ହୋଇଥିଲେ। ୨୦୧୪ରେ ଜଗତ୍‌ସିଂହପୁର ଆସନରୁ ସେ ହାରିଯାଇଥିବାବେଳେ ୨୦୧୯ରେ ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରାର୍ଥୀ ହୋଇ ବିଜୟୀ ହୋଇଥିଲେ। କେବଳ ଏତିକି ନୁହେଁ, ବିଜେଡି ଜିଲା ସଭାପତି ଭାବେ ଦଳ ପ୍ରତିଷ୍ଠାଠାରୁ ଅର୍ଥାତ୍‌ ୧୯୯୭ରୁ ୨୦୧୯ ପର୍ଯ୍ୟନ୍ତ ସେ ସୁଚାରୁରୂପେ ଦାୟିତ୍ୱ ସମ୍ପାଦନ କରି ଆସିଛନ୍ତି। ତାଙ୍କ ସାଙ୍ଗଠନିକ ଦକ୍ଷତା, ଶୃଙ୍ଖଳା, ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଆନୁଗତ୍ୟ ବଜାୟ ରହିଥିଲା। ଜଗତ୍‌ସିଂହପୁର ଜିଲା ଗଠନରେ ତାଙ୍କର ପ୍ରମୁଖ ଭୂମିକା ଥିଲା। ଜଣେ ମେଳାପୀ ରାଜନେତା ଭାବେ ତାଙ୍କର ସ୍ବତନ୍ତ୍ରତା ଥିଲା। ତାଙ୍କ ବିୟୋଗରେ ସାଧାରଣରେ ଗଭୀର ଶୋକ ପ୍ରକାଶ ପାଇଛି। ମଙ୍ଗଳବାର ଦାସଙ୍କ ମରଶରୀର ଜଗତ୍‌ସିଂହପୁର ସିପି-ମକୁନ୍ଦପୁରସ୍ଥିତ ବାସଭବନକୁ ଅଣାଯିବ ବୋଲି ତାଙ୍କ ପୁଅ ବିଜୟ ଶଙ୍କର ଦାସ କହିଛନ୍ତି।
ବିଷ୍ଣୁ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,ବିଷ୍ଣୁ ଦାସ ଜଣେ ଲୋକପ୍ରିୟ ରାଜନେତା ଓ ଦକ୍ଷ ସଙ୍ଗଠକ ଥିଲେ। ମନ୍ତ୍ରୀ, ଏମ୍‌ପି ଏବଂ ବିଧାୟକ ଭାବେ ଓଡ଼ିଶାର ବିଭିନ୍ନ କ୍ଷେତ୍ରରେ ତାଙ୍କର ଅବଦାନ ରଖିଯାଇଛନ୍ତି। ବିଶେଷଭାବେ ଜଗତ୍‌ସିଂହପୁର ଅଞ୍ଚଳର ବିକାଶ କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ ଅବଦାନ ରହିଛି। ଦଳିତ ଓ ସମାଜର ଅବହେଳିତ ବର୍ଗର ଲୋକମାନଙ୍କ କଲ୍ୟାଣ ପାଇଁ ସେ ସାରା ଜୀବନ ଉତ୍ସର୍ଗୀକୃତ ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଅମାୟିକ ସ୍ବଭାବ ପାଇଁ ସେ ଦଳମତ ନିର୍ବିଶେଷରେ ସମସ୍ତଙ୍କ ପ୍ରିୟପାତ୍ର ହୋଇପାରିଥିଲେ। ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, କୃଷିମନ୍ତ୍ରୀ ଅରୁଣ ସାହୁ, ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା, ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା, ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ, ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି, ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ, ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ପ୍ରମୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri