Posted inଜାତୀୟ

ବରିଷ୍ଠ ଭାଜପା ନେତା ଲାଲକୃଷ୍ଣ ଆଡଭାନୀଙ୍କ ବିଗିଡିଲା ସ୍ବାସ୍ଥ୍ୟବସ୍ଥା

ନୂଆଦିଲ୍ଲୀ,୨୭।୬: ଭେଟେରାନ ଭାଜପା ନେତା ଲାଲ କୃଷ୍ଣ ଆଡଭାନୀ ଅସୁସ୍ଥ। ଅସୁସ୍ଥତା ହେତୁ ତାଙ୍କୁ ୨୬ ଜୁନ ରାତିରେ ଦିଲ୍ଲୀର AIIMS ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି।

ସୂଚନା ଅନୁଯାୟୀ, ୨୬ ଜୁନ ସଂଧ୍ୟାରେ ୯୬ ବର୍ଷୀୟ ଆଡଭାନୀଙ୍କ ବାର୍ଦ୍ଧକ୍ୟ ଜନିତ ସମସ୍ୟା ଦେଖାଦେଇଥିଲା। ଏହା ପରେ ତାଙ୍କୁ AIIMS କୁ ନିଆଯାଇଥିଲା ଯେଉଁଠାରେ ଡାକ୍ତରମାନେ ତାଙ୍କୁ ଜେରିଆଟ୍ରିକ ବିଭାଗରେ ଭର୍ତ୍ତି କରିଥିଲେ ।
କେନ୍ଦ୍ର ସରକାର ଚଳିତ ବର୍ଷ ଭାରତ ରତ୍ନ ପାଇଁ ପାଞ୍ଚଟି ନାମ ଘୋଷଣା କରିଥିଲେ ଯେଉଁଥିରେ ଲାଲ କୃଷ୍ଣ ଆଡଭାନୀଙ୍କ ନାମ ମଧ୍ୟ ସାମିଲ ଥିଲା। ଏହାପୂର୍ବରୁ ୨୦୧୫ ମସିହାରେ ଆଡଭାନୀଙ୍କୁ ଦେଶର ଦ୍ୱିତୀୟ ସର୍ବୋଚ୍ଚ ନାଗରିକ ପୁରସ୍କାର ପଦ୍ମଭୂଷଣ ପ୍ରଦାନ କରାଯାଇଥିଲା। ସେ ୧୯୯୮ ରୁ ୨୦୦୪ ପର୍ଯ୍ୟନ୍ତ ଦେଶର ଗୃହମନ୍ତ୍ରୀ ଏବଂ ୨୦୦୨ ରୁ ୨୦୦୪ ପର୍ଯ୍ୟନ୍ତ ଉପମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ପାକିସ୍ତାନ ମାଟିରୁ ଟ୍ରମ୍ପଙ୍କୁ କଡ଼ା ବାର୍ତ୍ତା ଦେଲା ଇରାନ, କହିଲା ଆମେରିକା ସହ କୌଣସି…

ଇସଲାମବାଦ/ତେହରାନ,୨୫ା୩: ତେହରାନ ଏବଂ ଓ୍ବାଶିଂଟନ ମଧ୍ୟରେ ଯୁଦ୍ଧବିରତି ଆଲୋଚନା ଚାଲିଥିବା ଟ୍ରମ୍ପ ପ୍ରଶାସନର ଦାବିକୁ ପ୍ରତ୍ୟାଖ୍ୟାନ କରିଛି ଇରାନ। ପାକିସ୍ତାନରେ ଇରାନୀ ରାଷ୍ଟ୍ରଦୂତ ରେଜା ଆମରି ମୋଗାଦମ…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri