Posted inଜାତୀୟ

ହସ୍ପିଟାଲରେ ବରିଷ୍ଠ ନାଗରିକଙ୍କୁ ଘୋଷାରିନେଲେ

ଛତରପୁର, ୨୧।୪: ମଧ୍ୟପ୍ରଦେଶର ଛତରପୁର ଜିଲା ଚିକିତ୍ସାଳୟରେ ଜଣେ ୭୦ ବର୍ଷୀୟ ବରିଷ୍ଠ ନାଗରିକ ଉଦ୍ଧବ ସିଂଙ୍କୁ ୨ ଜଣ ବ୍ୟକ୍ତି ଘୋଷାରି ନେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ନୌଗାଓଁ ନିବାସୀ ଉଦ୍ଧବ ଗତ ୧୭ରେ ସ୍ତ୍ରୀଙ୍କ ମେଡିକାଲ ଚେକ୍‌ଅପ୍‌ ପାଇଁ ହସ୍ପିଟାଲ ଆସିଥିଲେ। ଲମ୍ବା ସମୟ ଧରି ଠିଆ ହେବା ପରେ ତାଙ୍କୁ ହସ୍ପିଟାଲର ଡାକ୍ତର ରାଜେଶ ମିଶ୍ରା ଗୋଇଠା ଏବଂ ଚାପୁଡ଼ା ମାରିଥିବା ସେ ଅଭିଯୋଗ ଆଣିଛନ୍ତି। ତେବେ ଉଦ୍ଧବଙ୍କ ଅଭିଯୋଗକୁ ଡାକ୍ତର ରାଜେଶ ଖଣ୍ଡନ କରିଛନ୍ତି। ହସ୍ପିଟାଲର ସିଭିଲ ସର୍ଜନ ଜି. ଏଲ୍‌ ଅହିରଓ୍ବାର କହିଛନ୍ତି, ଘଟଣାସ୍ଥଳରେ ରୋଗୀ ଏବଂ ତାଙ୍କ ପରିଜନଙ୍କ ଅତ୍ୟଧିକ ଭିଡ଼ ଥିବାବେଳେ ଉଦ୍ଧବ ଧାଡ଼ି ଭାଙ୍ଗିଥିଲେ। ତେବେ ଉଦ୍ଧବ ହସ୍ପିଟାଲରେ ଘୋଷାଡ଼ି ନିଆଯାଉଥିବାର ଭିଡିଓ ଭାଇରାଲ ହେବା ପରେ ଘଟଣାକୁ ନେଇ ପୋଲିସ ନିଜ ଆଡ଼ୁ ମାମଲା ରୁଜୁ କରିଛି। ଘଟଣା ସମ୍ପର୍କରେ ଅଭିଯୁକ୍ତ ଡାକ୍ତର ରାଜେଶ ମିଶ୍ରା ଏବଂ ଅନ୍ୟ ଜଣେ ବରିଷ୍ଠ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ପୋଲିସ ନୋଟିସ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

Gen Z ମନ ଜିତିବାକୁ BJPର ଅଭିଯାନ, କୋଚିଂ ସେଣ୍ଟରରୁ କଲେଜ ଯାଏ ପହଞ୍ଚିବେ ନେତା

ନୂଆଦିଲ୍ଲୀ,୧୯।୮: Gen-Z ଯୁବପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ ରଣନୀତି ବଦଳାଇଛି ଭାଜପା । ଏଣିକି କେବଳ ସୋସିଆଲ ମିଡିଆ ମେସେଜିଂ ନୁହେଁ, ଯୁବପିଢ଼ିଙ୍କ ସହ ସିଧାସଳଖ ଆଲୋଚନା…

ଗୋବିନ୍ଦାଙ୍କ ଛାଡପତ୍ରକୁ ନେଇ ବଡ଼ ଖୁଲାସା କଲେ ମ୍ୟାନେଜର, ଏହି କାରଣରୁ କୋର୍ଟ ଯାଇଥିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ…

ରାଜଧାନୀର CNG ପମ୍ପରେ ବଡ଼ ଧରଣର ବିସ୍ଫୋରଣ, ୩ମୃତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍‌ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri