ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ ଘଟଣା ଘଟିଛି। ବାର୍ଦ୍ଧକ୍ୟଭତ୍ତା ପାଇଁ କୂଳସରିଚୁଆଁ ପଞ୍ଚାୟତ ବରାଳ ଗ୍ରାମର କୈଳାସ ଚନ୍ଦ୍ର ବେହେରା (୬୫) ନାମକ ବରିଷ୍ଠ ନାଗରିକ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଘଟଣାସ୍ଥଳରେ ଉପସ୍ଥିତ ଥିବା ୪୨ ମୌଜା ଥାନା ଅଧିକାରୀ ହେମନ୍ତ ସେଠୀ ବିଷ ବୋତଲକୁ ଛଡାଇ ନେଇଯାଇଥିଲେ ।

ବରିଷ୍ଠ ନାଗରିକ ବେହେରାଙ୍କ ଅଭିଯୋଗ, ୪ ଥର ଜନସେବା କେନ୍ଦ୍ରରେ ବାର୍ଦ୍ଧକ୍ୟ ଭତ୍ତା ପାଇଁ ଆବେଦନ କଲେ ସୁଦ୍ଧା ମିଳିପାରିନାହିଁ। ତେଣୁ ଆତ୍ମହତ୍ୟା ବ୍ୟତୀତ ଅନ୍ୟ ଉପାୟ ତାଙ୍କ ପାଖରେ ନାହିଁ ବୋଲି ଅଭିଯୋଗ କରିଥିଲେ। ବାରମ୍ବାର ଅଭିଯୋଗ ପରେ କିଛି ଫଳ ମିଳୁନାହିଁ ବୋଲି କହିଥିଲେ। ଏହି ଘଟଣାକୁ ନେଇ ଜନଶୁଣାଣି ଶିବିରରେ ଅସନ୍ତୋଷ ପ୍ରକାଶ ପାଇଥିଲା।
ଶିବିରରେ ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ ଉପସ୍ଥିତ ରହି ୧୨୭ଟି ଅଭିଯୋଗର ଶୁଣାଣି କରିଥିଲେ। ଶିବିରରେ ବ୍ଲକ ଷ୍ଟାଫ୍‌ ବ୍ୟତୀତ କୃଷି, ଶିକ୍ଷା, ଗ୍ରାମ୍ୟ ଉନ୍ନୟନ, ସ୍ବାସ୍ଥ୍ୟ, ଜଳସେଚନ ବିଭାଗର ପ୍ରତିନିଧିମାନେ ଉପସ୍ଥିତ ରହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଡିଓ ପ୍ରତୀକ ସାହୁ, ତହସିଲଦାର ଦେବଦତ୍ତ ପ୍ରଧାନ, ଅତିରିକ୍ତ ବିଡିଓ ଗିରିଜା ପ୍ରସାଦ ବାରିକ, କଳପଡ଼ା ସରପଞ୍ଚ ପ୍ରମୁଖ ଉପସ୍ଥିତ ଥିଲେ। ଏ ସମ୍ପର୍କରେ ବିଡିଓ ସାହୁଙ୍କୁ ପଚାରିବାରୁ ଭୋଟର ତାଲିକାରେ ବୟସର ତାରତମ୍ୟ ଥିବାରୁ ଭତ୍ତା ମଞ୍ଜୁର ହୋଇପାରିନାହିଁ ବୋଲି କହିଥିଲେ। ତଥାପି ଏହାର ଯାଞ୍ଚ କରାଯିବ ବୋଲି ସେ କହିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ କରାଯାଇଥିବା ଏକ ଉଲ୍ଲେଖର ପ୍ରତିକ୍ରିୟାରେ ସୋସିଆଲ ମିଡିଆରେ ‘ଦିମାଗି ନକ୍ସଲ ପାର୍ଟି’ (ବୌଦ୍ଧିକ ନକ୍ସଲ ପାର୍ଟି)…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଉଚ୍ଚସ୍ଥ ଗୁରୁ-ବକ୍ରୀ ଶନିଙ୍କ ଚମତ୍କାର ସଂଯୋଗ: ଦୀପାବଳି ପର୍ଯ୍ୟନ୍ତ ଏହି ୩ ରାଶିକୁ ମିଳିବ ପ୍ରଚୁର ଧନଲାଭ, କ୍ୟାରିୟରରେ…

ଗୁରୁ ଗ୍ରହ ଜୁନ ୨ ତାରିଖରେ କର୍କଟ ରାଶିରେ ଗୋଚର କରିଥିଲେ। ଏବେ ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬ରେ ସିଂହ ରାଶିରେ ଗୋଚର କରିବେ। ଶନି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

ଜନସାଧାରଣଙ୍କ ପାଇଁ ଚିନ୍ତାଜନକ ଖବର: ପେଟ୍ରୋଲ-ଡିଜେଲ ଦାମ୍‌…

ନୂଆଦିଲ୍ଲୀ, ୧୮।୮: ଜନସାଧାରଣଙ୍କ ପାଇଁ ଅନ୍ତର୍ଜାତୀୟ ବଜାରରୁ ଏକ ନୂଆ ଚିନ୍ତାଜନକ ଖବର ଆସୁଛି। Crude Oil ଦରରେ ଲଗାତାର ତୃତୀୟ ଦିନ ପାଇଁ ବୃଦ୍ଧି ଦେଖିବାକୁ…

ଆଖିବୁଜା ଗୁଳି ଚଳାଇଲେ ସପ୍ତମ ଶ୍ରେଣୀର ଛାତ୍ର, ୨ ମୃତ

ମାନିଲା,୧୮।୮: ଫିଲିପାଇନ୍ସର ଏକ ସ୍କୁଲରେ ଗୁଳିକାଣ୍ଡ ହୋଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ଏହି ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମଙ୍ଗଳବାର…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri