ବରିଷ୍ଠ ନାଗରିକ ହଡ଼ା ବଳଦ ନୁହଁନ୍ତି, ସମାଜ ଗଠନର କର୍ଣ୍ଣଧାରକ:ଆଇପିଏସ ରାକେଶ

ହାଟଡିହୀ,୧୮l୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବରିଷ୍ଠ ନାଗରିକ ପରିଷଦର କାର୍ଯ୍ୟକର୍ତ୍ତାଙ୍କୁ ନେଇ ମଙ୍ଗଳବାର ନନ୍ଦିପଦା ଥାନା ଆଇପିଏସ ଅଧିକାରୀ ରାକେଶ କୁମାର ସାହୁ ହାଟଡିହୀ ହାଇସ୍କୁଲ ଠାରେ ମଙ୍ଗଳବାର ଆୟୋଜିତ ବୈଠକରେ ସମ୍ପ୍ରତ୍ତି ସମାଜରେ ବିଭିନ୍ନ ଗୁରୁତ୍ୱପୂର୍ଣ ପ୍ରସଙ୍ଗ ବାବଦରେ ଗୁରୁତ୍ୱାରୋପ କରିଥିଲେ l
ଆଇପିଏସ ଅଧିକାରୀ ସାହୁ କହିଥିଲେ, ବରିଷ୍ଠ ନାଗରିକ ମାନେ ସମାଜର ମୁଖ୍ୟ କର୍ଣ୍ଣଧାରକ ଅଟନ୍ତି l ସେମାନଙ୍କୁ ହଡ଼ା ବଳଦ ଭାବିବା ଠିକ ନୁହେଁ l ବରିଷ୍ଠ ନାଗରିକମାନେ ସମାଜ ଗଠନ, ପରିବର୍ତ୍ତନ ଏବଂ ବିକାଶ ପାଇଁ ଗୁରୁତ୍ୱପୂର୍ଣ ଭୂମିକା ଗ୍ରହଣ କରିଥାନ୍ତି। ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ, ସୁରକ୍ଷା, ଦୈନନ୍ଦିନ ଜୀବନ ଶୈଳୀ ଏବଂ ଖାଦ୍ୟକୁ ନେଇ ମଧ୍ୟ ଆଇପିଏସ ସାହୁ ପରାମର୍ଶ ଉପସ୍ଥାପନ କରିଥିଲେ। ନନ୍ଦିପଦା ଥାନା ଇନସ୍ପେକ୍ଟର ରବୀନ୍ଦ୍ର ପାତ୍ର, ନାଗରିକ ପରିଷଦର ସଭାପତି ଗୋଲଖ ଚନ୍ଦ୍ର ନାୟକ, ସମ୍ପାଦକ ସାରଙ୍ଗଧର ଜେନା, କାମପାଳ ନାୟକ, ଗଣନାଥ ନାୟକ, ମୋହନ ଚରଣ ବେହେରା, ନିରାକାର ପାତ୍ର, ଜୟ ନାରାୟଣ ମହାପାତ୍ର, ମଧୁସୂଦନ ଜେନା, ରକ୍ଷାକର ନାୟକ, କୃଷ୍ଣଚନ୍ଦ୍ର ଜେନା, ଅନାଦି ଚରଣ ପହି, ସନାତନ ଜେନା ପ୍ରମୁଖଙ୍କ ସମେତ ବହୁ ସଂଖ୍ୟାରେ ବରିଷ୍ଠ ନାଗରିକ ମାନେ ଯୋଗ ଦେଇଥିଲେ l
ଇନସ୍ପେକ୍ଟର ପାତ୍ର କହିଥିଲେ, ବରିଷ୍ଠ ନାଗରିକଙ୍କ ସ୍ବାର୍ଥକୁ ଗୁରୁତ୍ୱ ଦେଇ ସରକାର ବିଭିନ୍ନ ଖସଡ଼ା ପ୍ରସ୍ତୁତ କରୁଛନ୍ତି l ତେଣୁ ବରିଷ୍ଠ ନାଗରିକମାନଙ୍କୁ ଚିହ୍ନଟ ଏବଂ ସରକାରୀ ସାହାଯ୍ୟ, ସହାୟତା ପାଇଁ ପୋଲିସ ଆବଶ୍ୟକୀୟ ଭୂମିକା ଗ୍ରହଣ କରି ବରିଷ୍ଠ ନାଗରିକ ମାନଙ୍କୁ ବିଭିନ୍ନ ପ୍ରକାରର ସାହାଯ୍ୟ କରିବାକୁ ସଦାସର୍ବଦା ତତ୍ପର ଏବଂ ପ୍ରୟାସରତ ରହିଛି। ନାଗରିକ ପରିଷଦର ଅନନ୍ତ ଚରଣ ମୁଦୁଲି ବରିଷ୍ଠ ନାଗରିକ ଜୀବନୀକୁ ନେଇ ନିଜର କବିତା ମାଧ୍ୟମରେ ଆଲୋକପାତ କରିଥିଲେ l

 

 


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri