ଆରମ୍ଭ ହେଲା ବରିଷ୍ଠ ନାଗରିକ ତୀର୍ଥଯାତ୍ରା

ବାଲେଶ୍ୱର,୫।୧: ରାଜ୍ୟ ସରକାର ଆର୍ଥିକ ଅନଗ୍ରସର ଏବଂ ଦାରିଦ୍ର୍ୟ ସୀମାରେଖା ତଳେ ରହୁଥିବା ବରିଷ୍ଠ ନାଗରିକଙ୍କ ପାଇଁ ୨୦୧୬ରେ ତୀର୍ଥଯାତ୍ରା ଯୋଜନା ଆରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ବାଲେଶ୍ବର ରେଳ ଷ୍ଟେଶନରୁ ମଧ୍ୟାହ୍ନରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ଯାଜପୁର ଆଦି ୫ ଜିଲାର ୯୭୦ଜଣ ତୀର୍ଥଯାତ୍ରୀ ଓ ୩୦ଜଣ ଏସ୍କର୍ଟ ଅଫିସରଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ ଉଜ୍ଜୈନ ଓମକାରେଶ୍ୱର ତୀର୍ଥସ୍ଥଳୀକୁ ଯାତ୍ରା କରିଛି।

ଏନେଇ ବାଲେଶ୍ବର ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ତୀର୍ଥଯାତ୍ରୀଙ୍କୁ ଷ୍ଟେଶନ ଅଣାଯାଇଥିଲା। ଏହି ଅବସରରେ ପାରମ୍ପରିକ ନୃତ୍ୟ ଗୀତ ମାଧ୍ୟମରେ ତୀର୍ଥଯାତ୍ରୀଙ୍କୁ ସ୍ବାଗତ କରି ଷ୍ଟେଶନ ଭିତରକୁ ନିଆଯାଇଥିଲା। ଏପରି କି ଆଇଆରସିଟିସି ପକ୍ଷରୁ ତୀର୍ଥଯାତ୍ରୀଙ୍କ ଫୁଲ, ଚନ୍ଦନ ଓ ମାଳା ପିନ୍ଧା ଯାଇଥିଲା। ଯାତ୍ରା ନିମନ୍ତେ ତୀର୍ଥଯାତ୍ରୀଙ୍କ ପରିଚୟ ପତ୍ର, ରେଳ ଟିକେଟ ଓ ବ୍ୟବହାର୍ଯ୍ୟ ସାମଗ୍ରୀ ଥିବା ଏକ କିଟ ପ୍ରଦାନ କରାଯାଇଥିଲା।

ଯାତ୍ରା ସମୟରେ ସମସ୍ତ ତୀର୍ଥଯାତ୍ରୀଙ୍କୁ ଆଇଆରସିଟିସି ପକ୍ଷରୁ ରହିବା, ଯିବା ଆସିବା, ଖାଦ୍ୟ ପାନୀୟର ବ୍ୟବସ୍ଥା ସହ ଗସ୍ତ ଜଗୁଆଳି, ପଥ ପ୍ରଦର୍ଶକ, ଯାତ୍ରୀବୀମା ସହ ଚିକିତ୍ସା ସେବା ଆଦି ଯୋଗାଇ ଦିଆଯିବ।

ଏହି ଅବସରରେ ବାଲେଶ୍ବର ଷ୍ଟେଶନର ୧ ନମ୍ବର ପ୍ଲାଟଫର୍ମ ନିକଟରେ ଏକ ସଭାର ଆୟୋଜନ କରାଯାଇଥିଲା। ଅତିଥି ଭାବେ ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର, ବାଲେଶ୍ବର ସଦର ବିଧାୟକ ସ୍ବରୂପ ଦାସ, ବାଲେଶ୍ବର ଜିଲା ପରିଷଦ ଅଧ୍ୟକ୍ଷ ନାରାୟଣ ପ୍ରଧାନ, ଓଟିଡିସି ଅଧ୍ୟକ୍ଷ ଲେନିନ ମହାନ୍ତି, ରେମୁଣା ବ୍ଲକ ଅଧ୍ୟକ୍ଷ ରାଜେନ୍ଦ୍ର ରାଉତ, ବାଲେଶ୍ବର ଜିଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ତୀର୍ଥଯାତ୍ରାର ସଫଳତା କାମନା କରିବା ସହିତ ଆନୁଷ୍ଠାନିକ ଭାବେ ଫିତା କାଟି ଯାତ୍ରାର ଶୁଭାରମ୍ଭ କରିଥିଲେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବାର୍ତ୍ତା ମାଧ୍ୟମରେ ତୀର୍ଥଯାତ୍ରାର ସଫଳତା କାମନା କରିବା ସହ ତୀର୍ଥଯାତ୍ରୀଙ୍କ ଶୁଭ କାମନା କରିଥିଲେ। ଶେଷରେ ଅତିଥିମାନେ ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରିଥିଲେ। ତୀର୍ଥଯାତ୍ରୀ ୧୧ତାରିଖରେ ଓଡ଼ିଶା ଫେରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ମିଳିବ କି ପ୍ୟାଟରନିଟି ଲିଭ୍? ସୁପ୍ରିମକୋର୍ଟ କହିଲେ ବାପାର ଭୂମିକାକୁ…

ନୂଆଦିଲ୍ଲୀ,୧୮।୩; ଦେଶର ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାରଙ୍କୁ ପ୍ୟାଟରନିଟି ଲିଭକୁ ସାମାଜିକ ସୁରକ୍ଷା ଲାଭ ଭାବରେ ମାନ୍ୟତା ଦେବା ପାଇଁ ଆଇନ ପ୍ରଣୟନ କରିବା ବିଷୟରେ ବିଚାର କରିବାକୁ…

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ…

ଟେନସନ୍ ଶେଷ! କମର୍ସିଆଲ ଗ୍ୟାସ ସିଲିଣ୍ଡର ନେଇ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଏହି ରାଜ୍ୟକୁ ମିଳିବ…

ନୂଆଦିଲ୍ଲୀ,୧୮।୩; ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଦେଶରେ LPG ଏବଂ ତେଲ ସଙ୍କଟ ଦେଖାଯାଇଛି । ଏହାରି ଭିତରେ ସରକାର ଆଜି ବଡ଼ ନିଷ୍ପତ୍ତି ନେଇଛନ୍ତି । ସରକାର ସ୍ପଷ୍ଟ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର…

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ…

ଇରାନକୁ ସାହାଯ୍ୟର ହାତ ବଢାଇଲା ଭାରତ, ଯୁଦ୍ଧ ପାଇଁ ପଠାଇଲା…ଚମକି ପଡିଲା ଆମେରିକା!

ନୂଆଦିଲ୍‌ଲୀ,୧୮।୩: ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି। ଭାରତରୁ ଚିକିତ୍ସା ସହାୟତାର ପ୍ରଥମ ପଠାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri