‘ବରିଷ୍ଠ ନାଗରିକ ହେଉଛନ୍ତି ସମାଜର ଦର୍ପଣ ସଦୃଶ’

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ କନ୍‌ଫରେନ୍ସ ହଲ୍‌ଠାରେ ସାମାଜିକ ସୁରକ୍ଷା ଓ ଭିନକ୍ଷମ ସଶକ୍ତିକରଣ ଓଡ଼ିଶା ସରକାରଙ୍କ ପରାମର୍ଶ କ୍ରମେ ବ୍ଲକ ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବିଡିଓ ଅଚ୍ୟୁତାନନ୍ଦ ଯାନୀ, ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ବିଧାୟକ ପ୍ରତିନିଧି ମାନସ ନାହାକ, ଗଞ୍ଜାମ ବରିଷ୍ଠ ନାଗରିକ ମଞ୍ଚ ସଭାପତି ରବୀନ୍ଦ୍ର କୁମାର ପଣ୍ଡା, ସମ୍ପାଦକ ବିନୋଦ ଚନ୍ଦ୍ର ମହାପାତ୍ର, ହୁମା ସମିତି ସଭ୍ୟ ଧ୍ରୁବ ଚରଣ ପଲାଇ, ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ବରିଷ୍ଠ ନାଗରିକ ହେଉଛନ୍ତି ସମାଜର ଦର୍ପଣ ସଦୃଶ। ସେଥିପାଇଁ ସେମାନଙ୍କୁ ଯଥା ସମ୍ଭବ ସାହାଯ୍ୟ ଓ ସହଯୋଗ ଆବଶ୍ୟକ ରହିଛି ବୋଲି ବିଡିଓ ଯାନୀ ମତ ବ୍ୟକ୍ତ କରିଥିଲେ। ନିରଞ୍ଜନ ମହାପାତ୍ର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ବ୍ଲକ ସମାଜ ମଙ୍ଗଳ ଅଧିକାରୀ ଜଗଦୀଶ ବେହେରା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଏହି ଅବସରରେ ବ୍ଲକର ବିଭିନ୍ନ ପଞ୍ଚାୟତରୁ ଆସିଥିବା ବୟୋଜ୍ୟେଷ୍ଠ ବ୍ୟକ୍ତିମାନଙ୍କ ରକ୍ତ ନମୁନା ସଂଗ୍ରହ କରାଯାଇଥିଲା। ପଞ୍ଚାୟତ ନିର୍ବାହୀ ଅଧିକାରୀ କେ ପୋଟୁଡୁ, ତନୁଶ୍ରୀ ବେହେରା, ସାତିରାଣୀ ପ୍ରମୁଖ ସହଯୋଗ ପରିଚାଳନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ବଚ୍ଛତା ହିଁ ସେବା: ସୁସ୍ଥ ପରିବେଶ ଗଠନ ଲକ୍ଷ୍ୟ

ଭଞ୍ଜନଗର, ୨।୧୦ (ବାବୁଲା ପ୍ରଧାନ): ଗାନ୍ଧୀ ଜୟନ୍ତୀ ଅବସରରେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉପଖଣ୍ଡ ହସ୍ପିଟାଲ ପରିସରରେ ‘ସ୍ବଚ୍ଛତା ହିଁ ସେବା’ ଅଭିଯାନ ପାଳିତ ହୋଇଯାଇଛି। ମେଡିକାଲ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?