ତୀର୍ଥରେ ଯିବେ ବରିଷ୍ଠ ନାଗରିକ: ପ୍ରଭାତୀ ପରିଡ଼ାଙ୍କ ଘୋଷଣା, ଏହି ଦିନରୁ ଆରମ୍ଭ ପଞ୍ଜିକରଣ

ଭୁବନେଶ୍ୱର,୧୬।୭: ରାଜ୍ୟର ବରିଷ୍ଠ ନାଗରିକମାନେ ଏବେ ଦେଶର ବିଭିନ୍ନ ତୀର୍ଥସ୍ଥାନ ପରିଦର୍ଶନର ସୁଯୋଗ ପାଇବେ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ପର୍ଯ୍ୟଟନ ବିଭାଗ ଓ ଆଇଆରସିଟିସି (IRCTC) ପକ୍ଷରୁ ଏକ ବିଶେଷ ତୀର୍ଥଯାତ୍ରା ଯୋଜନା ଆରମ୍ଭ ହୋଇଛି, ଯେଉଁଥିରେ ୬୦ରୁ ୭୫ ବର୍ଷ ବୟସର ବରିଷ୍ଠ ନାଗରିକମାନେ ସାମିଲ ହୋଇପାରିବେ।

ଏହି ଯୋଜନା ଅନୁସାରେ, ପ୍ରଥମ ତୀର୍ଥଯାତ୍ରୀ ଟ୍ରେନ୍‌ ସେପ୍ଟେମ୍ବର ୧୦ରୁ ଭୁବନେଶ୍ୱରରୁ ବାହାରିବ। ପ୍ରଥମ ଫେଜ୍‌ରେ ଖୋର୍ଦ୍ଧା, କଟକ, ଜଗତସିଂହପୁର, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାର ବରିଷ୍ଠ ନାଗରିକମାନେ ଏହି ଯାତ୍ରାରେ ଅଂଶଗ୍ରହଣ କରିବେ। ଯାତ୍ରା ମୋଟ୍‌ ୬ ଦିନ ଓ ୫ ରାତି ବ୍ୟାପି ଚାଲିବ।

ଏହି ଯୋଜନାରେ ନାମ ପଞ୍ଜୀକରଣ ଜୁଲାଇ ୧୭ରୁ ଅଗଷ୍ଟ ୧୫ ମଧ୍ୟରେ କରାଯାଇପାରିବ। ଆବେଦନ ଉଭୟ ଅନଲାଇନ୍‌ ଓ ଅଫ୍‌ଲାଇନ୍‌ ମାଧ୍ୟମରେ କରାଯାଇପାରିବ। ଏହା ସହିତ, ୭୦ରୁ ୭୫ ବର୍ଷ ବୟସର ବରିଷ୍ଠ ନାଗରିକମାନଙ୍କ ସହ ଜଣେ ୧୮ ବର୍ଷରୁ ଉର୍ଦ୍ଧ୍ବ ବ୍ୟକ୍ତି ସହଯାତ୍ରୀ ଭାବେ ଯାଇପାରିବେ।

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, “ଏହି ଯୋଜନା ବରିଷ୍ଠ ନାଗରିକମାନଙ୍କୁ ଦେଶର ସାଂସ୍କୃତିକ ଓ ଧାର୍ମିକ ସ୍ଥାନ ପରିଦର୍ଶନ କରିବାର ଏକ ଅନୁପମ ସୁଯୋଗ ପ୍ରଦାନ କରିବ।”

ଏହି ଯୋଜନା ବରିଷ୍ଠ ନାଗରିକମାନଙ୍କ ମଧ୍ୟରେ ଆଧ୍ୟାତ୍ମିକ ଓ ପର୍ଯ୍ୟଟନ ଅଭିଜ୍ଞତାକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ଆରମ୍ଭ କରାଯାଇଛି। ଆଗ୍ରହୀ ବରିଷ୍ଠ ନାଗରିକମାନେ ନିର୍ଦ୍ଧାରିତ ସମୟ ମଧ୍ୟରେ ନାମ ପଞ୍ଜୀକରଣ କରି ଏହି ସୁଯୋଗର ଲାଭ ଉଠାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri