ଲାଞ୍ଚ ନେଇଥିଲେ ବରିଷ୍ଠ କିରାଣୀ ଗୋବର୍ଦ୍ଧନ, ମିଳିଲା ଏମିତି ଦଣ୍ଡ

ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ତହସିଲ କାର୍ଯ୍ୟାଳୟର ପୂର୍ବତନ ବରିଷ୍ଠ କିରାଣୀ ତଥା ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟର ରାଜସ୍ବ ବିଭାଗରେ ବରିଷ୍ଠ କିରାଣୀ ଭାବେ କାର୍ଯ୍ୟରତ ଗୋବର୍ଦ୍ଧନ ମେହେରଙ୍କୁ ଲାଞ୍ଚ ନେବା ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ ଚାଲିଥିବା ଏକ ଲାଞ୍ଚ ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ମାମଲାର ବିଚାର କରି ବରିଷ୍ଠ କିରାଣୀ ମେହେରଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏହାସହିତ ତାଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ରାୟ ପ୍ରକାଶ ପାଇବା ପରେ ତାଙ୍କୁ ବରଗଡ଼ ଜିଲା କାରାଗାରକୁ ପଠାଇ ଦିଆଯାଇଛି।

ସେହିପରି ଚାକିରିରୁ ତାଙ୍କୁ ବହିଷ୍କୃତ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ଜଣାଇ ଦିଆଯିବ ବୋଲି ଭିଜିଲାନ୍ସ ସୂଚନା ଦେଇଛି। ସୂଚନା ଅନୁଯାୟୀ, ବରିଷ୍ଠ କିରାଣୀ ମେହେର ଭଟଲି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବାବେଳେ ମରୁଡ଼ି ସହାୟତା ପ୍ରଦାନ ପାଇଁ ଜଣେ କ୍ଷତିଗ୍ରସ୍ତ ଚାଷୀଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଏହି ସମୟରେ ସେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ଏବଂ ଭିଜିଲାନ୍ସ କୋର୍ଟରେ ମାମଲା ଚାଲିଥିଲା। ସମ୍ବଲପୁର ଭିଜିଲାନ୍ସର ପୂର୍ବତନ ଇନ୍ସପେକ୍ଟର ପୁନୀତାପ୍ରଭା ବାଗେ ମାମଲାର ତଦନ୍ତ କରିଥିଲେ। ସେହିପରି ସରକାରୀ ଓକିଲ ଗୌରମୋହନ ଦାଶ, ରବି ନାରାୟଣ ଭୋଇ ମାମଲା ପରିଚାଳନା କରୁଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ଝରିଗାଁ: ହଷ୍ଟେଲ ଭିତରେ ୨ ଫୁଟ୍ ପାଣି, ଭୟରେ ରାତି ବିତାଇଲେ ଛାତ୍ର

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଲଗାଣ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାରେ ଅବସ୍ଥିତ ସରକାରୀ ଏକ୍ସ ବୋର୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥିତ…

ଅଭାବନୀୟ ଘଟଣା, ଖୋଲା ପାଇଖାନା ଟାଙ୍କିରେ ପଡ଼ି ୬ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ

ବୈଶିଙ୍ଗା,୨୫।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ନଡପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଲଗାଣ ବର୍ଷାରେ ଭରି…

ବରଗଡ଼ ଧନୁଯାତ୍ରା: ଉଠିଲା କଂସ କଳାକାର ପରିବର୍ତ୍ତନ ଦାବି

ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ ପର୍ଯ୍ୟନ୍ତ ୧୧ଦିନ…

ବନ୍ଦ ହେବ ରାସାୟନିକ ପ୍ରକ୍ର୍ରିୟାକୃତ ପନିର ବିକ୍ରି

ନୂଆଦିଲ୍ଲୀ,୨୫।୯: ଖାଦ୍ୟ ଅପମିଶ୍ରଣ ଏବଂ ଖାଦ୍ୟ ପ୍ୟାକେଟ୍‌ରେ ବିଭ୍ରାନ୍ତିକର ଦାବି କରୁଥିବା କମ୍ପାନୀଗୁଡିକ ଉପରେ କାର୍ଯ୍ୟାନୁଷ୍ଠାନ କଡ଼ାକଡ଼ି କରିବା ଲକ୍ଷ୍ୟରେ ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ…

୨ ଦାଦନ ସର୍ଦ୍ଦାରଙ୍କୁ ଉଠାଇନେଲା ଛତିଶଗଡ଼ ପୋଲିସ: ଶ୍ରମିକ ଚାଲାଣ କରି ନିର୍ଯାତନା ଦେବା ଅଭିଯୋଗ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଉତ୍ତରପ୍ରଦେଶକୁ ଶ୍ରମିକ ଚାଲାଣ କରି ଇଟାଭାଟିରେ ଅଧିକ ସମୟ କାମ କରାଇ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ଛତିଶଗଡ଼ ପୋଲିସ ନୂଆପଡ଼ା…

ବଡ଼ ଦାବି କଲେ ସୋନମ ୱାଙ୍ଗଚୁକ, କହିଲେ ପ୍ରଥମେ ଜେଲରେ ଭର୍ତ୍ତି କଲେ ଏବେ ଏନକାଉଣ୍ଟର….

ନୂଆଦିଲ୍ଲୀ,୨୫।୯: ଲଦାଖରେ ହୋଇଥିବା ହିଂସାକୁ ଗୁରୁବାର ଏକ ବର୍ଷ ପୂରିଛି । ଏହି ଅବସରରେ ଆନ୍ଦୋଳନକାରୀ ତଥା Leh Apex Body (LAB) ସହ ଜଡ଼ିତ ସୋନମ…

ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ…

ଆଜିଠୁ କଂଗ୍ରେସର ଦେଶବ୍ୟାପୀ ଆନ୍ଦୋଳନ, ଜ୍ଞାନେଶଙ୍କୁ ଦେଶଦ୍ରୋହୀ ଆଖ୍ୟାଦେଲେ ରାହୁଲ

ନୂଆଦିଲ୍ଲୀ,୨୫।୯(ପି.ଟି.): ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାକୁ ନେଇ ନିର୍ବାଚନ ଆୟୋଗରେ ଗୁରୁତର ମତଭେଦ ସାମ୍ନାକୁ ଆସିଛି। ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?