Posted inଜାତୀୟ

ରାହୁଲଙ୍କ ପାଇଁ ବରିଷ୍ଠ କଂଗ୍ରେସ ନେତା କ୍ଷୁବ୍ଧ

ନୂଆଦିଲ୍ଲୀ, ୬।୯: ୨୦୧୯ ସାଧାରଣ ନିର୍ବାଚନ ସମେତ ଏକାଧିକ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ରାହୁଲ ଗାନ୍ଧୀ ଦଳ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ। ସେବେଠାରୁ ଦଳର ମଙ୍ଗ ଧରିଛନ୍ତି ସୋନିଆ ଗାନ୍ଧୀ। ଏବେ ସୋନିଆ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ହୋଇଥିଲେ ମଧ୍ୟ ସମସ୍ତ ବୈଠକ ରାହୁଲଙ୍କ ବାସଭବନରେ ହେଉଛି ଓ ସବୁ ନିଷ୍ପତ୍ତି ସେ ନେଉଛନ୍ତି। ଏହା ଦର୍ଶାଉଛି ରାହୁଲ ଦଳର ବାସ୍ତବ ନେତା। ନେତୃତ୍ୱ ପରିବର୍ତ୍ତନ ପାଇଁ ଗତବର୍ଷ ସୋନିଆଙ୍କୁ ପତ୍ର ଲେଖିଥିବା ୨୩ ଜଣ ଅସନ୍ତୁଷ୍ଟ ନେତା ରାହୁଲଙ୍କ କାର୍ଯ୍ୟକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ସେମାନେ ଯେଉଁ ପ୍ରସଙ୍ଗ ଉଠାଇଥିଲେ ତାହା ସେହିଭଳି ରହିଛି। ନେତୃତ୍ୱ ପରିବର୍ତ୍ତନ ପ୍ରସଙ୍ଗରେ କୌଣସି ନିଷ୍ପତ୍ତି ନିଆଯାଇପାରୁ ନ ଥିବା ସେମାନେ କହିଛନ୍ତି। ଅସନ୍ତୁଷ୍ଟ ନେତାଙ୍କ ମଧ୍ୟରୁ ଅଧିକାଂଶଙ୍କୁ ବିଭିନ୍ନ ଦଳୀୟ କମିଟିରେ ଥଇଥାନ କରାଯାଇଥିଲେ ମଧ୍ୟ ପରାମର୍ଶ ପ୍ରକ୍ରିୟାରେ ସେମାନଙ୍କୁ ସାମିଲ କରାଯାଇନାହିଁ। ଏହା ସେମାନଙ୍କୁ କ୍ଷୁବ୍ଧ କରିଛି। ଛତିଶଗଡ଼ ହେଉ କି ପଞ୍ଜାବ କଂଗ୍ରେସ ବିବାଦ ପ୍ରସଙ୍ଗ, ସବୁ ବୈଠକ ରାହୁଲଙ୍କ ତୁଗଲକ୍‌ ଲେନ୍‌ ବାସଭବନରେ ବସୁଛି। ସେଠାରେ ବସିଥିବା ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଟି.ଏସ୍‌. ସିଂଦେଓ ଏବଂ ଭୂପେଶ ବାଘେଲ ଉପସ୍ଥିତ ଥିଲେ। ଏଥିରୁ ସ୍ପଷ୍ଟ ଯେ, କଂଗ୍ରେସର ସମସ୍ତ ନିଷ୍ପତ୍ତି ରାହୁଲ ନେଉଛନ୍ତି। ସେହିପରି ପଞ୍ଜାବ ପ୍ରସଙ୍ଗ ରାହୁଲଙ୍କ ବାସଭବନରେ ସମାଧାନ ହୋଇଥିଲା। ନବଜ୍ୟୋତ ସିଂ ସିଦ୍ଧୁଙ୍କୁ ଦଳର ରାଜ୍ୟ ସଭାପତି ନିଯୁକ୍ତ କରାଯାଇଥିଲା। ପରେ ସେ ସୋନିଆଙ୍କୁ ଭେଟିଥିଲେ। କିନ୍ତୁ ନିଷ୍ପତ୍ତି ରାହୁଲଙ୍କ ବାସଭବନରେ ନିଆଯାଇଥିଲା, ଯାହାକୁ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ସମର୍ଥନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri