ବରିଷ୍ଠ ସାମ୍ବାଦିକ ରାମ କୁମାର ଅଗ୍ରୱାଲଙ୍କ ପରଲୋକ

ବଲାଙ୍ଗୀର,୨୪।୧:ବଲାଙ୍ଗୀରର ବରିଷ୍ଠ ସାମ୍ବାଦିକ ରାମ କୁମାର ଅଗ୍ରୱାଲ (୭୯)ଙ୍କ ଶୁକ୍ରବାର ଅପରାହ୍ନରେ ପରଲୋକ ଘଟିଛି। ସେ କିଛିଦିନ ହେଲା ବାର୍ଦ୍ଧକ୍ୟଜନିତ ଅସୁସ୍ଥତା କାରଣରୁ ଘରେ ଥିଲେ। ୧୯୪୭ ମସିହାରେ ଜନ୍ମଗ୍ରହଣ କରିଥିବା ରାମ କୁମାର ୭୦ ଦଶକ ଆରମ୍ଭରୁ ସାମ୍ବାଦିକତା କ୍ଷେତ୍ରରେ ସକ୍ରିୟ ରହିଥିଲେ। ‘ଧରିତ୍ରୀ’ ସମେତ ପ୍ରତିଷ୍ଠିତ ଇଂଲିଶ ଖବର, ହିନ୍ଦୀ ଖବରକାଗଜ, ଅଲ ଇଣ୍ଡିଆ ରେଡିଓ, ଦୂରଦର୍ଶନରେ ବହୁ ବର୍ଷ ଧରି ଖବର ପରିବେଷଣ କରିଥିଲେ। ତାଙ୍କ ସ୍ତ୍ରୀ, ପୁତ୍ର ଡା. ସଞ୍ଜୀବ କୁମାର ଅଗ୍ରୱାଲ, ବୋହୂ, ନାତିନାତୁଣୀ ଓ ପରିବାରର ଅନ୍ୟ ସଦସ୍ୟ ଅଛନ୍ତି। ତାଙ୍କ ମୃତ୍ୟୁଖବର ପ୍ରଚାରିତ ହେବା ପରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ଲୋକସଭା ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ, ବିଧାୟକ କଲିକେଶ ନାରାୟଣ ସିଂଦେଓ, ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର, ଅନଙ୍ଗ ଉଦୟ ସିଂଦେଓ ଓ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଶୋକ ବ୍ୟକ୍ତ କରିଛନ୍ତି। ଶନିବାର ଅପରାହ୍ନରେ ସ୍ଥାନୀୟ ବିଭୂତିପଡା ଶ୍ମଶାନରେ ଦାହ ସଂସ୍କାର ହେବ ବୋଲି ପରିବାର ପକ୍ଷରୁ ସୂଚନା ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନଙ୍କ ଦଳର ଚାରି ଜଣ ନେତାଙ୍କୁ ଦଶ ବର୍ଷ ଜେଲଦଣ୍ଡ

ଲାହୋର,୨୧।୬: ଶନିବାର ପାକିସ୍ତାନର ଏକ କୋର୍ଟ ୨୦୨୩ ଦଙ୍ଗା ସହିତ ଜଡିତ ଏକ ମାମଲାରେ ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଦଳର ଚାରି ଜଣ…

ଆଜି ଏହି ସବୁ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା, ଜାରି ହେଲା ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୨୧ା୬(ବନ୍ଦନା ସେଠୀ): ମୌସୁମୀ ଛୁଇଁବା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଅଗ୍ରସର ହେଉଛି। ଫଳରେ ସେସବୁ ଜିଲାରେ କୋହଲା ପାଗ ସହ ବର୍ଷା ଯୋଗୁ ଗ୍ରୀଷ୍ମ…

ଟିମ ଇଣ୍ଡିଆରେ ରୋହିତ ଶର୍ମାଙ୍କ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଲେ ଅଧିନାୟକ ଶୁଭମନ, କହିଲେ…

ନୂଆଦିଲ୍ଲୀ, ୨୧।୬: ତୃତୀୟ ଦିନିକିଆ ମ୍ୟାଚରେ ଭାରତ, ଆଫଗାନିସ୍ତାନକୁ ୯ ଉଇକେଟ୍‌ରେ ପରାସ୍ତ କରିଛି। ଏହା ସହିତ ଟିମ ଇଣ୍ଡିଆ, ଆଫଗାନିସ୍ତାନକୁ ଦିନିକିଆ ସିରିଜରେ କ୍ଲିନ ସ୍ବିପ୍‌…

ଭାରତ କ’ଣ ପାଇଲା

ଜୁନ୍‌ ୧୭ରେ ଏକ ଖବର ପ୍ରକାଶ ପାଇଥିଲା, ଆମେରିକା ଇଣ୍ଡୋ-ପାସିଫିକ କମାଣ୍ଡର ନାମ ବଦଳାଇ ପୁଣିଥରେ ‘ପାସିଫିକ କମାଣ୍ଡ’ କରିଦେଇଛି। କଶ୍ମୀରର ଏକ ଭୁଲ୍‌ ମାନଚିତ୍ର ସହିତ…

ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ବଡ଼ ନିଷ୍ପତ୍ତି: ସେ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତ ପରିବର୍ତ୍ତେ ଗସ୍ତ କରିବେ ଏହି ଦେଶ

ଢାକା,୨୧।୬: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ତାଙ୍କର ପ୍ରଥମ ବିଦେଶ ଗସ୍ତ ପାଇଁ ମାଲେସିଆ ଏବଂ ଚାଇନାକୁ ବାଛିଛନ୍ତି। ଏହି ନିଷ୍ପତ୍ତିକୁ ତାଙ୍କର ନୂତନ ବୈଦେଶିକ ନୀତି…

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ: ଉଦ୍ଧବ

ମୁମ୍ବାଇ,୨୧।୬: ଶିବସେନା (ୟୁବିଟି)ରେ ବିଦ୍ରୋହ ଅଧିକ ଗମ୍ଭୀର ହେଉଥିବାବେଳେ ଦଳ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ ଥିବା ନେଇ ଉଦ୍ଧବ ଠାକ୍‌ରେ ଶୁକ୍ରବାର କହିଛନ୍ତି। ତାଙ୍କ ନେତୃତ୍ୱ…

ଜୁନ୍‌ ସରିବାକୁ ବସିଲା, ହେଉନି ବର୍ଷା: ଚାଷ କାମରେ ବାଧା

ଅମରପଲି,୨୧ା୬(ପୀତାମ୍ବର ସାହୁ): ସାଧାରଣତଃ ଜୁନ୍‌ ମାସର ପ୍ରଥମ ସପ୍ତାହରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଏ। ଏହାସହ ଚାଷୀମାନେ ଜମି ହଳ କରି ଧାନ ବୁଣା ଓ ତଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri