ଆଉ ନାହାନ୍ତି ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତି: ନୀରବିଗଲା ରାଜନୈତିକ ଚେତନାର ନିଷ୍ଠାବାନ କଣ୍ଠସ୍ବର

ଭୁବନେଶ୍ୱର,୧୯।୪: ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଶନିବାର ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ୭୦ ବର୍ଷ ବୟସରେ ସେ ଦେହ ତ୍ୟାଗ କରିଛନ୍ତି। ତାଙ୍କର କିଡନୀ ଜନିତ ସମସ୍ୟା ଯୋଗୁ ସେ ଗତ କିଛି ବର୍ଷ ଧରି ଅସୁସ୍ଥ ହୋଇ ଚିକିତ୍ସାଧୀନ ଥିଲେ । ସେ ପ୍ରାୟ ଚାରି ଦଶନ୍ଧି ଧରି ଶାସନ ଏବଂ ରାଜନୀତିର ଖବର ପରିବେଷଣ କରିଥିଲେ। ସେ ଅନେକ ଖବର କାଗଜ ସଂସ୍ଥା ସହ ଜଡିତ ଥିଲେ। ସେ ଓଡ଼ିଶାର ସାମାଜିକ ଓ ରାଜନୈତିକ ଚେତନାର ଏକ ନିଷ୍ଠାବାନ କଣ୍ଠସ୍ବର ଥିଲେ ବୋଲି କୁହଯାଏ । ତାଙ୍କ ପରିବାରରେ ତାଙ୍କ ସ୍ତ୍ରୀ ସିପ୍ରା ମହାନ୍ତି ଏବଂ ଦୁଇ ଝିଅ ପୂଜା ଏବଂ ବନ୍ଦନା ରହିଛନ୍ତି।

ତେବେ ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ ଏକ୍ସ ରେ ପୋଷ୍ଟ କରି ଲେଖିଛନ୍ତି ଯେ, ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଦେହାନ୍ତ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ରତି ଭାଇ ଭାବରେ ରାଜ୍ୟର ସାମାଜିକ ଓ ରାଜନୈତିକ କ୍ଷେତ୍ରରେ ସେ ବେଶ ଜଣାଶୁଣା ଥିଲେ । ତାଙ୍କର ଦୀର୍ଘ ସାମ୍ବାଦିକତା ଜୀବନରେ ସଚ୍ଚୋଟତା, ନିରପେକ୍ଷତା ଓ କର୍ତ୍ତବ୍ୟନିଷ୍ଠା ପାଇଁ ସ୍ମରଣୀୟ ରହିବେ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜ୍ଞାପନ କରୁଛି ।

ଅନ୍ୟପକ୍ଷେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ରଜନେତା ତାଙ୍କ ଦେହାନ୍ତ ଖବରପାଇ ଶୋକ ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri