Posted inଜାତୀୟ

ବରିଷ୍ଠ ସାମ୍ବାଦିକ ରବିଶ ତିଓ୍ବାରୀଙ୍କ ପରଲୋକ: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୯।୨: ବରିଷ୍ଠ ସାମ୍ବାଦିକ ରବିଶ ତିଓ୍ବାରୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୪୦ ବର୍ଷ ବୟସ ହୋଇଥିଲା। ରବିଶ ତିୱାରୀ ୨୦୨୦ରୁ କର୍କଟ ରୋଗରେ ପୀଡ଼ିତ ଥିଲେ। ରବିଶ ଇଣ୍ଡିଆନ ଏକ୍ସପ୍ରେସର ଜାତୀୟ ରାଜନୈତିକ ସମ୍ପାଦକ ଥିଲେ। ତାଙ୍କ ପରିବାରରେ ତାଙ୍କ ପତ୍ନୀ, ପିତାମାତା ଏବଂ ଜଣେ ଭାଇ ରହିଛନ୍ତି। ତାଙ୍କ ବିୟୋଗରେ ଜାତୀୟ ଗଣମାଧ୍ୟମରେ ଶୋକର ଛାୟା ଖେଳିଯାଇଛି। ରବିଶଙ୍କ ଦେହାନ୍ତକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତିଙ୍କ ସମେତ ଅନେକ ସେଲିବ୍ରିଟି ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଟୁଇିଟ କରି କହିଛନ୍ତି, ଭଗବାନ ରବିଶ ତିୱାରୀଙ୍କୁ ଖୁବ୍‌ଶୀଘ୍ର ଆମ ଗହଣରୁ ଛଡ଼ାଇ ନେଲେ। ଗଣମାଧ୍ୟମ ଦୁନିଆରେ ଜଣେ ଉଜ୍ଜ୍ୱଳ ପ୍ରତିଭାର ଅନ୍ତ ଘଟିଛି। ମୋତେ ତାଙ୍କର ଉପସ୍ଥାପନା ଶୈଳୀ, ସ୍ବତନ୍ତ୍ର ଖବର ଉପରେ ଚର୍ଚ୍ଚା ଓ ସାକ୍ଷାତକାର ବେଶ୍‌ ପ୍ରଭାବିତ କରିଥିଲା। ସେ ବୁଦ୍ଧିମାନ ଏବଂ ନମ୍ର ଥିଲେ। ତାଙ୍କ ପରିବାର ଏବଂ ଅନେକ ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ସମବେଦନା ଜଣାଇଛନ୍ତି। ସେହିପରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଟୁଇଟ କରି ଲେଖିଛନ୍ତି, ରବିଶ ତିୱାରୀଙ୍କ ପାଇଁ ସାମ୍ବାଦିକତା ଏକ ଆବେଗ ଥିଲା। ତାଙ୍କର ରିପୋର୍ଟିଂ ଓ ଆଙ୍କରିଂ ଏକ ଭିନ୍ନ ଶୈଳୀ ଥିଲା। ତାଙ୍କର ହଠାତ୍‌ ଏବଂ ଆଶ୍ଚର୍ଯ୍ୟଜନକ ମୃତ୍ୟୁ ଗଣମାଧ୍ୟମର ଏକ ଭିନ୍ନ ସ୍ବରକୁ ଚପାଇଦେଲା। ତାଙ୍କ ପରିବାର, ବନ୍ଧୁ ଓ ସହକର୍ମୀଙ୍କ ପ୍ରତି ରାମନାଥ କୋବିନ୍ଦ ସମବେଦନା ଜଣାଇଛନ୍ତି। ସେହିଭଳି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କହିଛନ୍ତି, ବରିଷ୍ଠ ସାମ୍ବାଦିକ ରବିଶ ତିୱାରୀଙ୍କ ଅକାଳ ବିୟୋଗ ଅତ୍ୟନ୍ତ ଦୁଃଖ ଦାୟକ। ତାଙ୍କ ପରିବାର, ବନ୍ଧୁ ଏବଂ ସହକର୍ମୀଙ୍କୁ କେଜରିଓ୍ବାଲ ଗଭୀର ସମବେଦନା ଜଣାଇ ରବିଶଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ପ୍ରାର୍ଥନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri