କରୋନାରେ ବରିଷ୍ଠ ସାମ୍ବାଦିକଙ୍କ ପରଲୋକ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ତଥା ରାଜନୀତିକ ସମୀକ୍ଷକ ବସନ୍ତ ଦାସଙ୍କ ପରଲୋକ ଘଟିଛି। ଶୁକ୍ରବାର କରୋନାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ଏନେଇ ତାଙ୍କ ପୁଅ ଚନ୍ଦନ ଦାସ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ମେ’୧୬ରେ ବସନ୍ତ ଦାସ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏହାପରେ ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ତେବେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଶୁକ୍ରବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଛି। ଉଭୟ ଓଡିଆ ଓ ଇଂଲିଶରେ ସାମ୍ବଦିକତା ସହ ଓଡ଼ିଆ ସାହିତ୍ୟ କ୍ଷେତ୍ରରେ ତାଙ୍କର ଅବଦାନ ଅତୁଳନୀୟ। ୧୯୬୫ରେ ଇଂଲିଶ ଦୈନିକ ଇଷ୍ଟର୍ଣ୍ଣ ଟାଇମ୍ସରୁ ସାମ୍ବଦିକତା କ୍ଷେତ୍ରରେ ସେ ପାଦ ଥାପିଥିଲେ। ବର୍ତ୍ତମାନର ପୁସ୍ତକ ‘ପଲଟିକାଲ ହିଷ୍ଟ୍ରି ଅଫ୍‌ ମଡର୍ଣ୍ଣ ଓଡିଶା’ ସହିତ ସେ ୧୬ଟି ପୁସ୍ତକ ଲେଖିଛନ୍ତି। ଏଥିସହ ‘ଜେ ଦେଶ ଯାଇ ସେ ଫଳଖାଇ’ ପାଇଁ ତାଙ୍କୁ ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ମଧ୍ୟ ସମ୍ମାନିତ କରାଯାଇଥିଲା। ତାଙ୍କ ବିୟୋଗରେ ସାମ୍ବାଦିକ ମହଲରେ ଶୋକପ୍ରକାଶ ପାଇଛି। ଓଡ଼ିଶା ଆଜି ତାଙ୍କ ଭଳି ଜଣେ ସୁଦକ୍ଷ ସାମ୍ବାଦିକଙ୍କୁ ହରାଇଛି। ଯାହା ସାହିତ୍ୟ କ୍ଷେତ୍ରରେ ଏକ ଅପୂରଣୀୟ କ୍ଷତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri