ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା କରାଯାଇଥିବା ଅଭିଯୋଗ କରି ସେ ତାଙ୍କର ଇସ୍ତଫା ପତ୍ର ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। କେବଳ ଭକ୍ତିପ୍ରସାଦ ନୁହନ୍ତି, ଅନୁଗୋଳ ଜିଲା ବିଜେଡିର ବରିଷ୍ଠ ନେତ୍ରୀ ମୀରା ଗଡ଼ନାୟକ, ଯୁବ ବିଜେଡି ରାଜ୍ୟ ଉପସଭାପତି ପ୍ରକାଶ ଚନ୍ଦ୍ର ଭୋଇ, ମାତ୍ର ସପ୍ତାହେ ତଳେ ବିଜେଡିରେ ଯୋଗ ଦେଇଥିବା ଆଦର୍ଶ ଗ୍ରୁପ୍‌ ପ୍ରତିଷ୍ଠାତା ମହେଶ ଚନ୍ଦ୍ର ଧଳ, ବିଜେଡି ଡିଜିଟାଲ ସମ୍ପାଦକ ପ୍ରଶାନ୍ତ କୁମାର ଦେହୁରୀ, ବିଜୁ ଛାତ୍ର ଜନତା ଦଳ ଜିଲା ସାଧାରଣ ସମ୍ପାଦକ ରାହୁଲ ମହାପାତ୍ର ଓ ବାଉଳିଗଡ଼ ସରପଞ୍ଚ ଅମରେନ୍ଦ୍ର ଗଡ଼ନାୟକ ମଧ୍ୟ ଦଳ ଛାଡ଼ିଛନ୍ତି। ଏକାବେଳେ ଏତେ ସଂଖ୍ୟକ ନେତା ଦଳ ଛାଡ଼ିବା ଜିଲା ବିଜେଡି କ୍ୟାମ୍ପରେ କମ୍ପନ ସୃଷ୍ଟି କରିଛି। ଏହି ନେତାମାନେ ବୁଧବାର ଭାଜପାରେ ସାମିଲ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି।
ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ଓ ଅନୁଗୋଳ ଜିଲା ଉପଦେଷ୍ଟା କମିଟିରୁ ଇସ୍ତଫା ଦେଇଥିବା ଭକ୍ତି ପ୍ରସାଦ ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଥିବା ପତ୍ରରେ ଉଲ୍ଲେଖ କରିଛନ୍ତି, ଦୀର୍ଘ ବର୍ଷ ଧରି ବିଜୁ ଜନତା ଦଳରେ ତାଙ୍କୁ ଅଣଦେଖା କରାଯାଇଛି। ଦଳ ତାଙ୍କୁ କେବେ ବି ଗୁରୁତ୍ୱ ପ୍ରଦାନ କରିନାହିଁ। ବିଶେଷକରି ୨୦୧୯ ପରଠାରୁ ଅଦ୍ୟାବଧି ଏହି ଧାରା ଜାରି ରହିଥିଲା। ତେଣୁ ଦଳରେ ତାଙ୍କର ଆଉ ଆବଶ୍ୟକତା ନ ଥିବାରୁ ସେ ବିଜେଡି ଛାଡ଼ିଥିବା ଜଣାଇ ଦେଇଛନ୍ତି। ଇସ୍ତଫା ଦେଇଥିବା ବରିଷ୍ଠ ନେତ୍ରୀ ମୀରା ଦର୍ଶାଇଛନ୍ତି,ତାଙ୍କର ଗୁରୁତ୍ୱ ଓ ଦାୟିତ୍ୱକୁ ବୁଝିବାରେ ହେଳା କରାଯାଇଛି। ଅନ୍ୟପକ୍ଷରେ ଗତ ୧୭ ତାରିଖରେ ବିଜେଡିରେ ଯୋଗଦାନ କରିଥିବା ଆଦର୍ଶ ଗ୍ରୁପ୍‌ର ପ୍ରତିଷ୍ଠାତା ମହେଶ ଦଳରୁ ଇସ୍ତଫା ଦେବା ବେଶ୍‌ ଆଲୋଚନାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri