Posted inଜାତୀୟ

ଯୋଗୀଙ୍କୁ ଅଦରକାରୀ ମୁଖ୍ୟମନ୍ତ୍ରୀ କହିଲେ ନିଜ ଦଳର ବରିଷ୍ଠ ନେତା

ଲକ୍ଷ୍ନୌ,୨୮।୮: ଉତ୍ତରପ୍ରଦେଶର ପୂର୍ବତନ ମନ୍ତ୍ରୀ ତଥା ଭାଜପା ବିଧାୟକଙ୍କ ପିତା ରାମ ସରନ ବର୍ମା ନିଜ ସରକାର ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ସରକାରଙ୍କ ଉପରେ ପ୍ରଶ୍ନ ଉଠାଇବାବେଳେ ସେ ବିଏସପି ସୁପ୍ରିମୋ ମାୟାବତୀଙ୍କ କାର୍ଯ୍ୟକାଳକୁ ପ୍ରଶଂସା କରିବା ସହ ତାଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଅପେକ୍ଷା ଜଣେ ଉତ୍ତମ ମୁଖ୍ୟମନ୍ତ୍ରୀ ବୋଲି କହିଥିଲେ।
ରାମ ସରନ ବର୍ମା ଭାଜପା ସରକାରରେ ରାଜ୍ୟ ମନ୍ତ୍ରୀ ରହିଥିଲେ। କେବଳ ଏତିକି ନୁହେଁ, ତାଙ୍କ ପୁଅ ବିବେକ ବର୍ମା ପିଲିଭୀତର ବିସଲପୁର ବିଧାନସଭାର ବିଧାୟକ। ପୂର୍ବତନ ମନ୍ତ୍ରୀ ମଙ୍ଗଳବାରଠାରୁ ବିସଲପୁର ମାଣ୍ଡିରେ ବିରୋଧ ଆରମ୍ଭ କରିଛନ୍ତି। ବିପଥଗାମୀ ପ୍ରାଣୀ ସମେତ ଅନ୍ୟାନ୍ୟ ସମସ୍ୟା ବିଷୟରେ ଏକ ଅର୍ନିଦ୍ଦିଷ୍ଟ କାଳ ପାଇଁ ଧର୍ମଘଟ ଆରମ୍ଭ କରିଛନ୍ତି।
ଏହି ବିକ୍ଷୋଭକୁ ସମ୍ବୋଧିତ କରି ରାମ ସରନ ସିଏମ ଯୋଗୀ ଆଦିତ୍ୟନାଥଙ୍କୁ ଟାର୍ଗେଟ କରିଥିଲେ। ତାଙ୍କୁ ଅଦରକାରୀ ଏବଂ ମୂଲ୍ୟହୀନ ବୋଲି ମଧ୍ୟ କହିଥିଲେ। ସେ ତାଙ୍କ ସରକାରର ବ୍ୟବସ୍ଥା ଉପରେ ପ୍ରଶ୍ନ କରି ମାୟାବତୀଙ୍କୁ ମଧ୍ୟ ପ୍ରଶଂସା କରିଥିଲେ। ରାମ ସରନ ବର୍ମା କହିଛନ୍ତି, ମୁଁ ନିଜେ ଭାଜପାର କିନ୍ତୁ ମୁଁ ଲୋକମାନଙ୍କୁ କହୁଛି ଯେ ବର୍ତ୍ତମାନ ପର୍ଯ୍ୟନ୍ତ ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଯୋଗୀ ସବୁଠାରୁ ଅଦରକାରୀ ଏବଂ ମୂଲ୍ୟହୀନ ମୁଖ୍ୟମନ୍ତ୍ରୀ।
ରାମ ସରନ ଆହୁରି ମଧ୍ୟ କହିଛନ୍ତି, ମାୟାବତୀ ତାଙ୍କ ଅପେକ୍ଷା ଭଲ ଏବଂ ଅନ୍ତତଃପକ୍ଷେ ସେ ଲାଞ୍ଚ କାରବାରରେ ଜଡିତ ନୁହଁନ୍ତି। ମୁଁ କାହାକୁ ଭୟ କରେ ନାହିଁ, ମୁଁ ସବୁକିଛି ଖୋଲାଖୋଲି କହିଥାଏ। ପୂର୍ବତନ ମନ୍ତ୍ରୀଙ୍କ ଏହି ବିବୃତ୍ତି ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ରାମ ସରନ ତାଙ୍କ ବିବୃତ୍ତି ପାଇଁ ପ୍ରାୟତଃ ଚର୍ଚ୍ଚାରେ ଥାଆନ୍ତି। ଅକ୍ଟୋବର ୨ ସୁଦ୍ଧା ଯଦି ତାଙ୍କର ଦାବି ପୂରଣ ନ ହୁଏ ତେବେ ସେ ଆହୁରି ବିରୋଧ ପ୍ରଦର୍ଶନ ଜାରି ରଖିବେ ବୋଲି ସେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?