Posted inଜାତୀୟ

‘ଦିଲ୍ଲୀରେ ମୋଦିଙ୍କର ୨୭୦୦ କୋଟିର ରାଜମହଲ; ଦିନରେ ୩ ଥର ପୋଷାକ ବଦଳାଉଛନ୍ତି, ୧୦ ଲକ୍ଷ ଟଙ୍କିଆ କଲମରେ ଲେଖୁଛନ୍ତି’

ନୂଆଦିଲ୍ଲୀ,୭।୧: ଦିଲ୍ଲୀରେ ନିର୍ବାଚନ ତାରିଖ ଘୋଷଣା ହେବାର ପରେ ପରେ ଆମ୍‌ ଆଦ୍‌ମୀ ପାର୍ଟୀର ବଡ଼ ନେତାମାନେ ଖବରଦାତା ସମ୍ମିଳନୀ କରି କେନ୍ଦ୍ର ସରକାର ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କର ୨୭୦୦ କୋଟିର ଏକ ରାଜମହଲ ଅଛି ବୋଲି ରାଜ୍ୟ ସଭା ଏମ୍‌ପି ସଞ୍ଜୟ ସିଂ କହିଛନ୍ତି। ଏହାଛଡ଼ା ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ତାଙ୍କଠାରୁ ମୁଖ୍ୟମନ୍ତ୍ରୀ ଆବାସ ଛଡ଼ାଇ ନେଇଥିବା ଆତିଶୀ ଅଭିଯୋଗ କରିଛନ୍ତି। ତେବେ ଦିଲ୍ଲୀରେ ଫେବୃୟାରୀ ୫ରେ ଭୋଟିଂ ହେବ। ଫେବୃୟାରୀ ୮ରେ ନିର୍ବାଚନର ଫଳାଫଳ ଆସିବ।

ଏମ୍‌ପି ସଞ୍ଜୟ ସିଂ କହିଛନ୍ତି, ମୁଖ୍ୟମନ୍ତ୍ରୀ ଆବାସର ବଣ୍ଟନ ୩ ମାସରେ ୨ ଥର ରଦ୍ଦ କରିଦିଆଯାଇଛି। ଏହାକୁ ନେଇ ଭାଜପା ଏବଂ ଏହାର ନେତା ଅପପ୍ରଚାର କରୁଛନ୍ତି। ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କର ୨୭୦୦ କୋଟିର ରାଜମହଲ ଅଛି। ସେ ଦିନରେ ତିନି ତିନି ଥର ପୋଷାକ ବଦଳାଉଛନ୍ତି। ୧୦ ଲକ୍ଷ ଟଙ୍କାର କଲମ ବ୍ୟବହାର କରୁଛନ୍ତି, ତାଙ୍କ ପାଖରେ ୫୦୦୦ ସୁଟ୍‌ ଅଛି ଏବଂ ୬୭୦୦ ହଳ ଜୋତା ଅଛି। ସେହି ରାଜମହଲରେ ୨୦୦ କୋଟିର ଝୁମର୍‌ ଅଛି, ସେଥିରେ ହୀରା ଖଚିତ ହୋଇଛି। ଏସବୁକୁ ଦେଶବାସୀଙ୍କୁ ଦେଖାଇବା ଉଚିତ। ଆମେ ମଧ୍ୟ ସେହି ରାଜମହଲକୁ ଦେଖିବାକୁ ଚାହୁଁ ବୋଲି ସେ କହିଛନ୍ତି।

ସେହିଭଳି ଆତିଶୀ କହିଛନ୍ତି, ଭାଜପାକୁ ଲାଗୁଛି ଯେ ସେ ଘର ଛଡ଼ାଇ ନେଇ, ଗାଳିଗୁଲଜ କରି, ମୋ ପରିବାର ବିଷୟରେ ନିମ୍ନସ୍ତରକୁ ଖସିଯାଇ ଆମେ ଦିଲ୍ଲୀବାସୀଙ୍କ ଲାଗି କରିବାକୁ ଥିବା କାର୍ଯ୍ୟକୁ ରୋକିଦେବେ। ଆମେ ଦିଲ୍ଲୀବାସୀଙ୍କ ଲାଗି ଲଗାତାର ଭାବେ କାମ କରିବୁ। ଆବଶ୍ୟକ ପଡ଼ଇଲେ କାହା ଘରେ ଯାଇ ରହିବି କିନ୍ତୁ ଦୁଇଗୁଣା ଆତ୍ମବିଶ୍ୱାସ ସହ କାମ କରିବି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri