ଜିଲା ସଭାପତି ଘୋଷଣା ପରେ ଅସନ୍ତୁଷ୍ଟ ବରିଷ୍ଠ ନେତା, କର୍ମୀ : ସାମୂହିକ ଭାବେ ଇସ୍ତଫା ଦେବା ନେଇ…

ରାୟଗଡ଼ା,୯।୯(ଆଶିଷ ରଞ୍ଜନ ପଣ୍ଡା): ଗତ ୪ ତାରିଖରେ ବିଜେଡି ଜିଲା ସଭାପତି ଭାବେ ଜଗନ୍ନାଥ ସାରକାଙ୍କ ନାମ ଘୋଷଣା ପରେ ଜିଲା ବିଜେଡିରେ ଭୃକୁଞ୍ଚନ ସୃଷ୍ଟି ହୋଇଛି। ଜିଲାରେ ବିଜେଡିରେ ବରିଷ୍ଠ ନେତା ଓ କର୍ମୀଙ୍କ ମନରେ କୁହୁଳିଛି ଅସନ୍ତୋଷର ନିଆଁ। ଜଗନ୍ନାଥଙ୍କୁ ସଭାପତି ଘୋଷଣା ପରେ ଜିଲାରେ ଦୁର୍ବଳ ହୋଇଯାଇଛି ବିଜେଡି ସଂଗଠନ। ଦଳରୁ ପୂର୍ବତନ ରାଜ୍ୟସଭା ସାଂସଦ ଏନ ଭାସ୍କର ରାଓ, ପୂର୍ବତନ ମନ୍ତ୍ରୀ ଲାଲବିହାରୀ ହିମରିକା, ବ୍ଲକ ଅଧ୍ୟକ୍ଷା ଟୁନି ହୁଇକା, ପୂର୍ବତନ ପୌର ଅଧ୍ୟକ୍ଷ ରାଇସିଂ ବିଡିକା, ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷ ଗଙ୍ଗାଧର ପୁଆଲାଙ୍କ ସମେତ ହଜାର ସଂଖ୍ୟାରେ ବିଜେଡି ନେତା ଓ କର୍ମୀ ଭାସ୍କର ରାଓଙ୍କ କାର୍ଯ୍ୟାଳୟରେ ଏକତ୍ରିତ ହୋଇଛନ୍ତି। ଆଉ ଅଳ୍ପ ସମୟରେ ସମସ୍ତେ ଦଳରୁ ସାମୂହିକ ଭାବେ ଇସ୍ତଫା ଦେବେ ବୋଲି ନିଷ୍ପତ୍ତି ହୋଇଥିବା ଜଣାପଡିଛି। ତେବେ ଦଳରୁ ଇସ୍ତଫା ଦେବା ପରେ ଭାସ୍କର ରାଓଙ୍କ ନେତୃତ୍ୱରେ ବିଜୁ ବାବୁଙ୍କ ନୀତି ଓ ଆଦର୍ଶରେ ଆଉ ଏକ ନୂତନ ଆଞ୍ଚଳିକ ଦଳ ଘୋଷଣା ନେଇ ମଧ୍ୟ ଚୂଡାନ୍ତ ହୋଇଥିବା ଜଣାପଡିଛି। ତେବେ ଦେଖିବାକୁ ବାକି ରହିଲା ଗୋଟିଏ ପଟେ ୨୫ ବର୍ଷରେ ବିଜେଡି ଦଳ ଓ ବିଜୁ ପଟ୍ଟନାୟକଙ୍କ ପୁଅ ତଥା ଓଡ଼ିଶାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସଭାପତିତ୍ୱରେ ବିଜେଡି ଦଳ ଓ ବର୍ତ୍ତମାନ ବିଜୁ ବାବୁଙ୍କ ଆଦର୍ଶରେ ଗଠନ ହେବାକୁ ଯାଉଥିବା ନୂତନ ଆଞ୍ଚଳିକ ଦଳ ମଧ୍ୟରେ କିଭଳି ମୁକାବିଲା ହେବ ଏବଂ ଏହା ଆଗାମୀ ପଞ୍ଚାୟତ ନିର୍ବାଚନରେ ବିଜେଡି ସମେତ ଜାତୀୟ ଦଳ କଂଗ୍ରେସ ଓ ଭଜପା ଉପରେ କିଭଳି ପ୍ରଭାବ ପକେଇବ ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri