ଭୁବନେଶ୍ୱର,୧୩।୨: ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ଶୁକ୍ରବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ୧୯୯୫-୨୦୦୦ ମସିହା ଯାଏ ଚୌଦାର ବିଧାୟକ , ୧୯୮୮-୯୪ ମସିହା ଯାଏ ରାଜ୍ୟ ସଭା ଏମ୍ପି ଥିଲେ। ପି. ଭି. ନରସିଂହ ରାଓଙ୍କ ସରକାରରେ ରେଳ ଓ କୃଷି ରାଷ୍ଟ୍ରମନ୍ତ୍ରୀ ଥିଲେ।

