ହୃଦ୍‌ଘାତରେ ବରିଷ୍ଠ ଖବରଦାତାଙ୍କ ପରଲୋକ

ଭବାନୀପାଟଣା,୬।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୟପାଟଣାର ବରିଷ୍ଠ ଖବରଦାତା ପ୍ରଭାକର ପଟ୍ଟନାୟକ(୫୧)ଙ୍କ ଶନିବାର ବିଳମ୍ବିତ ରାତିରେ ନିଜ ବାସଭବନରେ ହୃଦଘାତରେ ପରଲୋକ ହୋଇଯାଇଛି। ସେ କଳାହାଣ୍ଡି ଜିଲା ଓଡ଼ିଶା ୟୁନିୟନ ଅଫ୍‌ ଜର୍ଣ୍ଣାଲିଷ୍ଟର ପୂର୍ବତନ ସାଧାରଣ ସମ୍ପାଦକ ରହିଥିଲେ। ଏହାସହ ଦୀର୍ଘ ବର୍ଷ ଧରି ସେ ‘ଧରିତ୍ରୀ’ ଖବରକାଗଜରେ ଜୟପାଟଣା ବ୍ଲକ ପ୍ରତିନିଧି ରହି ଅଞ୍ଚଳର ସମସ୍ୟାକୁ ପ୍ରଶାସନ ନିକଟରେ ଉପସ୍ଥାପନ କରୁଥିଲେ। ସେହିପରି ପୂର୍ବତନ ବିଧାୟକ ବଳଭଦ୍ର ମାଝୀ ଲାଞ୍ଜିଗଡ଼ ନିର୍ବାଚନମଣ୍ଡଳୀର ବିଧାୟକ ଥିବା ସମୟରେ ସେ ବିଧାୟକଙ୍କ ଜୟପାଟଣା ବ୍ଲକ ପ୍ରତିନିଧି ରହିଥିଲେ। ସ୍ଥାନୀୟ ଗୀତା ଭବନ, ରାମମନ୍ଦିର, ବିଭିନ୍ନ ସାମାଜିକ ସଙ୍ଗଠନ ସହ ଜଡିତ ରହି ବିକାଶ ପାଇଁ କାର୍ଯ୍ୟ କରି ଆସୁଥିଲେ। ତାଙ୍କର ଅକାଳ ବିୟୋଗରେ ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ, ସାମାଜିକ କର୍ମୀ ଶେଷଦେବ ବେହେରା, ପ୍ରବୀଣ ମୁଣ୍ଡ,ପ୍ରକାଶ ଦୁରିଆ, ରୁଦ୍ର ପାଣିଗ୍ରାହୀ, ବରିଷ୍ଠ କଂଗ୍ରସ ନେତା ହେମନ୍ତ ପଣ୍ଡା, ଗଙ୍ଗାଧର ପାତ୍ର, ଗଙ୍ଗା ମାଝୀ, ଭାରତେନ୍ଦୁ ବେହେରା ,ଦିଲ୍ଲୀପ ବେହେରା ,ସୁବାସ ମୁଣ୍ଡ , ପ୍ରବୀର ବେହେରା, ଓୟୁଜେ ରାଜ୍ୟ ସଭାପତି ପ୍ରସନ୍ନ ମହାନ୍ତି, ସମ୍ପାଦକ କମ୍ବୁପାଣି ମିଶ୍ର, ଜିଲା ସାଧାରଣ ସମ୍ପାଦକ ସନ୍ତୋଷ ସିଂଦେଓଙ୍କ ସମେତ ଜିଲା ସଂଘ ପକ୍ଷରୁ ଶୋକ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri