ହୃଦ୍‌ଘାତରେ ବରିଷ୍ଠ ଖବରଦାତାଙ୍କ ପରଲୋକ

ଭବାନୀପାଟଣା,୬।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୟପାଟଣାର ବରିଷ୍ଠ ଖବରଦାତା ପ୍ରଭାକର ପଟ୍ଟନାୟକ(୫୧)ଙ୍କ ଶନିବାର ବିଳମ୍ବିତ ରାତିରେ ନିଜ ବାସଭବନରେ ହୃଦଘାତରେ ପରଲୋକ ହୋଇଯାଇଛି। ସେ କଳାହାଣ୍ଡି ଜିଲା ଓଡ଼ିଶା ୟୁନିୟନ ଅଫ୍‌ ଜର୍ଣ୍ଣାଲିଷ୍ଟର ପୂର୍ବତନ ସାଧାରଣ ସମ୍ପାଦକ ରହିଥିଲେ। ଏହାସହ ଦୀର୍ଘ ବର୍ଷ ଧରି ସେ ‘ଧରିତ୍ରୀ’ ଖବରକାଗଜରେ ଜୟପାଟଣା ବ୍ଲକ ପ୍ରତିନିଧି ରହି ଅଞ୍ଚଳର ସମସ୍ୟାକୁ ପ୍ରଶାସନ ନିକଟରେ ଉପସ୍ଥାପନ କରୁଥିଲେ। ସେହିପରି ପୂର୍ବତନ ବିଧାୟକ ବଳଭଦ୍ର ମାଝୀ ଲାଞ୍ଜିଗଡ଼ ନିର୍ବାଚନମଣ୍ଡଳୀର ବିଧାୟକ ଥିବା ସମୟରେ ସେ ବିଧାୟକଙ୍କ ଜୟପାଟଣା ବ୍ଲକ ପ୍ରତିନିଧି ରହିଥିଲେ। ସ୍ଥାନୀୟ ଗୀତା ଭବନ, ରାମମନ୍ଦିର, ବିଭିନ୍ନ ସାମାଜିକ ସଙ୍ଗଠନ ସହ ଜଡିତ ରହି ବିକାଶ ପାଇଁ କାର୍ଯ୍ୟ କରି ଆସୁଥିଲେ। ତାଙ୍କର ଅକାଳ ବିୟୋଗରେ ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ, ସାମାଜିକ କର୍ମୀ ଶେଷଦେବ ବେହେରା, ପ୍ରବୀଣ ମୁଣ୍ଡ,ପ୍ରକାଶ ଦୁରିଆ, ରୁଦ୍ର ପାଣିଗ୍ରାହୀ, ବରିଷ୍ଠ କଂଗ୍ରସ ନେତା ହେମନ୍ତ ପଣ୍ଡା, ଗଙ୍ଗାଧର ପାତ୍ର, ଗଙ୍ଗା ମାଝୀ, ଭାରତେନ୍ଦୁ ବେହେରା ,ଦିଲ୍ଲୀପ ବେହେରା ,ସୁବାସ ମୁଣ୍ଡ , ପ୍ରବୀର ବେହେରା, ଓୟୁଜେ ରାଜ୍ୟ ସଭାପତି ପ୍ରସନ୍ନ ମହାନ୍ତି, ସମ୍ପାଦକ କମ୍ବୁପାଣି ମିଶ୍ର, ଜିଲା ସାଧାରଣ ସମ୍ପାଦକ ସନ୍ତୋଷ ସିଂଦେଓଙ୍କ ସମେତ ଜିଲା ସଂଘ ପକ୍ଷରୁ ଶୋକ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri