‘ବରିଷ୍ଠ ଖବରଦାତା ସନ୍ତୋଷ ପାଢ଼ୀଙ୍କ ଅକାଳ ବିୟୋଗ କରିଛି ମର୍ମାହତ’

ଛତ୍ରପୁର,୨୩ା୧୦(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ସ୍ଥାନୀୟ ଶିବକୁମାର ପଟ୍ଟନାୟକ ରିଡିଙ୍ଗ ରୁମ୍‌ ପରିସରରେ ଛତ୍ରପୁର ପ୍ରେସ୍‌ କ୍ଳବର ପୂର୍ବତନ ସାଧାରଣ ସମ୍ପାଦକ ତଥା ବରିଷ୍ଠ ଖବରଦାତା ସନ୍ତୋଷ କୁମାର ପାଢ଼ୀଙ୍କ ଅକାଳ ବିୟୋଗରେ ଏକ ଶୋକ ସଭା ଛତ୍ରପୁର ନାଗରିକ କମିଟି ପକ୍ଷରୁ ସଭାପତି ଗୋକୁଳ ଚନ୍ଦ୍ର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ, ବ୍ରହ୍ମପୁର ଏମ୍‌ପି ପ୍ରତିନିଧି ରୁଈନା ପଟ୍ଟନାୟକ, ନାଗରିକ କମିଟି ସମ୍ପାଦକ ସୁଧୀର କୁମାର ସାହୁ, ଛତ୍ରପୁରର ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୁରୀ, ଛତ୍ରପୁର ଓକିଲ ସଂଘର ସଭାପତି ପ୍ରଦୀପ କୁମାର ପାଢ଼ୀ, ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଅଜୟ କୁମାର ତ୍ରିପାଠୀ, ପିଏନୟୁଏ କଲେଜ ଅଧ୍ୟକ୍ଷ ଡ. ରାଜେନ୍ଦ୍ର ଦାଶ, କ୍ୟୁୟସ ଅନୁଷ୍ଠାନ ସମ୍ପାଦକ ଅରୁଣ ଶତପଥୀ, ୧୦ନଂ ଓ୍ବାର୍ଡ କାଉନସିଲର ଦେବାଶିଷ ମିଶ୍ର, ଛତ୍ରପୁର ପ୍ରେସ୍‌ କ୍ଲବର ସଭାପତି ସରୋଜ କୁମାର ସାମଲ, ପୂର୍ବତନ କ୍ଲବ ସଭାପତି ପ୍ରଶାନ୍ତ ମହାରଣା, ଶଙ୍କର ଚକ୍ଷୁ ଚିକିତ୍ସାଳୟର ଉପଦେଷ୍ଟା ବି. ଶ୍ରୀନିବାସ, ଆଇନଜୀବୀ ଡଃ ପ୍ରଶାନ୍ତ କୁମାର ଶତପଥୀ , ପ୍ରାଧ୍ୟାପକ ଭି. ରାଜେନ୍ଦ୍ର ରାଜୁ, ସିପିଆଇ ଛତ୍ରପୁର ଜୋନାଲ ସମ୍ପାଦକ ଡି. ଆଦିନାରାୟଣ ରେଡ୍ଡୀ, ଶ୍ରମିକ ନେତା ଶଙ୍କର ପ୍ରସାଦ ଦାଶ, ଋଷିକୂଲ୍ୟା ରୟତ ମହାସଭାର ସମ୍ପାଦକ ସୀମାଞ୍ଚଳ ନାହାକ, ପୂର୍ବତନ ସମିତି ସଭ୍ୟ ଏନ୍‌. ଦୁର୍ଯ୍ୟୋଧନ ରେଡ୍ଡୀ, ପୂର୍ବତନ କାଉନସିଲର ବି. ରାଜୁବାବୁ, ଯୁବନେତା ଅଟଳ ବିହାରୀ ପଟ୍ଟନାୟକ, ରିକପଲ୍ଲୀ ବ୍ୟବସାୟୀ ସଂଘର ସଭାପତି ଲକ୍ଷ୍ମୀଚରଣ ପଣ୍ଡା, ଶିକ୍ଷାବିତ୍‌ ସୋମନାଥ ସାହୁ, କାଳୁ ଚରଣ ତ୍ରିପାଠୀ, ଶିକ୍ଷକ ଅଜିତ କୁମାର ସେଠୀ, ମନ୍ମଥ ପାଢ଼ୀ, ଶତ୍ରୁଘନ ମହାକୁଡ, ଦିଲେଶର ରେଡ୍ଡୀ, ଯୁବନେତା ବନୋଜ କୁମାର ନାହାକଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ଖବରଦାତାମାନେ ଯୋଗଦେଇ ସ୍ବର୍ଗତ ପାଢ଼ୀଙ୍କ ସ୍ମୁତିଚାରଣ କରି କହିଥିଲେ ବରିଷ୍ଠ ଖବରଦାତା ସନ୍ତୋଷ ପାଢ଼ୀଙ୍କ ଅକାଳ ବିୟୋଗ ମର୍ମାହତ କରିଛି। ପ୍ରାରମ୍ଭରେ ତାଙ୍କର ଅମର ଆତ୍ମାର ସଦ୍‌ଗତି ନିମନ୍ତେ ଦୁଇ ମିନିଟ୍‌ ନୀରବ ପ୍ରାର୍ଥନା କରିଥିଲେ। ଏହା ସହ ତାଙ୍କର ଫଟୋଚିତ୍ରରେ ସମସ୍ତେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ନାଗରିକ କମିଟି ସମ୍ପାଦକ ସୁଧୀର କୁମାର ସାହୁ ଓ ଅନ୍ୟମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri