ପରପାରିରେ ଗାନ୍ଧୀବାଦୀ ସମାଜସେବୀ ଘାସିରାମ

କୋକସରା,୨୩।୮(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅଞ୍ଚଳର ଚିର ପରିଚିତ ଗାନ୍ଧିବାଦୀ ଚିନ୍ତାଧାରାରେ ଅନୁପ୍ରାଣିତ ବରିଷ୍ଠ ସମାଜସେବୀ ଘାସିରାମ ପାଟ୍ଟଯୋଶୀଙ୍କ ମଙ୍ଗଳବାର ସନ୍ଧ୍ୟାରେ ନିଜ ବାସ ଭବନରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ଗତକିଛ ମାସ ହେବ ସେ ଯକୃତ ଜନିତ ରୋଗରେ ପୀଡିତ ଥିଲେ।

ଘାସିରାମ ଶିକ୍ଷକତାରୁ ଅବସର ନେବାପରେ ସେ ମାନବ ସେବା ହିଁ ମାଧବ ସେବାକୁ ବ୍ରତ କରି ସମାଜସେବା କ୍ଷେତ୍ରରେ ନିଜର ଜୀବନକୁ ଉତ୍ସର୍ଗୀକୃତ କରିଥିଲେ। ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମରେ ଅନୁଷ୍ଠିତ ହେଉଥିବା ସରକାରୀ ବେସରକାରୀ କାର୍ଯ୍ୟକ୍ରମରେ ତାଙ୍କର ଯୋଗଦାନ ରହିଥିଲା। ସେ ସାହିତ୍ୟ କ୍ଷେତ୍ରରେ ମଧ୍ୟ ନିପୁଣ ଥିଲେ। ରାଜ୍ୟସ୍ତରୀୟ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସେ ସମ୍ମାନିତ ହୋଇ ନିଜ ଅଞ୍ଚଳ ପାଇଁ ପ୍ରଶଂସାର ପାତ୍ର ହୋଇଥିଲେ। ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ସେ ପ୍ରତିଷ୍ଠାତା ସଦସ୍ୟ ଥିଲେ । ତେବେ ବୁଧବାର ସକାଳେ ତାଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟ ସମାପନ କରାଯିବା ନେଇ ପରିବାର ପକ୍ଷରୁ ସୂଚନା ମିଲିଛି। ତାଙ୍କ ପରଲୋକରେ କୋକସରା ବ୍ଲକ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri