ମହଙ୍ଗା ପଡିଲା ନିଜ ପିଅନଙ୍କଠାରୁ ଲାଞ୍ଚ ନେବା, ତହସିଲର ବରିଷ୍ଠ କିରାଣୀ ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

ଭବାନୀପାଟଣା,୩୦।୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଏମ .ରାମପୁର ତହସିଲର ପୂର୍ବତନ ବରିଷ୍ଠ କିରାଣୀ ହିମାଦ୍ରୀ କୁମାର ପଣ୍ଡା ଗତ ୨୦୧୪ ମସିହାରେ ନିଜ ପିଅନଠୁ ଲାଞ୍ଚ ନେବା ମାମଲାରେ ଗୁରୁବାର ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି। ଭବାନୀପାଟଣା ସ୍ଥିତ ଜିଲା ଭିଜିଲାନ୍ସ କୋର୍ଟର ସ୍ଵତନ୍ତ୍ର ବିଚାରପତି ବଦ୍ରି ନାରାୟଣ ନନ୍ଦ ଏହି ମାମଲାର ବିଚାର କରି ଅଭିଯୁକ୍ତ ବରିଷ୍ଠ କିରାଣୀ ପଣ୍ଡାଙ୍କୁ ବର୍ଷେ ଜେଲ ଦଣ୍ଡାଦେଶ ଶୁଣାଇବା ସହ ୫ ହଜାର ଟଙ୍କା ଜରିମାନା କରିଛନ୍ତି।

ପ୍ରାପ୍ତ ସୂଚନାରୁ ପ୍ରକାଶ ଯେ, ଏମ .ରାମପୁର ବ୍ଲକ ଗୌଡ଼ କର୍ଲାଖୁଣ୍ଟା ଗ୍ରାମର ସୁବାଷ ଚନ୍ଦ୍ର ପାଳ ସ୍ଥାନୀୟ ତହସିଲ (ଏମ .ରାମପୁର) ଅଫିସରେ ପିଅନ ଭାବେ କାର୍ଯ୍ୟ କରୁଥିଲେ। ତେବେ ଜିପିଏଫ ବିଲ କରେଇ ଦେବା ପାଇଁ ଅଭିଯୁକ୍ତ ବରିଷ୍ଠ କିରାଣୀ ପଣ୍ଡା ତାଙ୍କୁ ହଜାରେ ଟଙ୍କା ଲାଞ୍ଚ ମାଗିଥିଲେ। ଏହାକୁ ନେଇଁ ସେ ଗତ ୮.୭.୨୦୧୪ ରେ ଭବାନୀପାଟଣା ଭିଜିଲାନ୍ସ ଡିଏସପି ଜରିଆରେ କୋରାପୁଟ ଭିଜିଲାନ୍ସ ଏସପିଙ୍କୁ ଲିଖିତ ଅଭିଯୋଗ କରିଥିଲେ। ଏହାର ଦିନକ ପରେ ଅର୍ଥାତ ୯ ତାରିଖରେ ନିଜ କାର୍ଯ୍ୟାଳୟରେ ଅଭିଯୁକ୍ତ କିରାଣୀ ପଣ୍ଡା ନିଜ ପିଅନ ପାଳଙ୍କ ଠାରୁ ହଜାରେ ଟଙ୍କା ଲାଞ୍ଚ ଗ୍ରହଣ କରୁଥିବାବେଳେ ପୂର୍ବରୁ ଛକି ରହି ଥିବା ଭିଜିଲାନ୍ସ ତାଙ୍କୁ ମାଡି ବସିଥିଲା। ଏହି ସମୟରେ କିରାଣୀ ପଣ୍ଡାଙ୍କଠାରୁ ହଜାର ଟଙ୍କା ଭିଜିଲାନ୍ସ ଜବତ କରିଥିଲା। ଏ ନେଇ କୋରାପୁଟ ଭିଜିଲାନ୍ସ ବିଭାଗରେ ଏକ ମାମଲା ନଂ(୨୫/୨୦୧୪) ରୁଜୁ ହୋଇଥିଲା। ଏହି ମାମଲାଟିକୁ ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ପିପି ସୁଧୀର କୁମାର ପଣ୍ଡା ଓ ଇମ୍ରାନ ଖାଁ ପରିଚାଳନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

ମା’ ରାମଚଣ୍ଡୀଙ୍କ ମନ୍ଦିରରେ ୧ ହଜାର ଦୀପ ପ୍ରଜ୍ଜ୍ୱଳନ, ବିଧାୟକ ପହଞ୍ଚି…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ଅଞ୍ଚଳର ବିଭିନ୍ନ ଧର୍ମାନୁଷ୍ଠନରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୬ତମ ଜନ୍ମ ଦିବସ ଅବସରରେ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?