Posted inଖେଳ

ସିନିୟର ମହିଳା ଫୁଟ୍‌ବଲ: ଭାରତୀୟ ଦଳରେ ପ୍ୟାରୀ

ଭୁବନେଶ୍ୱର, ୧୨।୨(କ୍ରୀଡ଼ା ପ୍ରତିନିଧି)-ଚଳିତ ମାସ ୧୪ରୁ ୨୪ ପର୍ଯ୍ୟନ୍ତ ତୁର୍କୀରେ ଭାରତୀୟ ସିନିୟର ମହିଳା ଫୁଟବଲ ଦଳ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ ଖେଳିବ। ୨୦୨୨ ଏଏଫ୍‌ସି ମହିଳା ଏସିଆନ କପ୍‌ ପାଇଁ ଏହା ପ୍ରସ୍ତୁତି ସଦୃଶ ହେବ। ଏଥିପାଇଁ ଭାରତୀୟ ଦଳରେ ଓଡ଼ିଶାର ପ୍ୟାରୀ ଖାଖା ସ୍ଥାନ ପାଇଛନ୍ତି। ଏପରି ଏକ ବଡ଼ ସୁଯୋଗ ପାଇଥିବାରୁ ପ୍ୟାରୀଙ୍କୁ ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ସମ୍ପାଦକ ଆଶୀର୍ବାଦ ବେହେରା ଓ ଅନ୍ୟ ସଦସ୍ୟମାନେ ଶୁଭେଚ୍ଛା ଜଣାଇଛନ୍ତି। ୧୯୯୭ ମେ ୧୮ରେ ରାଉରକେଲାରେ ଜନ୍ମିତ ପ୍ୟାରୀ ୨୦୧୫ରେ ୧୯ ବର୍ଷରୁ କମ୍‌ ଭାରତୀୟ ଦଳ ପକ୍ଷରୁ ଖେଳି ସିନିୟର ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିଲେ। ସେହିବର୍ଷ ସେ ଏଆଇଏଫ୍‌ଏଫ୍‌ ଇମର୍ଜିଂ ଫୁଟବଲର ଅଫ୍‌ ଦି ଇୟର ପୁରସ୍କାର ପାଇଥିଲେ। ୨୦୧୬ରେ ଶିଲଂରେ ସାଉଥ ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ବିଜୟୀ ଭାରତୀୟ ଦଳର ସେ ସଦସ୍ୟା ଥିଲେ। ୨୦୧୭ରେ କୁଆଲାଲମ୍ପୁରଠାରେ ମାଲେସିଆ ବିପକ୍ଷ ଅନ୍ତର୍ଜାତୀୟ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚରେ ସେ ୨ଟି ଗୋଲ ସ୍କୋର କରିଥିଲେ। ଏଥିରେ ଭାରତ ୨-୦ ଗୋଲରେ ବିଜୟୀ ହୋଇଥିଲା। ଏହା ବ୍ୟତୀତ ୨୦୧୯ରେ ହଂକଂ ଓ ଇଣ୍ଡୋନେସିଆ ବିପକ୍ଷରେ ୪ଟି ଯାକ ଅନ୍ତର୍ଜାତୀୟ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ ଜିତିଥିବା ଭାରତୀୟ ଦଳ ପକ୍ଷରୁ ମଧ୍ୟ ସେ ଖେଳିଥିଲେ। ୨୦୧୮ରେ ମେଘାଳୟର ଶିଲଂଠାରେ ଅନୁଷ୍ଠିତ ଇଣ୍ଡିଆନ ଓମେନ୍ସ ଲିଗ୍‌ ଟାଇଟଲ ଜିତିଥିବା ରାଇଜିଂ ଷ୍ଟୁଡେଣ୍ଟ କ୍ଲବ ଦଳର ସେ ସଦସ୍ୟା ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?