ବାର୍ଦ୍ଧକ୍ୟ ଭତ୍ତା : ୧୧ କି.ମି. ଚାଲିଲେ ଦୃଷ୍ଟିହୀନ ବୃଦ୍ଧ

ପଟ୍ଟାମୁଣ୍ଡାଇ,୧୭।୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ଜଣେ ଦୃଷ୍ଟିହୀନ ବୃଦ୍ଧ ମଙ୍ଗଳବାର ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ମିଳୁ ନ ଥିବା ଅଭିଯୋଗ ନେଇ ୧୧ କିମି ଚାଲି ବ୍ଲକ ଅଫିସ୍‌ରେ ପହଞ୍ଚିଥିଲେ। କିନ୍ତୁ ସେଠାରେ ପଡ଼ି ଖଣ୍ଡିଆ ଖାବରା ହୋଇଛନ୍ତି। ସେଠାରେ ଉପସ୍ଥିତ ଲୋକେ ତାଙ୍କୁ ବ୍ଲକ ଅଫିସରଙ୍କୁ ଦେଖା କରାଇ ଥିଲେ ମଧ୍ୟ କୌଣସି ସୁଫଳ ନ ପାଇ ଫେରିଯାଇଛନ୍ତି।
ପଟ୍ଟାମୁଣ୍ଡାଇ ବ୍ଲକ କଖାରୁଣୀ ପଞ୍ଚାୟତ ତଳପଡ଼ା ଗ୍ରାମର ଦୃଷ୍ଟିହୀନ ବୃଦ୍ଧ ଦିବାକର ମଲ୍ଲିକ ୩ ମାସର ବାର୍ଦ୍ଧକ୍ୟ ଭତ୍ତା ନ ପାଇ ଦୁଃଖ କଷ୍ଟରେ ଦିନ କାଟୁଛନ୍ତି। ମଙ୍ଗଳବାର ଦିବାକର ପ୍ରାୟ ୧୧ କିମି ବାଟ ଚାଲି ଚାଲି ଆସି ବିଡିଓ ଶୁଭ୍ରାଂଶୁ ସାହୁଙ୍କୁ ଦେଖାକରି ଭତ୍ତା ନ ମିଳିବା ବାବଦରେ ଜଣାଇଥିଲେ। ମାତ୍ର ବିଡିଓ ଏ ବାବଦରେ ବ୍ଲକ ସୋସିଆଲ ସିକୁରିଟି ଅଫିସର (ବିଏସ୍‌ଏସ୍‌ଓ)ଙ୍କୁ ଦେଖା କରିବାକୁ କହିଥିଲେ। ଦିବାକର ବିଏସ୍‌ଏସ୍‌ଓଙ୍କୁ ଦେଖା କରିବାକୁ ଦୋ ମହଲା ଉପରକୁ ଗୁରୁଣ୍ଡି ଗୁରୁଣ୍ଡି ଯିବା ବେଳେ ପଡ଼ି ଖଣ୍ଡିଆ ଖାବରା ହୋଇଥିଲେ। ସେଠାରେ ଉପସ୍ଥିତ ଲୋକେ ତାଙ୍କୁ ବ୍ଲକ ସୋସିଆଲ ସିକୁରିଟି ଅଫିସରେ ଛାଡି ଦେଇଥିଲେ। ମାତ୍ର ବିଏସ୍‌ଏସ୍‌ଓଙ୍କ ଅନୁପସ୍ଥିତ ଥିବାରୁ ଦିବାକର ନିରାଶ ହୋଇଥିଲେ। ସରକାରଙ୍କ ଯୋଜନା ଜନହିତକାରୀ ସତ, କିନ୍ତୁ ଯୋଜନାର ସୁଫଳ ପାଇବାକୁ ଲୋକଙ୍କୁ ଏଭଳି ପରିଣତ ବୟସରେ ହଇରାଣ କରାଯାଉଥିବାର ଦୃଶ୍ୟ ସାମ୍ନାକୁ ଆସିବା ପରେ ଜନଅସନ୍ତୋଷ ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri