ବଲାଙ୍ଗୀରରେ ଚାଞ୍ଚଲ୍ୟ: ଘର ଲୋକଙ୍କ ଭୟରେ ଜଙ୍ଗଲକୁ ପଳାଇଥିଲେ ୪ ଦଶମ ଶ୍ରେଣୀ ଛାତ୍ର, ଆଉ ତା’ପରେ…

ବଲାଙ୍ଗୀର,୧୩।୧୧: ବଲାଙ୍ଗୀର ସହର ଉପକଣ୍ଠ ଜଙ୍ଗଲରୁ ଶୁକ୍ରବାର ୪ଜଣ ଦଶମ ଶ୍ରେଣୀ ଛାତ୍ରଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର ସମସ୍ତ ଛାତ୍ର ଲଳିତନଗର ଅଞ୍ଚଳର ବୋଲି ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ଗୁରୁବାର ୪ଜଣ ଛାତ୍ର ସ୍କୁଲ ନ ଯାଇ ପରିବାର ଲୋକଙ୍କ ଭୟରେ ଜଙ୍ଗଲକୁ ଚାଲିଯାଇଥିଲେ। ଛାତ୍ରମାନେ ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। ହେଲେ ସେମାନଙ୍କ କୌଣସି ପତ୍ତା ମିଳି ନ ଥିଲା। ଏନେଇ ପରିବାର ଲୋକେ ବଲାଙ୍ଗୀର ଟାଉନ ଥାନାରେ ଏତଲା ଦେଇଥିଲେ।

ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ପୋଲିସ ସହର ଉପକଣ୍ଠ ଜଙ୍ଗଲରୁ ୪ଜଣ ଛାତ୍ରଙ୍କୁ ଉଦ୍ଧାର କରିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

Share