ରାଜପୁରରେ ଚାଞ୍ଚଲ୍ୟ: ହତ୍ୟାକରି ଧାନବିଲରେ ଦୋକାନୀଙ୍କ ମୃତଦେହ ଫିଙ୍ଗିଦେଲେ ଦୁର୍ବୃତ୍ତ

ସୁନ୍ଦରଗଡ଼ର,୧୪ା୧୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ଥାନା ଅଞ୍ଚଳରେ ନିରୀହ ବ୍ୟକ୍ତିଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ହତ୍ୟା ପରେ ମୃତଦେହକୁ ଧାନ ବିଲରେ ଫିଙ୍ଗି ଫେରାର ହୋଇଯାଇଛନ୍ତି ଦୁର୍ବୃତ୍ତ। ସଦର ଥାନା ରାଜପୁର ଅଞ୍ଚଳର ଏହି ଘଟଣାକୁ ନେଇ ଖେଳିଯାଇଛି ଚାଞ୍ଚଲ୍ୟ। ଅନ୍ୟତ୍ର ହତ୍ୟା କରି ମୃତଦେହକୁ ଫିଙ୍ଗାଯାଇଥିବା ସନ୍ଦେହ କରାଯାଉଛି। ଖବର ପାଇ ଶନିବାର ସକାଳେ ଘଟଣାସ୍ଥଳରେ ପହଞ୍ଚି ପୋଲିସ ଘଟଣାର ଖୋଳତାଡ଼ କରୁଛି। ମୃତକ ହେଉଛନ୍ତି ସୁନ୍ଦର ମଣି ମହାପାତ୍ର। ସଦର ଥାନା ରାଜପୁର ଅଞ୍ଚଳରେ ତାଙ୍କୁ ହତ୍ୟା କରି ଧାନ ବିଲରେ ଫିଙ୍ଗି ଦେଇଛନ୍ତି ଦୁର୍ବୃତ୍ତ।

ତେବେ ଘଟଣା ପଛରେ ରହିଛି ଆହୁରି ରହସ୍ୟ। ମୃତକଙ୍କୁ ଅନ୍ୟ କୌଣସି ସ୍ଥାନରେ ହତ୍ୟା କରିବା ପରେ ମୃତଦେହକୁ ବୋହି ଆଣି ଧାନ ବିଲରେ ଫିଙ୍ଗାଯାଇଥିବା ସନ୍ଦେହ ହେଉଛି। କର୍ଲା ଘାଟିଏନ ରାସ୍ତାରେ ରକ୍ତ ଛିଟା ପଡ଼ିଥିବା ସ୍ଥାନୀୟ ଲୋକେ କହିବା ସହ ପୋଲିସକୁ ଅବଗତ କରିଛନ୍ତି।

ମୃତକଙ୍କ ସ୍ତ୍ରୀଙ୍କର କର୍ଲା ଘାଟିଏନ ମନ୍ଦିର ନିକଟରେ ରହିଛି ଏକ ପୂଜା ସାମଗ୍ରୀ ଦୋକାନ। ଜଣେ ନିରୀହ ବ୍ୟକ୍ତିଙ୍କୁ କିଏ ଓ କାହିଁକି ଏଭଳି ନିର୍ମମ ଭାବେ ହତ୍ୟା କଲା, ତାହା ଏବେ ବଡ଼ ପ୍ରଶ୍ନବାଚୀ ସ୍ରୁଷ୍ଟି କରିଛି।
ଅନ୍ୟପଟେ ସଦର ପୋଲିସ ଓ ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ତଦନ୍ତ ଜାରି ରଖିଛନ୍ତି। ରକ୍ତ ଛିଟା ସମେତ ବିଭିନ୍ନ ପ୍ରମାଣ ସଂଗ୍ରହ କରି ହତ୍ୟାର ରହସ୍ୟ ଭେଦିବାକୁ ପୋଲିସ ଉଦ୍ୟମ କରୁଛି। ତେବେ ଏହି ହତ୍ୟାକାଣ୍ଡ ପଛରେ କିଏ, କେଉଁ କାରଣରୁ ଘଟିଲା ଏଭଳି ଜଘନ୍ୟ କାଣ୍ଡ, ତାହା ତଦନ୍ତ ପରେ ହିଁ ସ୍ପଷ୍ଟ ହେବ ବୋଲି କହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଚାଞ୍ଚଲ୍ୟ: ଟ୍ରାଏଲ୍‌ ରୁମ୍‌ରେ ମହିଳା କର୍ମଚାରୀଙ୍କୁ ଗଳାକାଟି ହତ୍ୟା

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ଏକ ପୋଷାକ ଶୋ’ରୁମ୍‌ରେ କାମ କରୁଥିବା ଜଣେ ୧୮ ବର୍ଷୀୟା କର୍ମଚାରୀଙ୍କୁ ଟ୍ରାଏଲ୍‌ ରୁମ୍‌ରେ ଗଳାକାଟି ହତ୍ୟା କରାଯାଇଛି। ବ୍ୟକ୍ତିଗତ ସମ୍ପର୍କରେ ଫାଟ ଏବଂ…

ଏହି ୪ଟି ରାଶି ପାଇଁ ଆଗକୁ ରହିଛି କଠିନ ସମୟ, ସତର୍କ ନ ରହିଲେ ବଡ଼ ବିପଦ…

୧୬ ନଭେମ୍ବର ୨୦୨୬ରେ ସୂର୍ଯ୍ୟଦେବ ବିଛା ରାଶିକୁ ପ୍ରବେଶ କରିବେ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗୋଚରର ପ୍ରଭାବ କିଛି ରାଶିର ଜାତକଙ୍କ ଜୀବନରେ ପଡ଼ିପାରେ। ବିଶେଷକରି…

ଅତି ଖରାପ ସ୍ଥିତିରେ ଦିଲ୍ଲୀ ବାୟୁ ଗୁଣବତ୍ତା, ଘେରି ରହୁଛି ଧୂଳି, ଧୂଆଁର ଘନ ଆସ୍ତରଣ

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ରବିବାର ସକାଳେ ଅଧିକାଂଶ ପର୍ଯ୍ୟବେକ୍ଷଣ କେନ୍ଦ୍ରରେ ଅତି ଖରାପ ଦର୍ଶାଇଥିବା ବେଳେ ୭ଟିରେ ଗମ୍ଭୀର ସ୍ଥିତି ଦର୍ଶାଇଛି। ମୋଟାମୋଟି…

ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ: ଏକାଠି ହେଲେ କନ୍ଧମାଳ,ଗଜପତିର ଆଦିବାସୀ ସମାଜ

ବ୍ରାହ୍ମଣୀଗାଁ,୧୫।୧୧(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଶିବ ମନ୍ଦିର ପଡ଼ିଆରେ ରବିବାର ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।…

ଗୁଣପୁରରେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ

ଗୁଣପୁର,୧୫।୧୧(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ କଲୋନୀରେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ମିଳିଥିବା ସୂଚନା…

କେରଳ ହାଇକୋର୍ଟଙ୍କ ବଡ଼ ପ୍ରସ୍ତାବ, କିଶୋର ବୟସର ସୀମା ୧୮ରୁ ୧୬ ବର୍ଷକୁ ହ୍ରାସ….

କୋଚି,୧୫ା୧୧: ନାବାଳକ ବୟସ ସୀମାକୁ ନେଇ ବଡ଼ କଥା କହିଛନ୍ତି କେରଳ ହାଇକୋର୍ଟ । ଅପରାଧର ବଦଳୁଥିବା ସ୍ବରୂପ ଏବଂ ପିଲାମାନଙ୍କଠାରେ ଦେଖାଯାଉଥିବା ପରିପକ୍ୱତାକୁ ଦୃଷ୍ଟିରେ ରଖି…

ଠେଙ୍ଗାରେ ଆକ୍ରମଣ କରି ହତ୍ୟା ଉଦ୍ୟମ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୫।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଶ୍ରୀଚନ୍ଦନପୁର ଗ୍ରାମର ବିରୁପାକ୍ଷ ମହାପାତ୍ରଙ୍କୁ ଗ୍ରାମର ହିନ ଗଉଡ଼(୫୦) ଶନିବାର ଅପରାହ୍ନରେ ଏକ ଠେଙ୍ଗାରେ ଆକ୍ରମଣ କରି…

ମାଡ଼ି ଆସୁଛି ବାତ୍ୟା: ମୁକାବିଲା ପାଇଁ ଗଞ୍ଜାମ ପ୍ରଶାସନର ଆଗୁଆ ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୫।୧୧(ସବିତା ମିଶ୍ର): ପୁଣି ଏକ ସାମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୁରୁଷୋତ୍ତମପୁର ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ସହ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?