ସେନ୍‌ସେକ୍ସର ସର୍ବକାଳୀନ ରେକର୍ଡ

ନୂଆଦିଲ୍ଲୀ,୧୦।୪: ଚଳିତ ଆର୍ଥିକ ବର୍ଷର ୨ସପ୍ତାହ କାରବାରର ୨ଦିନରେ ଘରୋଇ ଶେୟାର ବଜାର ଏକ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଖୁଣ୍ଟ ହାସଲ କରିଥିଲା। ଏପରିକି ଶେୟାର ବଜାରର ପ୍ରାଥମିକ ପର୍ଯ୍ୟାୟ କାରବାର (ସକାଳ ୧୦ ଘଟିକା) ସମୟରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ବା ବିଏସ୍‌ଇ ସେନ୍‌ସେକ୍ସ ପ୍ରଥମ ଥର ପାଇଁ ୭୫,୦୦୦ (୭୫,୧୨୪.୨୮) ଅଙ୍କ ଅତିକ୍ରମ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ ବା ଏନ୍‌ଏସ୍‌ଇ ନିଫ୍ଟି-୫୦ର କାରବାର ମଧ୍ୟ ୨୩,୦୦୦(୨୨,୭୬୫.୧୦) ଅଙ୍କର ନିକଟବର୍ତ୍ତୀ ହୋଇଥିଲା। ଉଲ୍ଲେଖଯୋଗ୍ୟ, ଘରୋଇ ଶେୟାର ବଜାରର କାରବାର ମଙ୍ଗଳବାର ସକଳା ସମୟରେ ବିଏସ୍‌ଇ ସେନ୍‌ସେକ୍ସର କାରବାର ୩୮୧.୭୮ ପଏଣ୍ଟ ବା ୦.୫୧% ବଢି ୭୫,୧୨୪.୨୫ ଅଙ୍କରେ ରହିଥିଲାବେଳେ ଏନ୍‌ଏସଇ ନିଫ୍ଟି-୫୦ର କାରବାରରେ ମଧ୍ୟ ୯୮.୮ ବା ୦.୪୪% ବୃଦ୍ଧି ଘଟି ୨୨,୭୬୫.୧୦ଅଙ୍କରେ ପହଞ୍ଚତ୍ୟାଇଥିଲା। ସୂଚନାଯୋଗ୍ୟ, ପୁଞ୍ଜିବଜାରର ସୂଚନା ଅନୁଯାୟୀ, ସୋମବାର ଘରୋଇ ଶେୟାର ବଜାରର କାରବାର ୪୦୦ ଲକ୍ଷ କୋଟିରେ ସାମିଲ ହୋଇଥିଲାବେଳେ ଉଭୟ ବିଏସ୍‌ଇ ଏବଂ ଏନ୍‌ଏସ୍‌ଇ ପାଇଁ ମଧ୍ୟ ଏହା ଏକ ଏତିହାସିକ ସଫଳତା ବୋଲି ବଜାର ବିଶେଷଜ୍ଞମାନେ ମତପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri