ସର୍ବୋଚ୍ଚ ସ୍ତରରେ ସେନ୍‌ସେକ୍ସ, ୨୪,୦୦୦ ପଏଣ୍ଟ ନିକବର୍ତ୍ତି ନିଫ୍ଟି

ନୂଆଦିଲ୍ଲୀ,୨୬।୬(ଅଭୟ ଦାଶ): ଚଳିତ ସାଧାରଣ ନିର୍ବାଚନ ଫଳାଫଳ ପରେ ଘରୋଇ ଶେୟାର ବଜାରର କାରବାର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏପରିକି ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ବା ବିଏସ୍‌ଇ ସେନ୍‌ସେକ୍ସ ଅଲ ଟାଇମ ହାଇ ବା ସର୍ବୋଚ୍ଚ ସ୍ତର (୭୮,୧୬୪.୭୧ଅଙ୍କ) ରେ ପହଞ୍ଚତ୍ଥିଲାବେଳେ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ ବା ଏନ୍‌ଏସ୍‌ଇ ନିଫ୍ଟର କାରବାର ମଧ୍ୟ ନୂତନ ରେକର୍ଡ ସହ ୨୪,୦୦୦ (୨୩,୭୫୪.୧୫) ଅଙ୍କର ନିକଟବର୍ତ୍ତୀ ହୋଇଛି।
ଉଲ୍ଲେଖଯୋଗ୍ୟ, ମଙ୍ଗଳବାର ବିଏସ୍‌ଇ ସେନ୍‌ସେକ୍ସ କାରବାର ପ୍ରାରମ୍ଭରୁ ଶେଷ ପର୍ଯ୍ୟନ୍ତ ସବୁଜ ସ୍ତରରେ ରହିଥିଲାବେଳେ ପ୍ରାରମ୍ଭରେ ସେନ୍‌ସେକ୍ସ ଅଲ୍‌ ଟାଇମ ହାଇ ୭୮,୧୬୪.୭୧ଅଙ୍କରେ ପହଞ୍ଚତ୍ଥିଲା ବେଳେ ୭୮,୦୫୩.୫୨ ଅଙ୍କରେ କାରବାର ଶେଷ କରିଥିଲା। ଏପରିକି ଏନ୍‌ଏସ୍‌ଇର ନିଫ୍ଟି ୫୦ର କାରବାର ପ୍ରାରମ୍ଭରେ ପ୍ରାୟ ୨୪,୦୦୦ (୨୩,୭୫୪.୧୫) ଅଙ୍କ ଛୁଲଁଥିଲାବେଳେ ଶେଷ ବେଳକୁ ୨୩,୭୨୧.୩୦ଅଙ୍କରେ କାରବାର ବନ୍ଦ କରିଥିଲା।
ସେହିଭଳି ବିଏସ୍‌ଇ ସେନ୍‌ସେକ୍ସ ୦.୯୨% ବୃଦ୍ଧି ଘଟିଥିବାବେଳେ ଏସ୍‌ଏନ୍‌ଇ ନିଫ୍ଟି ୫୦ରେ ୦.୭୮% ବୃଦ୍ଧି ହୋଇଛି। ଏପରିକି ବିଏସ୍‌ଇ ସ୍ମଲକ୍ୟାପ ୦.୯୨% ଏବଂ ବିଏସ୍‌ଇ ମିଡ୍‌କ୍ୟାପ ୦.୦୩% ବୃଦ୍ଧି ପାଇଥିବାବେଳେ ନିଫ୍ଟି ମିଡ୍‌କ୍ୟାପ ୦.୩୮% ହ୍ରାସ ପାଇଥିଲାବେଳେ ନିଫ୍ଟି ସ୍ମଲ୍‌କ୍ୟାପ ୦.୪୦% ଏବଂ ନିଫ୍ଟି ବ୍ୟାଙ୍କିଙ୍ଗ୍‌ (ବ୍ୟାଙ୍କ)ର କାରବାର ୧.୭୪% ବୃଦ୍ଧି ହୋଇଛି ବୋଲି ଶେୟାର ବଜାର ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।
ଅପରପକ୍ଷରେ ନିଫ୍ଟ ବ୍ୟାଙ୍କ ପ୍ରଥମ ଥର ପାଇଁ ରେକର୍ଡସ୍ତରର କାରବାର କରିଛି। ଏପରିକି ମଙ୍ଗଳବାର ନିଫ୍ଟ ବ୍ୟାଙ୍କ ୯୦୨.୦୫ ପଏଣ୍ଟ ବା ୧.୭୪% ବୃଦ୍ଧି ପାଇଁ ୫୨,୬୦୬.୦୦ ଅଙ୍କରେ କାରବାର ବନ୍ଦ କରିଥିଲାବେଳେ ସେକ୍ଟେରାଲ କ୍ଷେତ୍ରରେ ବ୍ୟାଙ୍କିଙ୍ଗ୍‌ କ୍ଷେତ୍ରର ଉଲ୍ଲେଖନୀୟ ସଫଳତା ଯୋଗୁ ଏହି ନୂଆ ମାଇଲଖୁଣ୍ଟ ହାସଲ ହୋଇଛି।
ସେହିପରି ବିଏସ୍‌ଇ ସେନ୍‌ସେକ୍ସ ପଞ୍ଜୀକୃତ ନିବେଶକଙ୍କ ମଧ୍ୟରେ ଆକ୍ସିସ ବ୍ୟାଙ୍କ, ଆଇସିଆଇସିଆଇ ବ୍ୟାଙ୍କ, ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଭଳି ନିବେଶକମାନେ ସର୍ବାଧିକ ଲାଭବାନ ହୋଇଥିଲାବେଳେ ପାଓ୍ବାର ଗ୍ରୀଡ୍‌,ଟାଟା ଷ୍ଟିଲ୍‌ ଏସିଆନ ପେଣ୍ଟସ୍‌ ଭଳି ନିବେଶକ କ୍ଷତି ସହିଛନ୍ତି। ଏପରିକି ସେକ୍ଟେରାଲ କ୍ଷେତ୍ରରେ ଅଟୋ, ଆଇଟି, ଟେଲିକମ୍‌, ମେଟାଲ, ଏଫ୍‌ଏମ୍‌ସିଜି, ଫାର୍ମା, ହେଲ୍‌ଥ କେୟାର ଏବଂ ଘରୋଇ ବ୍ୟାଙ୍କ ସମେତ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଭଳି ନିବେଶ ସଂସ୍ଥାର ନିବେଶ ପୂର୍ବଦିନ ଅପେକ୍ଷା ଯଥେଷ୍ଟ ପରିମାଣରେ ବୃଦ୍ଧି ଘଟିଛି। ଚଳିତ ସପ୍ତାହ କାରବାରର ୨ୟ ଦିନର କାରବାର ଶେଷ ସୁଦ୍ଧା ବଜାର ପୁଞ୍ଜି ପ୍ରାୟ ୪୩୬ (୪୩୮.୮ଲକ୍ଷ କୋଟି) ଲକ୍ଷ କୋଟି ଟଙ୍କାରେ ପହଞ୍ଚଛି।


Enter your email to get our daily news in your inbox.

All Right Reserved By Dharitri.Com

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri